ଜନଶୁଣାଣିକୁ ଗୁରୁତ୍ୱ ଦେଉନାହାନ୍ତି ୬ ବିଭାଗ, ଗଡୁଛି ୩୮ ହଜାର ଲୋକଙ୍କ ସମସ୍ୟା

ଭୁବନେଶ୍ୱର,୧୭ା୧୦(ରବିନାରାୟଣ ଜେନା): ରାଜ୍ୟରେ ଲୋକଙ୍କ ଅଭିଯୋଗ ଶୁଣିବା ପାଇଁ ରାଜ୍ୟ ସରକାର ସର୍ବାଧିକ ଗୁରୁତ୍ୱ ଦେଉଛନ୍ତି। ସୋମବାର ଅଭିଯୋଗ ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ତାଙ୍କ ମନ୍ତ୍ରୀ ପରିଷଦ ସମସ୍ତ ଅବହେଳିତ ବର୍ଗଙ୍କୁ ଭେଟି ଗୁହାରି ଶୁଣୁଛନ୍ତି ଏବଂ ତା’ର ତ୍ୱରିତ୍‌ ସମାଧାନ ଦିଗରେ ବିଭାଗୀୟ ସଚିବଙ୍କୁ ନିର୍ଦ୍ଦେଶ ଦେଉଛନ୍ତି। ହେଲେ ୬ଟି ବିଭାଗ ଲୋକଙ୍କ ଅଭିଯୋଗର ସମାଧାନ ଦିଗରେ ଗୁରୁତ୍ୱ ଦେଉ ନାହାନ୍ତି, ଯେଉଁଥିପାଇଁ ପ୍ରାୟ ୩୮ହଜାର ଲୋକଙ୍କ ଅଭିଯୋଗର ସମାଧାନ ହୋଇପାରୁନାହିଁ। ଏନେଇ ସରକାରଙ୍କ ପକ୍ଷରୁ ବାରମ୍ବାର ପତ୍ର ଲେଖାଗଲେ ମଧ୍ୟ କର୍ଣ୍ଣପାତ କରୁ ନ ଥିବାରୁ ଏହାକୁ ନେଇ ଗତ ୧୫ ତାରିଖରେ ସମ୍ପୃକ୍ତ ବିଭାଗୀୟ ମୁଖ୍ୟଙ୍କୁ ପୁନର୍ବାର ପତ୍ର ଲେଖି ତାଗିଦ୍‌ କରାଯାଇଛି।
ସାଧାରଣ ଅଭିଯୋଗ ନିର୍ଦ୍ଦେଶକ ସୁକାନ୍ତ କୁମାର ବେହେରା ବୁଧବାର ସମସ୍ତ ବିଭାଗୀୟ ମୁଖ୍ୟଙ୍କୁ ପତ୍ର ଲେଖି ଦର୍ଶାଇଛନ୍ତି, ଜନଶୁଣାଣି ହେଉଛି ଓଡ଼ିଶା ସରକାରଙ୍କ ସର୍ବୋତ୍ତମ କାର୍ଯ୍ୟକ୍ରମ ମଧ୍ୟରୁ ଅନ୍ୟତମ। ଏହା ମାଧ୍ୟମରେ ନାଗରିକମାନଙ୍କୁ ଯେକୌଣସି ସ୍ଥାନରୁ ଏବଂ ଯେ କୌଣସି ସମୟରେ ରାଜ୍ୟର ପଦସ୍ଥ ସରକାରୀ ଅଧିକାରୀଙ୍କ ନିକଟରେ ସେମାନଙ୍କ ଅଭିଯୋଗ ପହଞ୍ଚିପାରିବ। ହେଲେ ପରିଲକ୍ଷିତ ହୋଇଛି, ଜଳସମ୍ପଦ, ମହିଳା ଓ ଶିଶୁ ବିକାଶ, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ, ପଞ୍ଚାୟତିରାଜ, ଇସ୍ପାତ ଓ ଖଣି ଏବଂ ବିଦ୍ୟାଳୟ ଏବଂ ଗଣଶିକ୍ଷା ବିଭାଗରେ ଅଭିଯୋଗ ସମାଧାନ ହାର ଅନ୍ୟାନ୍ୟ ବିଭାଗଠାରୁ ଯଥେଷ୍ଟ କମ୍‌ ରହିଛି। ଏହାକୁ ଦୃଷ୍ଟିିରେ ରଖି ବାକି ପଡ଼ିଥିବା ଅଭିଯୋଗଗୁଡ଼ିକର ତ୍ୱରିତ୍‌ ସମାଧାନ କରିବା ଦିଗରେ ପଦକ୍ଷେପ ଗ୍ରହଣ କର। ସେ ତଥ୍ୟ ସହିତ ଦର୍ଶାଇଛନ୍ତି, ପଞ୍ଚାୟତିରାଜ ବିଭାଗରେ ଏବେ ବି ୨୦ହଜାର ୫୪୪ଟି ଅଭିଯୋଗ ସମାଧାନ ହୋଇ ନ ଥିବାବେଳେ ମହିଳା ଓ ଶିଶୁ କଲ୍ୟାଣ ବିଭାଗରେ ୨ହଜାର ୩୧୯ ଅଭିଯୋଗ ଗଡୁଛି। ସେହିପରି ଜଳସମ୍ପଦ ବିଭାଗରେ ୧ହଜାର ୪୪୬, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗରେ ୪ହଜାର ୯୮୮, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗରେ ୮ହଜାର ୬୫୨ ଏବଂ ଖଣି ଓ ଇସ୍ପାତ ବିଭାଗରେ ୫୦୬ଟି ଅଭିଯୋଗ ଗଡୁଛି। ପଞ୍ଚାୟତିରାଜ ବିଭାଗକୁ ବାଦ୍‌ ଦେଇ ଅନ୍ୟ ୫ଟି ବିଭାଗରେ ଅଭିଯୋଗ ସମାଧାନ ହାର ୮୦ପ୍ରତିଶତରୁ କମ୍‌ ରହିଛି।
ଇତିମଧ୍ୟରେ ରାଜ୍ୟରେ ୪୦ଟି ବିଭାଗକୁ ୪ଲକ୍ଷ ୯୯ହଜାର ୮୫୧ଟି ଅଭିଯୋଗ ମିଳିଥିବାବେଳେ ଗତ ସେପ୍ଟେମ୍ବରରେ ୧୭ହଜାର ୧୧ଟି ଅଭିଯୋଗ ସରକାରଙ୍କ ହସ୍ତଗତ ହୋଇଛି। ସେପ୍ଟେମ୍ବର ମାସରେ ସରକାରଙ୍କ ହସ୍ତଗତ ହୋଇଥିବା ଅଭିଯୋଗର ସମାଧାନ ହାର ୧୧ପ୍ରତିଶତ ଭିତରେ ରହିଛି। ଅଧିକାଂଶ ବିଭାଗର ଅଭିଯୋଗ ସମାଧାନ ହାର ୩ରୁ ୫ପ୍ରତିଶତ ମଧ୍ୟରେ ରହିଛି। ସେପ୍ଟେମ୍ବର ସୁଦ୍ଧା ରାଜ୍ୟରେ ୬୬ହଜାର ୮୬୮ଟି ଅଭିଯୋଗ ୪୦ଟି ବିଭାଗରେ ଗଡୁଛି। ଅଭିଯୋଗ ସମାଧାନ ହାର ମଧ୍ୟରେ ସାଧାରଣ ଉଦ୍ୟୋଗ, ସୂଚନା ଓ ଲୋକସମ୍ପର୍କ, ହସ୍ତତନ୍ତ, ହସ୍ତଶିଳ୍ପ ଓ ବୟନଶିଳ୍ପ ବିଭାଗର ସମାଧାନ ହାର ୯୭ରୁ ୯୮ପ୍ରତିଶତ ମଧ୍ୟରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ସମ୍ପର୍କରେ ଗ୍ରାମବାସୀଙ୍କ ସହ ଆଲୋଚନା କଲେ ବିଧାୟକ

ଗଞ୍ଜାମ,୧୭ା୫(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ପଞ୍ଚାୟତର ବିଭିନ୍ନ ଗ୍ରାମକୁ ଯାଇ ଉନ୍ନୟନ ପ୍ରସଙ୍ଗରେ ଗ୍ରାମବାସୀଙ୍କ ସହ ଆଲୋଚନା କରିଛନ୍ତି ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ।…

TMC କାର୍ଯ୍ୟାଳୟରୁ ୧୦୦ରୁ ଅଧିକ ଆଧାର କାର୍ଡ ଜବତ; ସରକାରୀ ଜମିର ଅବୈଧ କ୍ରୟ-ବିକ୍ରୟ ସମ୍ପର୍କିତ କାଗଜପତ୍ର ମଧ୍ୟ ଜବତ

କୋଲକାତା,୧୭।୫: ପଶ୍ଚିମବଙ୍ଗରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏଠାରେ, ଏକ ଟିଏମସି କାର୍ଯ୍ୟାଳୟରୁ ସରକାରୀ ଜମିର ଅବୈଧ କିଣାବିକା ସହିତ ଜଡିତ କାଗଜପତ୍ର ସହିତ ୧୦୦…

ମଦ ଉପରେ ଟିକସ ବ୍ୟବସ୍ଥାକୁ ପରିବର୍ତ୍ତନ କଲେ ସରକାର, କମିବ ଦର!

ବେଙ୍ଗାଲୁରୁ,୧୭।୫: ମଦକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି । କର୍ଣ୍ଣାଟକ ସରକାର ମଦ ଉପରେ ଟିକସ ଆଦାୟ କରିବାର ପଦ୍ଧତିକୁ ସମ୍ପୂର୍ଣ୍ଣ ପରିବର୍ତ୍ତନ କରିଛନ୍ତି…

‘ଭାରତ-ବାଂଲାଦେଶ ସମ୍ପର୍କ ଗଙ୍ଗା ଜଳ ଚୁକ୍ତି ଉପରେ ନିର୍ଭର କରିବ’ – ତାରିକ ରହମାନ ମନ୍ତ୍ରୀଙ୍କ ବଡ଼ ବୟାନ

ଢାକା,୧୭।୫: ବାଂଲାଦେଶର ଶାସକ ଦଳ, ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP), ଏବେ ଢାକା ଏବଂ ନୂଆଦିଲ୍ଲୀ ମଧ୍ୟରେ ସମ୍ପର୍କର ଭବିଷ୍ୟତକୁ ଗଙ୍ଗା ଜଳ ବଣ୍ଟନ ଚୁକ୍ତିନାମା ନବୀକରଣ…

ଅସ୍ଥାୟୀ ମଣ୍ଡପରେ ଦେବୀଙ୍କୁ ପୂଜାର୍ଚ୍ଚନା କଲେ ପୂର୍ବତନ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ଆସିବେ ଆଉ ୩ ମନ୍ତ୍ରୀ, ୪ ବିଧାୟକ

ଭଞ୍ଜନଗର,୧୭ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ଆଉ ୩ ଦିନ ପରେ ୨୦ ତାରିଖରେ ଉଦ୍‌ଯାପିତ ହେବ। ରବିବାର ପୂର୍ବତନ ମନ୍ତ୍ରୀ ବିକ୍ରମ କେଶରୀ…

‘ପ୍ରକୃତିର ସୁରକ୍ଷା କରିବା ଆମ ସମସ୍ତଙ୍କର କର୍ତ୍ତବ୍ୟ’

ଭଞ୍ଜନଗର,୧୭ା୫(ବାବୁଲା ପ୍ରଧାନ): ରାଜ୍ୟ ସରକାରଙ୍କ ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ଚଳିତ ବର୍ଷଠାରୁ ପ୍ରଥମଥର ପାଇଁ ପରିବେଶ ପର୍ଯ୍ୟଟନ (ଇକୋ ଟୁରିଜିମ) ସ୍ଥଳୀଗୁଡ଼ିକରେ ପ୍ରକୃତି ପରିଚୟ…

ଅମାନିଆ ଇସ୍କନର ବିଦେଶରେ ଅଦିନିଆ ରଥଯାତ୍ରା, ବିରୋଧ ସତ୍ତ୍ୱେ…

ଭୁବନେଶ୍ୱର,୧୭ା୫: ପୁଣି ଅମାନିଆ ହୋଇଛି ଇସ୍କନ। ଦକ୍ଷିଣ ଆଫ୍ରିକା ଓ ଆମେରିକାରେ ଅଦିନିଆ ରଥଯାତ୍ରା କରିଛି। ପ୍ରବାସୀ ଓଡ଼ିଆ ଓ ଜଗନ୍ନାଥ ପ୍ରେମୀଙ୍କ ପ୍ରତିବାଦକୁ ନ ମାନି…

ଦିଲ୍ଲୀବାସୀ ଖାଇବେ ରାୟଗଡ଼ାର ‘ଆମ୍ରପଲ୍ଲୀ’ ଆମ୍ବ, ରପ୍ତାନି ହେଲା ୨.୫ ମେଟ୍ରିକ୍‌ ଟନ୍‌

ଗୁଣପୁର,୧୭ା୫(ସୁଜାତା ପାଢ଼ୀ): ରାୟଗଡ଼ା ଜିଲାରେ ସାମୂହିକ ବିପଣନକୁ ପ୍ରୋତ୍ସାହିତ କରିବା ଏବଂ ସ୍ଥାନୀୟ ଚାଷୀଙ୍କ ପାଇଁ ଉତ୍ତମ ବଜାର ସଂଯୋଗ ସୁଯୋଗ ସୁନିଶ୍ଚିତ କରିବା ଦିଗରେ ଓଡ଼ିଶା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri