ଗଞ୍ଜାମରେ ୯୦ ଦିନ ପାଇଁ ଧାରା ୩୦ ଲାଗୁ, ଜାଣନ୍ତୁ ଏହା କ’ଣ, କାହିଁକି ହୁଏ…

ଗଞ୍ଜାମ,୨୨ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ପୋଲିସ ଆଇନ ୧୯୬୧ର ଧାରା-୩୦ ଲାଗୁ କରାଯାଇଛି। ୯୦ ଦିନ ପାଇଁ କଟକଣା ଲଗାଇଛି ଗଞ୍ଜାମ ପୋଲିସ। ସଭା, ସମିତି ଓ ଶୋଭାଯାତ୍ରା ପାଇଁ ପୋଲିସ ଅନୁମତି ବାଧ୍ୟତାମୂଳକ। ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ନିଷ୍ପତ୍ତି କ୍ରମେ ଏସ୍‌ପି ଏହି ନିର୍ଦ୍ଦେଶନାମା ଜାରି କରିଛନ୍ତି। ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତିକୁ ସୁଦୃଢ଼ କରିବା ଏବଂ ଶାନ୍ତି ବଜାୟ ରଖିବା ପାଇଁ ଧାରା-୩୦ ଲାଗୁ କରାଯାଇଛି।

ଅଗଷ୍ଟ ୧୬ରୁ ନଭେମ୍ବର ୧୩ ପର୍ଯ୍ୟନ୍ତ ମୋଟ୍‌ ୯୦ ଦିନ ନିୟମ ବଳବତ୍ତର ରହିଛି। ସଭା, ସମିତି, ସମାବେଶ ଓ ଶୋଭାଯାତ୍ରା ପାଇଁ ୭୨ ଘଣ୍ଟା ପୂର୍ବରୁ ଆବେଦନ କରିବାକୁ ପଡ଼ିବ। ସ୍ଥାନ, ସମୟ, ଉଦ୍ଦେଶ୍ୟ, ରୁଟ୍‌, ସଂଖ୍ୟା, ଯାନବାହନର ବିବରଣୀ ମଧ୍ୟ ଆବଶ୍ୟକ ବୋଲି ଚିଠିରେ ଉଲ୍ଲେଖ ରହିଛି। ଏସ୍‌ଡିପିଓ କିମ୍ବା ଥାନା ଅଧିକାରୀଙ୍କଠାରୁ କାର୍ଯ୍ୟକ୍ରମ ଅନୁମତି ନେବାକୁ ହେବ।  ଏଥିରେ ସହଯୋଗ ପାଇଁ ରାଜନୈତିକ ଦଳ, ସାମାଜିକ ସଂଗଠନ ଓ ଲୋକଙ୍କୁ ଅନୁରୋଧ କରାଯାଇଛି। ନିୟମ ଉଲ୍ଲଂଘନ କଲେ କଠୋର ଆଇନଗତ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କଡ଼ା ଚେତାବନୀ ଦିଆଯାଇଛି । ବ୍ରହ୍ମପୁରଠାରୁ ଆରମ୍ଭ କରି ଛତ୍ରପୁର, ଭଞ୍ଜନଗର, ଆସିକା ଓ ହିଞ୍ଜିଳିକାଟୁ ପର୍ଯ୍ୟନ୍ତ ସମସ୍ତ ପ୍ରମୁଖ ସହରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ସ୍ଥାନୀୟ ଥାନାଗୁଡ଼ିକୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…

ପୁଣି ଏକ ମାଈ ହାତୀର ମୃତଦେହ ଠାବ: ବଚ୍ଛେଦ ରିପୋର୍ଟ ଆସିବା ପରେ ହିଁ….

ରିଆମାଳ, ୨୨/୮ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ସେକ୍ସନ ଅନ୍ତର୍ଗତ ଚେଢ଼ଇମରା ଗ୍ରାମ ପଞ୍ଚାୟତର ଝରାବେରେଣୀ ଗ୍ରାମ ନିକଟସ୍ଥ ସଂରକ୍ଷିତ ଜଙ୍ଗଲରୁ ବନ…

ଜୁଆ ଆଡ୍ଡାରେ ଚଢାଉ: ପୋଲିସ କର୍ମଚାରୀଙ୍କୁ ହତ୍ୟା ଉଦ୍ୟମ କରି ଗଲେ ଜେଲ୍

ଦିଗପହଣ୍ଡି,୨୨|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଡ଼ଭାର ଗ୍ରାମ ମା ‘ କାଳୀ ମନ୍ଦିର ନିକଟ ଆମ୍ବ ତୋଟାରେ ଚାଲିଥିବା ଜୁଆଆଡ୍ଡାରେ ପୋଲିସ ଟିମ୍…

ପୁଣି ଲଘୁଚାପ ସମ୍ଭାବନା: ୨୪ ଘଣ୍ଟାରେ ସ୍ପଷ୍ଟ ହେବ ଚିତ୍ର

ଭୁବନେଶ୍ୱର, ୨୨।୮: ଉତ୍ତର ବଙ୍ଗୋପସାଗର ଉପରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଦେଖାଦେଇଛି। ଉତ୍ତର ବଙ୍ଗୋପସାଗର ସଂଲଗ୍ନ ପଶ୍ଚିମବଙ୍ଗ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ…

ଆପଣଙ୍କର ପାଖରେ ଅଛି କି ପୁରୁଣା ପାସ୍‌ବୁକ୍‌? ଡିସେମ୍ୱର ୩୧ ପୂର୍ବରୁ ଶୀଘ୍ର ବଦଳାନ୍ତୁ, ଆସିଲା ନୂଆ ନିୟମ…

ନୂଆଦିଲ୍ଲୀ,୨୨।୮: ଯଦି ଆପଣ ବି ବ୍ୟାଙ୍କିଙ୍ଗ୍ କାରବାର ପାଇଁ ଚେକ୍‌ବୁକ୍ (Chequebook) ବ୍ୟବହାର କରୁଛନ୍ତି, ତେବେ ଏହା ଆପଣଙ୍କ ପାଇଁ ଏକ ଅତ୍ୟନ୍ତ ଦରକାରୀ ଖବର। ବାସ୍ତବରେ,…

୪ ବର୍ଷରୁ କମ ବୟସର ପିଲାମାନଙ୍କୁ ଦିଆଯିବ ନାହିଁ ଏହି ଥଣ୍ଡା-କାଶ ଔଷଧ: କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୮: କେନ୍ଦ୍ର ସରକାର ଛୋଟ ପିଲାମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ସରକାର ୪ ବର୍ଷରୁ କମ ବୟସର ପିଲାମାନଙ୍କ ପାଇଁ ଉଦ୍ଦିଷ୍ଟ…

ଏହି ୫୨ ନେତା ପିନ୍ଧିବେ ୧୦ ଲକ୍ଷ ଟଙ୍କାର ଜ୍ୟାକେଟ୍‌: ପଛରେ ରହିଛି ଏମିତି କାରଣ

ଲକ୍ଷ୍ନୌ,୨୨।୮: ଉତ୍ତର ପ୍ରଦେଶରେ ରାଜନୈତିକ ନେତାଙ୍କ ସୁରକ୍ଷା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ରାଜ୍ୟର ୫୨ ନେତାଙ୍କୁ ବୁଲେଟପ୍ରୁଫ ଜ୍ୟାକେଟ ଯୋଗାଇ ଦିଆଯାଇଛି। ଏହି ସୁରକ୍ଷା…

ମୃତ୍ୟୁପରେ ରୋଗୀଙ୍କୁ ରେଫର କଲେ ଡାକ୍ତର: ତ୍ରୁଟିପୂର୍ଣ୍ଣ ଚିକିତ୍ସା ଅଭିଯୋଗ

ତିହିଡି଼,୨୨।୮(ସଞ୍ଜିତ ବଳ):ଭଦ୍ରକ ଜିଲା ତିହିଡି଼ ଥାନା ଭାଟପ ପଞ୍ଚାୟତ ଅଧୀନ ବଉଳପାଳ ଗ୍ରାମର ମାୟାଧର ତ୍ରିପାଠୀ (୬୫)ନାମକ ଜଣେ ବୃଦ୍ଧଙ୍କ ତ୍ରୁଟିପୂର୍ଣ୍ଣ ଚିକିତ୍ସା ପାଇଁ ମୃତ୍ୟୁ ଘଟିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri