Posted inଜାତୀୟ

ଉଡୁପିରେ ସ୍କୁଲ, କଲେଜ ପାଖରେ ୧୪୪ ଧାରା

ବାଙ୍ଗାଲୋର ,୧୩।୨: ହିଜାବ-ସାଫ୍ରନକୁ ନେଇ ଚାଲିଥିବା ବିବାଦ ଯୋଗୁ ୪ ଦିନ ବନ୍ଦ ରହିବା ପରେ ସୋମବାରଠାରୁ କର୍ନାଟକରେ ଖୋଲିବାକୁ ଯାଉଛି ହାଇ ସ୍କୁଲ। ଏହାକୁ ଦୃଷ୍ଟିରେ ରଖି ଉଡୁପି ଜିଲର ସମସ୍ତ ଶିକ୍ଷାନୁଷ୍ଠାନ ପାଖରେ ଆସନ୍ତା ୬ ଦିନ ପାଇଁ ତଥା ଶନିବାର ପର୍ଯ୍ୟନ୍ତ ୧୪୪ ଧାରା ଜାରି କରିଛି ପୋଲିସ। ଉଲ୍ଲେଖଯୋଗ୍ୟ, ରାଜ୍ୟର ଏହି ଦକ୍ଷିଣ ଜିଲାରୁ ହିଁ ଆରମ୍ଭ ହୋଇଥିଲା ହିଜାବ ବିବାଦ।

ସୋମବାର ଠାରୁ ହାଇକୋର୍ଟରେ ହିଜାବ ଉପରେ ଲାଗିଥିବା କଟକଣା ଉପରେ ଶୁଣାଣି ହେବାକୁ ଯାଉଥିବାରୁ ଆସନ୍ତା ସପ୍ତାହ କର୍ନାଟକ ପାଇଁ ଗୁରୁତ୍ୱପୂର୍ଣ୍ଣ ହେବ। ଗତ ଶୁକ୍ରବାର ହାଇକୋର୍ଟ ସମସ୍ତ ଶିକ୍ଷାନୁଷ୍ଠାନ ଖୋଲିବାକୁ ଆନ୍ତରିଣ ନିର୍ଦ୍ଦେଶ ଦେଇଥିଲେ। ଆଉ ହିଜାବ ପ୍ରସଙ୍ଗର ଚୂଡ଼ାନ୍ତ ରାୟ ନ ଆସିବା ପର୍ଯ୍ୟନ୍ତ ସ୍କୁଲ ଓ କଲେଜ ପରିସରରେ କୌଣସି ପ୍ରକାର ଧାର୍ମିକ ପୋଷାକ ନ ପିନ୍ଧିବାକୁ ନିର୍ଦ୍ଦେଶ ଦେଇଥିଲେ କର୍ନାଟକ ହାଇକୋର୍ଟ।

ସ୍କୁଲ ଖୋଲିବା ପରେ ରାଜ୍ୟରେ ଶାନ୍ତି ବଜାୟ ରହିବ ବୋଲି ଦୃଢ଼ୋକ୍ତି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ବାସଭରାଜ ବୋମାଇ। “ପରିସ୍ଥିତିକୁ ଦେଖି ପ୍ରି-ୟୁନିଭରସିଟି ଓ ଡିଗ୍ରୀ କଲେଜ ଖୋଲିବା ନେଇ ନିଷ୍ପତ୍ତି ନିଆଯିବ। ରାଜ୍ୟରେ ଅଶାନ୍ତି ଖେଳାଉଥିବା ଲୋକଙ୍କୁ ଆଇନଗତ କାର୍ଯ୍ୟାନୁଷ୍ଠାନର ସମ୍ମୁଖୀନ ହେବାକୁ ପଡ଼ିବ। ଛାତ୍ରୀଛାତ୍ରଙ୍କୁ ମାର୍ଚ୍ଚରେ ହେବାକୁ ଥିବା ପରୀକ୍ଷା ପ୍ରତି ଧ୍ୟାନ ଦେବାକୁ ପଡ଼ିବ” ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ମିଳିଲାନି ବୈଭବ ସୂର୍ଯ୍ୟବଂଶୀଙ୍କୁ ଡେବ୍ୟୁର ସୁଯୋଗ? ନିରାଶ ହେଲେ ପ୍ରଶଂସକ

ନୂଆଦିଲ୍ଲୀ, ୨୬।୬: ଆୟରଲ୍ୟାଣ୍ଡ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚ୍‌ରେ ଭାରତୀୟ କ୍ରିକେଟ୍ ପ୍ରେମୀଙ୍କୁ ସାମାନ୍ୟ ନିରାଶ ହେବାକୁ ପଡ଼ିଛି। ଦଳର ନୂଆ ଅଧିନାୟକ ଶ୍ରେୟସ ଆୟର ଟସ୍…

ବରଗଡ଼ରେ ଚାଞ୍ଚଲ୍ୟ: ଏ-କ୍ଲାସ୍ କଣ୍ଟ୍ରାକ୍ଟରଙ୍କୁ ବନ୍ଧୁକ ମୁନରେ ଧମକ, ଥାନାରେ ଏତଲା ପରେ…

ବରଗଡ଼, ୨୬।୬ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଏକ ସାଙ୍ଘାତିକ ଘଟଣା ସାମ୍ନାକୁ ଆସିଛି। ଜଣେ ଜଣାଶୁଣା ଏ-କ୍ଲାସ କଣ୍ଟ୍ରାକ୍ଟର ସୁଜୟ ଶ୍ରୀମନ୍ତ ବିଶିଙ୍କୁ ବନ୍ଧୁକ ମୁନରେ…

ବାଣପୁରରେ ଦୁର୍ଘଟଣା: ଭାରସାମ୍ୟ ହରାଇ ବିଲ ମଝିକୁ ଓଲଟିଲା ଦ୍ରୁତଗାମୀ କାର୍, ୫ ମଦ୍ୟପ ଯୁବକ…

ବାଣପୁର, ୨୬।୬ (ଦିଲ୍ଲୀପ କୁମାର ସ୍ୱାଇଁ): ନାଚୁଣୀ ଥାନା ଅଧୀନ ଦେଓଗାଁ ଆଗୁଳଛକ ନିକଟ ବ୍ରିଜ୍‌ ପାଖରେ ଏକ ବଡ଼ ଧରଣର ସଡ଼କ ଦୁର୍ଘଟଣା ଘଟିଛି। ଏକ…

ଦୁବାଇରେ ହଠାତ ବାଜିଲା ସାଇରନ୍‌! ମିସାଇଲ୍‌ ଆକ୍ରମଣର ଚେତାବନୀ, ଖେଳିଗଲା ଆତଙ୍କ

ଦୁବାଇ,୨୬।୬: ସଂଯୁକ୍ତ ଆରବ ଏମିରେଟ୍ସ (UAE) କର୍ତ୍ତୃପକ୍ଷଙ୍କ ପକ୍ଷରୁ ଶୁକ୍ରବାର ଦିନ ଦୁବାଇ ପାଇଁ ଏକ ମିସାଇଲ ଆକ୍ରମଣର ସତର୍କ ସୂଚନା (Alert) ଜାରି କରାଯାଇଛି। ଏହାକୁ…

ଭାଜପାରେ ମିଶିଲେ ବିଜେଡି ନେତା କେଦାର ସ୍ୱାଇଁ

ଗଞ୍ଜାମ, ୨୬/୬ (ବିଦ୍ୟାଧର ସାହୁ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ତମ ଜନ୍ମଦିନ ଅବସରରେ ଛତ୍ରପୁରରେ ଆୟୋଜିତ ମେଗା ରକ୍ତଦାନ ଶିବିରରେ ବିଜେଡି ନେତା ତଥା ପୂର୍ବତନ ସରପଞ୍ଚ…

ଚାଇନାର ୧୦୯ ମହଲା ବିଶିଷ୍ଟ ଅଟ୍ଟାଳିକା ‘CITIC  ଟାଓ୍ବାର’ ସହ ପିଟିହେଲା ବିମାନ, ସାମ୍ନାକୁ ଆସିଲା ଭୟଙ୍କର VIDEO

ବେଜିଂ,୨୬।୬: ଚାଇନାର ରାଜଧାନୀ ବେଜିଂରେ ଶୁକ୍ରବାର ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ବେଜିଂର ସବୁଠାରୁ ଉଚ୍ଚ ସ୍କାଈସ୍କ୍ରେପର (ଗଗନଚୁମ୍ବୀ ଅଟ୍ଟାଳିକା) ଅଟ୍ଟାଳିକା…

ମା ‘ ରତ୍ନେଶ୍ୱରୀ ମନ୍ଦିର ପରିସରରୁ  ଶିଶୁପୁତ୍ର ଉଦ୍ଧାର

​ଦିଗପହଣ୍ଡି,୨୬|୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ଗ୍ରାମ ନିକଟରେ ଥିବା ମା’ ରତ୍ନେଶ୍ୱରୀ ମନ୍ଦିର ପରିସରର ପରିତ୍ୟକ୍ତ ଜମିରୁ  ଶୁକ୍ରବାର ସନ୍ଧ୍ୟାରେ ଏକ…

ଯୋଜନା ଅପହଞ୍ଚ, ସମସ୍ୟା ଘେରରେ ଟୁମୋନିଖୋଲ: ସ୍ୱାଧୀନତାର ଦୀର୍ଘ ବର୍ଷ ପରେ ବି ମୌଳିକ ସୁବିଧାରୁ ବଞ୍ଚିତ ଆଦିବାସୀ ଗାଁ

ଥୁଆମୂଳ ରାମପୁର,୨୬/୦୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ଆଦିବାସୀ ବହୁଳ ତୁମୋନିଖୋଲ ଗ୍ରାମରେ ସରକାରୀ ଯୋଜନା ସମ୍ପୂର୍ଣ୍ଣ ପ୍ରହସନ ପାଲଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri