୨୩ରୁ ପୁରୀରେ ୧୪୪

ପୁରୀ ଅଫିସ,୨୧।୬: ସ୍ନାନଯାତ୍ରା ପାଇଁ ପୁରୀ ସହରରେ ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି କରାଯାଇଛି। କରୋନା ମହାମାରୀକୁ ଦୃଷ୍ଟିରେ ରଖି ଜନସମାଗମ ରୋକିବା ଉଦ୍ଦେଶ୍ୟରେ ପ୍ରଶାସନ ପକ୍ଷରୁ ଏହି କଟକଣା ଜାରି ହୋଇଛି। ଆସନ୍ତା ୨୩ ତାରିଖ ରାତ୍ର ୧୦ଟାରୁ ୨୫ ତାରିଖ ଭୋର ୨ଟା ପର୍ଯ୍ୟନ୍ତ ଏହି କଟକଣା ବଳବତ୍ତର ରହିବ। କେବଳ ଅନୁମତିପ୍ରାପ୍ତ ବ୍ୟକ୍ତିବିଶେଷଙ୍କ ବ୍ୟତୀତ ଅନ୍ୟ କାହାରିକୁ ପ୍ରବେଶ ଅନୁମତି ମିଳିବ ନାହିଁ ବୋଲି ସୋମବାର ପୁରୀ ଉପଜିଲାପାଳ ଭବତାରଣ ସାହୁ ସୂଚନା ଦେଇଛନ୍ତି। ବଡ଼ଦାଣ୍ଡ ମାର୍କେଟ ଛକଠାରୁ କାକୁଡ଼ିଖାଇ ଛକ, ମରିଚିକୋଟ ଛକରୁ ଲବଣିଖିଆ ଛକ, ଜେନାରୀଗଛ ଛକ ଦେଇ ଲବଣିଖିଆ ଛକଠାରୁ ଦୋଳମଣ୍ଡପ ସାହି ପର୍ଯ୍ୟନ୍ତ ୧୪୪ ଧାରା ହୋଇଛି। ସେଠାରୁ ଭୋଗଯାଗା ଓ ଖୁଣ୍ଟିଆ ସାହି ଛକ ଦେଇ ଜହ୍ନିମୁଣ୍ଡିଆ ଛକଠାରୁ ବାଲିସାହି, ବାଲିସାହି କଦମ୍ବଗଡ଼ ଛକ ଦେଇ ଖୁଣ୍ଟିଆ ସାହି ଛକଠାରୁ ସୁଦର୍ଶନ ଗେଷ୍ଟ ହାଉସ, ବରାହୀ ଓ ପଞ୍ଚୁଆତି ଛକ ଦେଇ ସୁଦର୍ଶନ ଗେଷ୍ଟ ହାଉସ୍‌ ଛକଠାରୁ ହରଚଣ୍ଡୀ ସାହି ମାଛହାଟ ଛକ ପର୍ଯ୍ୟନ୍ତ ଏହି କଟକଣା ଲାଗୁ ହୋଇଛି। ସେଠାରୁ ଶୀତଳ ପିଣ୍ଡା ଓ ବାରବାଟୀ ଯାଗା ଦେଇ ମାଛହାଟ ଛକଠାରୁ ଲୋକନାଥ ରୋଡ୍‌ ବୃଷଭ ଛକ, ବୃଷଭ ଛକଠାରୁ ଛପନ ଛକ, ମଙ୍ଗଳାଘାଟ ମାଳିକା ଛକ, ବାଲିସ୍କୁଲ୍‌ ମିଶ୍ର ସାହି ଓ ସାତବଖରା ଜାଗା ଦେଇ ପାଣ୍ଡ ଯାଗା, ଚୁଡ଼ଙ୍ଗ ସାହି, ବାନାମ୍ବର ଛକ, ଶନି ମନ୍ଦିର ଓ ଇଣ୍ଡିଆନ୍‌ ବ୍ୟାଙ୍କ ଛକ ଦେଇ ମରିଚିକୋଟ ଛକ ପର୍ଯ୍ୟନ୍ତ କଟକଣା ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀଲଙ୍କାକୁ ହରାଇ ଫାଇନାଲରେ ଭାରତ, ସ୍ବର୍ଣ୍ଣ ପଦକ ପାଇଁ ପାକିସ୍ତାନ ସହ ଲଢ଼ିବ…

ନୂଆଦିଲ୍ଲୀ,୧।୧୦: ଏସିଆନ୍ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟ୍ ଇଭେଣ୍ଟରେ ଟିମ୍ ଇଣ୍ଡିଆର ଦମଦାର ବିଜୟ ହୋଇଛି । ଗୁରୁବାର ଦ୍ୱିତୀୟ ସେମିଫାଇନାଲରେ ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ଭାରତ…

ସେତୁ ଆପ୍ରୋଚ ରାସ୍ତା ନ କରି ଖୋଲିଦେଲେ: ସ୍କୁଲ କଲେଜ ଯିବା ପାଇଁ ଦୁର୍ଦ୍ଦଶା ଭୋଗୁଛନ୍ତି ଛାତ୍ରୀଛାତ୍ର

ରାଜନଗର, ୧ା୧୦(ଭାସ୍କର ରାଉତରାୟ): ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ରାସ୍ତା ଓ ସେତୁ ନିର୍ମାଣ କରାଯାଉଛି। ସେତୁ ତିଆରି ଓ ସେତୁ ଆପ୍ରୋଜ ରୋଡ କାମ ନ ସାରି…

ଭୁବନେଶ୍ବରରେ ଚାଞ୍ଚଲ୍ୟ; ବନ୍ଧୁକ ଦେଖାଇ ଯୁବତୀଙ୍କୁ ବଳାତ୍କାର

ଭୁବନେଶ୍ବର,୧।୧୦: ରାଜଧାନୀରେ ଲଜ୍ଜା । ବନ୍ଧୁକ ଦେଖାଇ ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି । ନୟାପଲ୍ଲୀ ଥାନା ଅଞ୍ଚଳରେ ଘଟିଛି ଏହି ଲଜ୍ଜାଜନକ ଘଟଣା…

ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ୧୩ ଗେଟ୍‌, ୨ ଗେଟ୍‌ରେ ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୧ା୯(ପ୍ରମୋଦ ବହିଦାର): ସମ୍ପ୍ରତ୍ତି ମହାନଦୀର ଉପରମୁଣ୍ଡରୁ ବନ୍ୟାଜଳ ପ୍ରବାହ ହ୍ରାସ ପାଇବାରୁ ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ମଧ୍ୟ କ୍ରମଶଃ ହ୍ରାସ ପାଇଛି। ତେଣୁ ହୀରାକୁଦ…

ଭାରତୀୟ ପାଇଲଟ ସ୍ମିତ ମଚ୍ଛରଙ୍କୁ ସଲାମ କଲା ସାରା ବିଶ୍ୱ: ମୋଦି କହିଲେ, ହିରୋ…

ନୂଆଦିଲ୍ଲୀ,୧।୧୦: ଦୁବାଇରୁ ଇସ୍ରାଏଲ ଯାଉଥିବା ଫ୍ଲାଇଦୁବାଇ ବିମାନରେ କଥିତ ଅପହରଣ ଉଦ୍ୟମକୁ ପ୍ରତିହତ କରିବାରେ ଭୂମିକା ନେଇଥିବା ଭାରତୀୟ କ୍ୟାପ୍ଟେନ ସ୍ମିତ ମଚ୍ଛରଙ୍କ ସାହସକୁ ପ୍ରଶଂସା କରିଛନ୍ତି…

ଭୁଶୁଡ଼ିଲା ବାଘୁଆମେଦୀ ମୁଖ୍ୟ ରାସ୍ତା: ଗାଁକୁ ଯାଇପାରୁନି ଆମ୍ବୁଲାନ୍ସ

ମହାକାଳପଡ଼ା,୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଉଳକଣୀ ପଞ୍ଚାୟତ ଆଦିବାସୀ ଅଧ୍ୟୁଷିତ ବାଘୁଆ ମେଦୀ ମୁଖ୍ୟ ରାସ୍ତା ଲଘୁଚାପ ଜନିତ ବର୍ଷାରେ ଭୁଶୁଡି ପଡିଛି।…

ଐତିହାସିକ ରେକର୍ଡ ହାସଲ କଲେ ହିଟ୍‌ମ୍ୟାନ୍‌: ଏମିତି ମାଇଲଷ୍ଟୋନ କରିବାରେ ବିଶ୍ୱର…

ଗୁଆହାଟୀ,୧।୧୦: ଭାରତୀୟ କ୍ରିକେଟ୍‌ର ଷ୍ଟାର୍‌ ବ୍ୟାଟର୍‌ ରୋହିତ ଶର୍ମା ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଆଉ ଏକ ବଡ଼ ମାଇଲଷ୍ଟୋନ ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?