ପୁରୁଷୋତ୍ତମପୁର ଏନ୍‌ଏସିର ଏହି ୭ ୱାର୍ଡରେ ୧୪୪ ଧାରା ଜାରି

ପୁରୁଷୋତ୍ତମପୁର,୨୩।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା କାୟା ବିସ୍ତାର କରିବାରେ ଲାଗିଛି। ଏଥିରେ ପୁରୁଷୋତ୍ତମପୁର ଏନଏସି୍‌ର ୱାର୍ଡ ନଂ.୧ କନକାସାହ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ଟି. ବିଜୟଲକ୍ଷ୍ମୀଙ୍କ ମୃତ୍ୟୁ ଘଟିଥିବା ବେଳେ ବିଭିନ୍ନ ୱାର୍ଡରୁ ୩୫ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ଏନ୍‌ଏସି ପ୍ରଶାସନ ପକ୍ଷରୁ ନର୍ବାହୀ ଅଧିକାରୀ ସୌମ୍ୟ ରଞ୍ଜନ ମିଶ୍ର ୭ଟି ୱାର୍ଡରେ ୧୪୪ ଧାରା ଜାରି କରିଛନ୍ତି। ସେଗୁଡ଼ିକହେଲା ୱାର୍ଡ ନଂ. ୨ (ହାଡି ସାହି), ୩ (ନଇତଡ ସାହି), ୫ (ଚିଙ୍ଗୁଡିଆପଦର ସାହି) ୭ (ପୁରୁଣା ପୋଷ୍ଟ ଅଫିସ ସାହି ), ୮( ରାଧାକାନ୍ତ ସାହି,) ୯ (ରଥସାହି ) ଓ ୧୨ (ରୁକୁଣୀ)। ଏଠାରେ ୧୪୪ ଧାରା ଜାରି କରାଯାଇ ରେଡ୍‌ଜୋନ ଘୋଷଣା ହୋଇଛି। ସୂଚନାଯୋଗ୍ୟ, ୱାର୍ଡ ନଂ ୧ରେ ୪ଜଣ, ୨ରେ ୫ ଜଣ , ୩ରେ ୨ଜଣ, ୫ରେ ୪ ଜଣ, ୬ରେ ଜଣେ, ୭ରେ ୮ ଜଣ, ୮ରେ ୫ଜଣ, ୯ରେ ୨ଜଣ, ୧୨ରେ ୩ ଜଣ ଓ ୧୩ରେ ଜଣେ ବ୍ୟକ୍ତି ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ଦୃଷ୍ଟିରେରେ ରଖି ମିଶ୍ର ଏଭଳି ନିଷ୍ପତ୍ତି ନେଇଛନ୍ତି। ଏହାକୁ ଖିଲାପ କଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ ଜନ ସାଧାରଣଙ୍କୁ ସୂଚାଇ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri