୧୮ରୁ ଚନ୍ଦ୍ରଭାଗା ପଡ଼ିଆରେ ୧୪୪ ଧାରା

ପୁରୀ ଅଫିସ, ୧୭।୨:ଚଳିତବର୍ଷ ସୀମିତ ସଂଖ୍ୟକ ଲୋକଙ୍କୁ ନେଇ କୋଭିଡ୍‌ କଟକଣା ମଧ୍ୟରେ ଚନ୍ଦ୍ରଭାଗା ମାଘ ମେଳା ଆୟୋଜନ ହେବ। ଜନସମାଗମ ଯୋଗୁ କରୋନା ସଂକ୍ରମଣର ଆଶଙ୍କା ଥିବାରୁ ଚନ୍ଦ୍ରଭାଗା ମେଳା ପଡ଼ିଆରେ ୧୪୪ ଧାରା ଲାଗୁ କରାଯିବ। ଆସନ୍ତା ୧୮ ତାରିଖ ପୂର୍ବାହ୍ନ ୧୧ଟାରୁ ୧୯ ତାରିଖ ଅପରାହ୍ନ ୧ଟା ପର୍ଯ୍ୟନ୍ତ ୧୪୪ ଧାରା ବଳବତ୍ତର ରହିବ। ଏହି ସମୟ ମଧ୍ୟରେ ଚନ୍ଦ୍ରଭାଗାରେ ବୁଡ଼ ପକାଇବା ଓ ପହିଲି ସୂର୍ଯ୍ୟ ଦର୍ଶନ ଉପରେ କଟକଣା ଜାରି ରହିବ ବୋଲି ମଙ୍ଗଳବାର ପୁରୀ ଜିଲା ପ୍ରଶାସନ ପକ୍ଷରୁ ଘୋଷଣା କରାଯାଇଛି।
ସାଧାରଣତଃ ଚନ୍ଦ୍ରଭାଗା ମାଘମେଳାରେ ଶ୍ରଦ୍ଧାଳୁମାନେ ବୁଡ଼ ପକାଇବା ସହ ପହିଲି ସୂର୍ଯ୍ୟଙ୍କୁ ଦର୍ଶନ କରିଥାନ୍ତି। ମାତ୍ର ଚଳିତ ଥର ଏଭଳି ହେବ ନାହିଁ। ଜନସମାଗମକୁ ଏଡ଼ାଇବା ପାଇଁ ୧୪୪ ଧାରା ଲାଗୁ କରାଯିବାକୁ ଉପଜିଲାପାଳ ଭବତାରଣ ସାହୁ ନିର୍ଦ୍ଦେଶ ଦେଇଛନ୍ତି। ଅନ୍ୟପକ୍ଷରେ ୫ଶହ ଲୋକଙ୍କ ଉପସ୍ଥିତିରେ ଚନ୍ଦ୍ରଭାଗା ମେଳା ଆୟୋଜନ କରିବା ପାଇଁ ଗତ ୩୦ ତାରିଖରେ ସ୍ବତନ୍ତ୍ର ରିଲିଫ୍‌ କମିଶନର ନିର୍ଦ୍ଦେଶ ଦେଇଛନ୍ତି। ଉକ୍ତ ନିର୍ଦ୍ଦେଶନାମା ଅନୁଯାୟୀ ମାଘମେଳା ଅନୁଷ୍ଠିତ ହେବ। ମେଳା ସହ ସମ୍ପୃକ୍ତ ସେବାୟତ, ସରକାରୀ ଅଧିକାରୀ ଓ କର୍ମଚାରୀ, କେତେଜଣ ସ୍ଥାନୀୟ ବ୍ୟକ୍ତିବିଶେଷ ଓ ଖବରଦାତାଙ୍କୁ ଏଥିରେ ସାମିଲ କରାଯିବ। ତେବେ ମାଘମେଳାକୁ ନେଇ ଜନସାଧାରଣଙ୍କ ମଧ୍ୟରେ ଅଧିକ ଉତ୍ସାହ ରହୁଥିବାରୁ ଗହଳିର ଆଶଙ୍କା ରହିଛି। ତେଣୁ ୧୪୪ ଧାରା ମାନିବା ପାଇଁ ସ୍ଥାନୀୟ ବାସିନ୍ଦା ଓ ଶ୍ରଦ୍ଧାଳୁଙ୍କୁ ପ୍ରଶାସନ ପକ୍ଷରୁ ନିବେଦନ କରାଯାଇଛି। ସେହିପରି ଆଇନ ଉଲ୍ଲଂଘନକାରୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କୁହାଯାଇଛି। ଅନ୍ୟପକ୍ଷରେ ୫ଶହ ଲୋକଙ୍କ ଉପସ୍ଥିତିରେ ମାଘମେଳା ଆୟୋଜନ ନିଷ୍ପତ୍ତିକୁ ବିଭିନ୍ନ ଧାର୍ମିକ ଅନୁଷ୍ଠାନ ବିରୋଧ କରୁଥିବାବେଳେ କିଛିଦିନ ତଳେ ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ ଏ ନେଇ ଜିଲାପାଳ ସମର୍ଥ ବର୍ମାଙ୍କୁ ଏକ ଦାବିପତ୍ର ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧବିରତିର ମାତ୍ର କିଛି ଘଣ୍ଟା ପରେ ଇରାନ ତୈଳ ବିଶୋଧନାଗାରରେ ବିସ୍ଫୋରଣ, କିଏ କଲା ଆକ୍ରମଣ?

ତେହେରାନ,୮।୪: ଆମେରିକା ସର୍ତ୍ତମୂଳକ ଯୁଦ୍ଧବିରତି ଘୋଷଣା କରିବାର କିଛି ଘଣ୍ଟା ପରେ ଇରାନର ଲାଭାନ ଦ୍ୱୀପରେ ପ୍ରଥମ ବଡ଼ ଆକ୍ରମଣ ହୋଇଛି । ଲାଭାନ ଦ୍ୱୀପରେ ଥିବା…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଯୁଦ୍ଧବିରତି ଭିତରେ ଭାରତର ବଡ଼ ବିଜୟ! ୭ବର୍ଷ ପରେ ଚାଇନାକୁ ଦେଲା ଝଟ୍‌କା

ନୂଆଦିଲ୍ଲୀ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ, ବୁଧବାର (୮ ଏପ୍ରିଲ, ୨୦୨୬) ଦିନ ଅଶୋଧିତ ତୈଳ ଭବିଷ୍ୟତରେ ତୀବ୍ର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

ଯୁଦ୍ଧବିରତି ଭିତରେ ବଦଳିଲା ଗ୍ୟାସ ସିଲିଣ୍ଡର ଦର, ଜାଣନ୍ତୁ ବଢିଲା ନା କମିଲା…

ନୂଆଦିଲ୍ଲୀ,୮।୪: ବିଶ୍ୱ ଉତ୍ତେଜନା ମଧ୍ୟରେ, ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଅନ୍ତର୍ଜାତୀୟ ବଜାରରେ…

ହଜାର ହଜାର ଆଖୁଚାଷୀ, ଶ୍ରମିକଙ୍କ ଜୀବନଜୀବିକା ପ୍ରଭାବିତ, ପୁନଃ ଚିନିକଳ କାର୍ଯ୍ୟକ୍ଷମ ଦାବି କରି…

ବଲାଙ୍ଗୀର,୮ା୪(ସୁନିଲ କୁମାର ମହାନ୍ତି): ଦେଓଗାଁ ଚିନିକଳ ସମିତି ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜୟାନନ୍ଦ ସମବାୟ ଚିନିକଳ ପୁନଃ କାର୍ଯ୍ୟକ୍ଷମ କରିବା ଦାବି ନେଇ…

ବିବାଦୀୟ ମନ୍ତବ୍ୟ ଦେବା ପରେ କ୍ଷମା ମାଗିଲେ ଖାର୍ଗେ, ଭାବନାକୁ ଆଘାତ ଦେବା…

ନୂଆଦିଲ୍ଲୀ,୮।୪: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଗୁଜରାଟର ଲୋକଙ୍କ ସମ୍ପର୍କରେ ଦେଇଥିବା ବୟାନ ପାଇଁ କ୍ଷମା ପ୍ରାର୍ଥନା କରିଛନ୍ତି । ସେ କହିଛନ୍ତି ଯେ ସେ ସବୁବେଳେ ଗୁଜରାଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri