ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟ ସହ ସିକ୍ୟୁରଆଇଜ୍‌’ର ବୁଝାମଣା

ଭୁବନେଶ୍ୱର,୧୨।୧୧: ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟ ଏବଂ ସିକ୍ୟୁରଆଇଜ୍‌ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ସୋମବାର ବିଶ୍ୱବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଶ୍ରୀ ଶ୍ରୀ ରବିଶଙ୍କରଙ୍କ ଦ୍ୱାରା ଏହି ଐତିହାସିକ ଚୁକ୍ତି ସ୍ବାକ୍ଷର ସଫଳତାର ସହ ସମ୍ପନ୍ନ ହୋଇଛି।
ଏ ସମ୍ପର୍କରେ ଶ୍ରୀ ଶ୍ରୀ ରବିଶଙ୍କର କହିଥିଲେ, ବିଶ୍ୱବିଦ୍ୟାଳୟ ସର୍ବଦା ଆବଶ୍ୟକତା ଅନୁଯାୟୀ ଶିକ୍ଷା ଓ ଜ୍ଞାନକୌଶଳକୁ ଆପଣାଇବା ସହ ଶିକ୍ଷାର ବିକାଶ ଓ ସମାଜର ହିତ ସାଧନ ପାଇଁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିଥାଏ। ସିକ୍ୟୁରଆଇଜ୍‌ର ସିଇଓ କର୍ମେନ୍ଦ୍ର କୋହଲି କହିଥିଲେ,ପରବର୍ତ୍ତୀ ପିଢ଼ିର ସାଇବର ସୁରକ୍ଷା ପ୍ରଫେସନାଲମାନଙ୍କୁ ପ୍ରତିପୋଷଣ କରିବା ପାଇଁ ଆମର ଜ୍ଞାନ ଆଦାନପ୍ରଦାନ କରିବା ଲାଗି ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟ ସହ ବୁଝାମଣା ହୋଇଥିବାରୁ ଆମେ ଅତ୍ୟନ୍ତ ଆନନ୍ଦିତ। ଆସନ୍ତାକାଲିର ଆହ୍ବାନ ପାଇଁ ଛାତ୍ରୀଛାତ୍ରମାନଙ୍କୁ ପ୍ରସ୍ତୁତ କରି ଏହି ସହଯୋଗ ଶିଳ୍ପରେ ଦକ୍ଷତା ବ୍ୟବଧାନକୁ ଦୂର କରିବ। ସିକ୍ୟୁରଆଇଜ୍‌ର ସିଟିଓ ସିମନ୍ତ ପଟ୍ଟନାୟକ କହିଥିଲେ,ଏକାଡେମିକ ସହିତ ହ୍ୟାଣ୍ଡ-ଅନ ଟ୍ରେନିଂକୁ ଏକତ୍ର କରି ଆମେ କୁଶଳୀ ସାଇବର ସୁରକ୍ଷା ବୃତ୍ତିଗତଙ୍କ ପ୍ରତିଭା ପୁଲ୍‌ ସୃଷ୍ଟି କରିବୁ। ଏହି ସହଭାଗିତା ସାଇବର ସୁରକ୍ଷା କ୍ଷେତ୍ରରେ ନବସୃଜନ, ଅନୁସନ୍ଧାନ ଏବଂ ଅଭିବୃଦ୍ଧି ଘଟାଇବ। ଅପରପକ୍ଷରେ ଏହି ବୁଝାମଣା ଶିଳ୍ପ ପ୍ରଫେସନାଲମାନଙ୍କୁ ବିକଶିତ କରିବା ପାଇଁ ଏକ ରଣନୀତିକ ଯୋଜନା ହୋଇଥିଲାବେଳେ ଏହାକୁ କାର୍ଯ୍ୟକାରୀ କରିବା ପାଇଁ ଏକ ବିସ୍ତୃତ ରୋଡ ମ୍ୟାପ ପ୍ରସ୍ତୁତ କରାଯାଇଛି। ଏପରିକି ବୁଝାମଣା ମାଧ୍ୟମରେ ସଂଗଠନଗୁଡ଼ିକ ଆପରେନଟିସ ଏମବୋଡେଡ ସ୍ନାତକ, ସ୍ନାତକୋତର ଏବଂ ଦକ୍ଷତା ପ୍ରମାଣୀକରଣ କାର୍ଯ୍ୟକ୍ରମ ଆରମ୍ଭ ସହ ସହଯୋଗୀ ଅନୁସନ୍ଧାନ ଏବଂ ପରାମର୍ଶକୁ ବୃଦ୍ଧି କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ

ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

ରିଲିଜ ପୂର୍ବରୁ ‘ରାକା’ରଚିଲା ଇତିହାସ: ଗିନିଜ ୱାଲର୍‌ଡ ରେକର୍ଡରେ ଅଲ୍ଲୁ ଅର୍ଜୁନଙ୍କ ଫିଲ୍ମ

ମୁମ୍ବାଇ: ‘ପୁଷ୍ପା’ ଓ ‘ପୁଷ୍ପା ୨’ ଭଳି ଫିଲ୍ମ ଜରିଆରେ କେବଳ ଦେଶ ନୁହେଁ, ସାରା ବିଶ୍ୱରେ ନିଜର ପରିଚୟ ସୃଷ୍ଟି କରିଥିବା ତେଲୁଗୁ ସୁପରଷ୍ଟାର ଅଲ୍ଲୁ…

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?