Posted inଜାତୀୟ

୨ ମାସ ପାଇଁ କୋଲକାତାରେ ଲାଗୁ ହେବ ୧୪୪ ଧାରା

କୋଲକାତା,୨୪ା୫: ପଶ୍ଚିମବଙ୍ଗର ମମତା ବାନାର୍ଜୀ ସରକାର କୋଲକାତାରେ ଧାରା ୧୪୪ ଲାଗୁ କରିବାକୁ ଚିନ୍ତା କରୁଛନ୍ତି। ଆସନ୍ତା ୨୮ ତାରିଖରୁ ୬୦ ଦିନ ପାଇଁ ୧୪୪ ଧାରା ଲାଗୁ ହେବ। ଏହି ଅନୁଯାୟୀ କୋଲକାତାର ଗୋଟିଏ ସ୍ଥାନରେ ପାଞ୍ଚରୁ ଅଧିକ ଲୋକ ଠିଆ ହେବା ଉପରେ ପ୍ରତିବନ୍ଧକ ଲଗାଯିବ। ସରକାର କହିଛନ୍ତି, ସହରରେ ହିଂସାତ୍ମକ ପ୍ରଦର୍ଶନ ହେବାର ସମ୍ଭାବନା ରହିଛି, ଯାହା ଦ୍ୱାରା ଜନସାଧାରଣଙ୍କ ଶାନ୍ତି ବିପର୍ଯ୍ୟସ୍ତ ହୋଇପଡ଼ିବ। କୋଲକାତା ପୋଲିସ କମିଶନରଙ୍କ ଦ୍ୱାରା ଜାରି କରାଯାଇଥିବା ଆଦେଶରେ କୁହାଯାଇଛି, ୫ କିମ୍ବା ଅଧିକ ବ୍ୟକ୍ତିଙ୍କ କୌଣସି ବେଆଇନ ସଭା ଉପରେ ନିଷେଧାଦେଶ ଆସନ୍ତା ୨୮ରୁ ଜୁଲାଇ ୨୬ ପର୍ଯ୍ୟନ୍ତ କିମ୍ବା ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ବଳବତ୍ତର ରହିବ।

ଏ ସମ୍ପର୍କରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରାଯାଇଛି। କୋଲକାତାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ରୋଡ୍‌ ଶୋକୁ ରୋକିବା ପାଇଁ ଏହା କରାଯାଉଛି ବୋଲି ଭାଜପାର ରାଜ୍ୟ ୟୁନିଟ୍‌ କହିଛି। ବଙ୍ଗଳା ଭାଜପା ସଭାପତି ସୁକାନ୍ତ ମଜୁମଦାର କହିଛନ୍ତି, ପ୍ରଧାନମନ୍ତ୍ରୀଙ୍କ ରୋଡ୍‌ ଶୋ’ ବନ୍ଦ କରିବା ଏକ ନିରାଶା ପଦକ୍ଷେପ। ୫ମ ପର୍ଯ୍ୟାୟ ନିର୍ବାଚନ ପରେ ଜନସାଧାରଣଙ୍କ ଇଚ୍ଛାକୁ ଅନୁଭବ କରି ମୁଖ୍ୟମନ୍ତ୍ରୀ ଏବେ ଭୟଭୀତ ହୋଇପଡ଼ିଛନ୍ତି। ମୋଦିଜୀଙ୍କ ରୋଡ୍‌ ଶୋ’ ବନ୍ଦ କରିବାକୁ ସେ କୋଲକାତା ପୋଲିସକୁ ସହରରେ ଧାରା ୧୪୪ ଲାଗୁ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଜନ କମାଇବାକୁ ଚାହୁଁଛନ୍ତି କି, ଆପଣାନ୍ତୁ ଏହି ଉପାୟ

ନିୟମିତ ମହୁ ଖାଇଲେ ତାହା ଓଜନ କମାଇବାରେ ସାହାଯ୍ୟ କରିଥାଏ। ଏଭଳି ସମସ୍ୟା ସହ ଜଡିତ କେତେକ ବ୍ୟକ୍ତିଙ୍କୁ ପ୍ରତିଦିନ କିଛି ପରିମାଣରେ ମହୁ ଖାଇବାକୁ ଦିଆଯାଇଥିଲା।…

ମଧ୍ୟପ୍ରାଚ୍ୟ ସଙ୍କଟ ମଧ୍ୟରେ ବଡ଼ କଥା କହିଦେଲେ ମୋଦି; LPGକୁ ପ୍ରାଥମିକତା, ତେଲକୁ ନେଇ କହିଲେ…

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ସମ୍ପର୍କରେ ଲୋକସଭାରେ ଅଭିଭାଷଣ ଦେଇଛନ୍ତି । ପ୍ରଧାନମନ୍ତ୍ରୀ ମୋଦି ତାଙ୍କ ଅଭିଭାଷଣରେ କହିଛନ୍ତି, ପଶ୍ଚିମ ଏସିଆରେ…

ନନ୍ଦପୁର ପୋଲିସକୁ ସଫଳତା, ସମ୍ବାଇ ଜଙ୍ଗଲରୁ ମିଳିଲା ଗୁଣ୍ଠାପୁଟରୁ ଚୋରି ବୋଲେରୋ

ନନ୍ଦପୁର,୨୩।୩(ତୁଷାର କାନ୍ତ ମହାନ୍ତି): ଗାଡ଼ି ଚୋରି ଘଟଣାରେ କୋରାପୁଟ ଜିଲା ନନ୍ଦପୁର ଥାନା ପୋଲିସକୁ  ସଫଳତା ମିଳିଛି । ଗତ ୧୫ ତାରିଖ ରବିବାର ରାତ୍ର ଗୁଣ୍ଠାପୁଟ…

ଘରେ ବିଲେଇ ରଖିବାକୁ ନେଇ ଘରେ ହେଉଥିଲା ଯୁକ୍ତିତର୍କ, ଜିଦିରେ ଜୀବନ ହାରିଦେଲେ ଡାକ୍ତର

ନୂଆଦିଲ୍ଲୀ,୨୩।୩: ହାଇଦ୍ରାବାଦର ଆଲୱାଲ ଅଞ୍ଚଳରେ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ଯେଉଁଠାରେ ଜଣେ ୨୩ ବର୍ଷୀୟା ଏମବିବିଏସ ଡାକ୍ତର ବିଲେଇ ପାଇଁ ଆତ୍ମହତ୍ୟା କରିଛନ୍ତି ।…

ଉତ୍କଟ ହେବାକୁ ଯାଉଛି ଗ୍ୟାସ ସଙ୍କଟ, ୧୪.୨ କିଲୋଗ୍ରାମ ସିଲିଣ୍ଡରରେ ଆଗକୁ ମିଳିବ ମାତ୍ର ଏତିକି କିଲୋ ଗ୍ୟାସ! ପ୍ରସ୍ତୁତ ହେଲାଣି ‘ପ୍ଲାନ ବି’

ନୂଆଦିଲ୍ଲୀ,୨୩।୩: ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ହେତୁ ହର୍ମୁଜ ପ୍ରଣାଳୀ ଅବରୋଧ ହେବା ଯୋଗୁ ଭାରତର ତୈଳ ଏବଂ ଗ୍ୟାସ ଯୋଗାଣ ଗୁରୁତର ଭାବରେ ବାଧାପ୍ରାପ୍ତ…

ଭାଜପାରେ ଯୋଗଦେବେ କି ରାଘବ ଚଢା: ସବୁ ଖୋଲି କହିଦେଲେ ସଂଜୟ ସିଂହ

ନୂଆଦିଲ୍ଲୀ,୨୩।୩: ଆମ ଆଦମୀ ପାର୍ଟି (ଆପ)ର ଏମ୍‌ପି ରାଘବ ଚଢା ଦଳ ଛାଡ଼ିବେ ବୋଲି ଜୋରସୋରରେ ଚର୍ଚ୍ଚା ଛାଲିଛି। ଦଳୀୟ କାର୍ଯ୍ୟକ୍ରମଗୁଡ଼ିକରେ ତାଙ୍କର ଦୀର୍ଘ ଅନୁପସ୍ଥିତି, ମଦ…

ଆଦିବାସୀ ସାଧ୍ବୀ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ଫୁଲବାଣୀ,୨୩।୩ (ରାକେଶ କୁମାର ରାଉତ): ଆଦିବାସୀ ସାଧ୍ବୀ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ । ତାଙ୍କୁ ପ୍ରଥମେ ଖଜୁରୀପଡା ମେଡିକାଲରେ ଭର୍ତ୍ତି କରାଯିବା ପରେ ଫୁଲବାଣୀ ଜିଲା…

୨୮ ଯାଏ ଝଡ଼ବର୍ଷା: ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୨୩ା୩ (ବନ୍ଦନା ସେଠୀ):ଗତ କିଛିଦିନ ଧରି ବିଭିନ୍ନ ସ୍ଥାନରେ ଲାଗି ରହିଥିବା ଝଡ଼ବର୍ଷାର ପ୍ରଭାବ କମିଥିଲେ ହେଁ କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri