ଲାଞ୍ଚ ନେଇ ଧରାପଡ଼ିଲେ ସେକ୍ସନ ଅଫିସର

ଭଦ୍ରକ ଅଫିସ,୧୩ା୪: ଲାଞ୍ଚ ନେବାବେଳେ ସାଦା ପୋଷାକରେ ଉପସ୍ଥିତ ଥିବା ଭିଜିଲାନ୍ସ ଅଧିକାରୀମାନେ ବୁଧବାର ସେକ୍ସନ ଅଫିସରଙ୍କୁ ଧରିଛନ୍ତି। ଏପରିକି ତାଙ୍କଠାରୁ ଲାଞ୍ଚ ଟଙ୍କା ମଧ୍ୟ ଜବତ କରାଯାଇଛି।

ଭଦ୍ରକ ଟାଉନରେ ଏପରି ଘଟଣା ଦେଖିବାକୁ ମିଳିଛି। ଧୂଷୁରୀ ସାଆଁଳପୁର ଆଇଜିଏମ କଲେଜର ପ୍ରଧ୍ୟାପକ ପ୍ରଫୁଲ୍ଲ ପୃଷ୍ଟିଙ୍କ ମୃତ୍ୟୁ ପରେ ପୁଅ ପୀୟୂଷ ବାପାଙ୍କ ପେ୍‌ନସନ ଓ ଗ୍ରାଚ୍ୟୁଇଟି ଟଙ୍କା ପାଇବା ପାଇଁ ବାରମ୍ବାର କଲେଜକୁ ଦୌଡ଼ି ମଧ୍ୟ ନିରାଶ ହୋଇଥିଲେ। ଆଜି ହେବ କାଲି ହେବ କହିବା ପରେ ୧୦ ହଜାର ଟଙ୍କା ଦେଲେ କରାଇ ଦେବି ବୋଲି ପ୍ରଫୁଲ୍ଲଙ୍କ ପରିବାର ଲୋକଙ୍କୁ ସେକ୍ସନ ଅଫିସର ପ୍ରଭାତ କୁମାର ନାୟକ କହିଥିଲେ।

ପୀୟୂଷ ଏନେଇ ଭଦ୍ରକ ଭିଜିଲାନ୍ସରେ ଅଭିଯୋଗ କରିଥିଲେ। ଆଜି ଆରଡ଼ି ଛକ ନିକଟରେ ଯୋଜନା ମୁତାବକ ପୀୟୂଷ ଲାଞ୍ଚ ଟଙ୍କା ଦେଉଥିବା ବେଳେ ସାଦା ପୋଷାକରେ ଉପସ୍ଥିତ ଭିଜିଲାନ୍ସ ଅଧିକାରୀମାନେ ଶ୍ରୀ ନାୟକଙ୍କୁ ଧରିଥିଲେ। ଏପରିକି ତାଙ୍କଠାରୁ ଲାଞ୍ଚ ଟଙ୍କା ମଧ୍ୟ ଭିଜିଲାନ୍ସ ବିଭାଗ ଜବତ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘କ୍ରୀତଦାସ ନୁହେଁ, ସ୍ବାଭିମାନରେ ବିଶ୍ୱାସକରେ’

ଅନୁଗୋଳ, ୨୭ା୪(ଅମିତ କୁମାର ସାମଲ): ଦୀର୍ଘ ୨୫ ବର୍ଷର ଅପାରଗ ଓ ସ୍ଥାଣୁ ସରକାରରେ ଅନେକେ କ୍ରୀତଦାସ ହେବାକୁ ପସନ୍ଦ କରୁଛନ୍ତି। କିନ୍ତୁ ସେ କ୍ରୀତଦାସରେ...

ମୁକାବିଲା ମୁଡ୍‌ରେ ସୂର୍ଯ୍ୟବଂଶୀ-ସଞ୍ଜୟ

ଧାମନଗର,୨୭୪(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଲୋକ ସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଧାମନଗର ବିଧାନସଭା କ୍ଷେତ୍ରରେ ଭାଜପା, ବିଜେଡି ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି। ଭାଜପା...

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଚାଲିଗଲା ୩ ଜୀବନ

ଅନୁଗୋଳ,୨୭ା୪ (ଅମିତ କୁମାର ସାମଲ): ଅନୁଗୋଳ ସଦର ଥାନା ଅଧୀନ ପଞ୍ଚମହଳା ନିକଟରେ ଶନିବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ...

ସୀମାରେ ଯାଞ୍ଚ: ପିକ୍‌ଅପ୍‌ ଭ୍ୟାନରୁ ୩.୬୯ଲକ୍ଷ ଜବତ

ନୂଆପଡ଼ା,୨୭ା୪ (ମକାରୁ ବେମାଲ): ସାଧାରଣ ନିର୍ବାଚନକୁ ଅବାଧ ଓ ନିରପେକ୍ଷ କରିବା ଲକ୍ଷ୍ୟ ନେଇ ପୋଲିସ ପ୍ରଶାସନ, ଅବକାରୀ ଓ ବନ ବିଭାଗ ପକ୍ଷରୁ ଆନ୍ତଃ...

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri