ଧନୁଯାତ୍ରା ପାଇଁ ବଢିଲା ସୁରକ୍ଷା ବ୍ୟବସ୍ଥା

ମଥୁରାନଗରୀ,୧୪।୧(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ସୋମବାରଠାରୁ ଆରମ୍ଭ ହୋଇଛି। ୧୧ଦିନ ବ୍ୟାପୀ ଆସନ୍ତା ୨୫ତାରିଖ ପର୍ଯ୍ୟନ୍ତ ଏହି ମହୋତ୍ସବ ଚାଲିବ। ତେବେ ଧନୁଯାତ୍ରାରେ ଦର୍ଶକଙ୍କ ଭିଡ଼କୁ ଆଖି ଆଗରେ ମଥୁରାନଗରୀ (ବରଗଡ଼ ସହର) ଏବଂ ଗୋପପୁର (ଅମ୍ବାପାଲି)ରେ ପୋଲିସ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ସ୍ଥାନୀୟ ନିଶାମଣି ସ୍କୁଲ ସମ୍ମୁଖ ଲୋକ ମଣ୍ଡପ ପଡ଼ିଆରେ ଅନୁଷ୍ଠିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଧନୁଯାତ୍ରା ପାଇଁ ପୋଲିସ ଅଧିକାରୀ ଏବଂ କର୍ମଚାରୀଙ୍କୁ ଦାୟିତ୍ୱ ବଣ୍ଟନ ସହିତ ଶୃଙ୍ଖଳା ରକ୍ଷା ପାଇଁ ଏସ୍‌ପି ପି.ଏସ୍‌. ମୀନା ପରାମର୍ଶ ଦେଇଥିଲେ।
ଏସପି ମୀନା କହିଛନ୍ତି, ଧନୁଯାତ୍ରା ଦେଖିବାକୁ ଆସୁଥିବା ଦର୍ଶକ, ପର୍ଯ୍ୟଟକମାନେ ଯେଭଳି ଭଲ ଭାବେ ମହୋତ୍ସବକୁ ଉପଭୋଗ କରିପାରିବେ ଏବଂ କୌଣସି ଅସୁବିଧାର ସମ୍ମୁଖୀନ ନ ହେବେ, ସେଥିପାଇଁ ଟ୍ରାଫିକ୍‌ ବ୍ୟବସ୍ଥାକୁ ଅଧିକ ଗୁରୁତ୍ୱ ଦିଆଯାଇଛି। ଧନୁଯାତ୍ରା ମହୋତ୍ସବ ସମୟରେ କିଛି ନିର୍ଦ୍ଦିଷ୍ଟ ବ୍ୟସ୍ତବହୁଳ ରାସ୍ତାରେ ସାମୟିକ ଭାବେ ଗାଡ଼ି ଚଳାଚଳ ବନ୍ଦ ରଖାଯାଇଥିବା ବେଳେ ପାର୍କିଂ ବ୍ୟବସ୍ଥା କରାଯାଇଛି। ସେହିପରି ରାଜ ଦରବାର, ରଙ୍ଗ ମହଲ, ମୀନା ବଜାର ସମେତ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଛକରେ ସିସିଟିଭି ଲଗାଯାଇଛି ଏବଂ କଣ୍ଟ୍ରୋଲ ରୁମ୍‌ରୁ ନଜର ରଖିବା ସହିତ ନିୟନ୍ତ୍ରଣ ବ୍ୟବସ୍ଥା କରାଯାଇଥିବା ଏସ୍‌ପି ସୂଚନା ଦେଇଛନ୍ତି। ଧନୁଯାତ୍ରା ମହୋତ୍ସବକୁ ନିରାପଦ ଏବଂ ଶୃଙ୍ଖଳିତ ଭାବେ ସମାପନ କରିବା ପାଇଁ ବ୍ୟାପକ ପୋଲିସ ମୁତୟନ କରାଯାଇଛି। ଏସ୍‌ପି ମୀନାଙ୍କ ତତ୍ତ୍ବାବଧାନରେ ଜଣେ ଅତିରିକ୍ତ ଏସ୍‌ପିଙ୍କ ନେତୃତ୍ୱରେ ୭ଜଣ ଡିଏସ୍‌ପି, ୧୨ଜଣ ଇନ୍ସପେକ୍ଟର, ୧୦୫ଜଣ ସବ୍‌ଇନ୍ସପେକ୍ଟର, ଆସିଷ୍ଟାଣ୍ଟ ସବ୍‌ଇନ୍ସପେକ୍ଟର, ୧୨ପ୍ଲାଟୁନ ଫୋର୍ସ ଏବଂ ୬ପ୍ଲାଟୁନ ହୋମଗାର୍ଡ ମୁତୟନ କରାଯାଇଛି। ଧନୁଯାତ୍ରା ମହୋତ୍ସବକୁ ଶୃଙ୍ଖଳିତ ଭାବେ ସମାପନ କରିବା ଦିଗରେ ଏସ୍‌ପି ମୀନା ସମସ୍ତଙ୍କ ସହଯୋଗ କାମନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫେକ୍‌ ଆକାଉଣ୍ଟ ଥିଲେ ସାବଧାନ! ଏହି କାମ ନ କଲେ ଆଉ ଚାଲିବନି ଫେସବୁକ-ଇନଷ୍ଟାଗ୍ରାମ!

ନୂଆଦିଲ୍ଲୀ,୨୬।୩: ସୋସିଆଲ ମିଡିଆ ଆମ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟିଛି, କିନ୍ତୁ ଏହା ସହିତ ଜଡିତ ସମସ୍ୟାଗୁଡ଼ିକ ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ନକଲି…

ସାମରିକ ଆକ୍ରମଣରେ ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ କରିଥିବା ମୁଖ୍ୟ କାର୍ପଟଦାର ନିହତ!

ଜେରୁଜେଲମ,୨୬।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଇସ୍ରାଏଲ ଏକ ବଡ଼ ଦାବି କରିଛି। ଜଣେ ଇସ୍ରାଏଲୀ ସାମରିକ ଅଧିକାରୀଙ୍କ ଅନୁଯାୟୀ, ଇରାନର IRGC ନୌସେନାର ମୁଖ୍ୟ ଆଲିରେଜା…

ପଞ୍ଚାୟତ ନିର୍ବାଚିତ ପ୍ରତିନିଧିଙ୍କୁ ଅଣଦେଖାର ପ୍ରତିବାଦ, ମୁଖ୍ୟ ଫାଟକ ସାମ୍ନାରେ ଧାରଣା ଦେଇ…

ପଟ୍ଟାଙ୍ଗି,୨୬ା୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ପଞ୍ଚାୟତ ନିର୍ବାଚିତ ଜନପ୍ରତିନିଧିଙ୍କୁ ଅଣଦେଖା ପ୍ରତିବାଦ କରି ବ୍ଲକ ମୁଖ୍ୟ ଫାଟକ ସମ୍ମୁଖରେ ଜିଲାପରିଷଦ…

ଫରେଷ୍ଟଗାର୍ଡଙ୍କୁ ନିର୍ଦ୍ଧୁମ ପିଟିଲେ କୁଲଡିହା ACF, କାରଣ ଜାଣିଲେ……

ନୀଳଗିରି,୨୬ା୩,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧିନ କୁଲଡିହା ଏ.ସି.ଏଫଙ୍କ ମାଡ଼ରେ ଫରେଷ୍ଟଗାର୍ଡ ଗୁରୁତର ହୋଇଛନ୍ତି । ଗୁରୁତର ବନ କର୍ମଚାରୀଙ୍କୁ ଉଦ୍ଧାର କରାଯାଇ…

ଯୁଦ୍ଧ ରୋକିବା ପାଇଁ ଭାରତ ଉପରେ କାହିଁକି ନିର୍ଭର କରୁଛି ଇରାନ? ଜାଣନ୍ତୁ ୫ କାରଣ

ନୂଆଦିଲ୍ଲୀ,୨୬।୩: ଗତକାଲି ନୂଆଦିଲ୍ଲୀରେ ଦେଇଥିବା ବିବୃତ୍ତିରେ, ଇରାନ ରାଷ୍ଟ୍ରଦୂତ ମହମ୍ମଦ ଫଥାଲି ଇରାନ-ଇସ୍ରାଏଲ ବିବାଦରେ ଭାରତକୁ ଏକ ନିର୍ଭରଯୋଗ୍ୟ ମଧ୍ୟସ୍ଥି ଭାବରେ ବର୍ଣ୍ଣନା କରିଥିଲେ, ଯାହା ମଧ୍ୟପ୍ରାଚ୍ୟରେ…

ଜଳଖିଆ ହେଲା କାଳ! ଝାଡାବାନ୍ତି ପରେ ହସ୍ପିଟାଲରେ ୧୯ଛାତ୍ରୀଛାତ୍ର

ସୁନ୍ଦରଗଡ,୨୬।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ବ୍ଲକ ଅନ୍ତର୍ଗତ ଲହଣ୍ଡାବୁଡ ପଞ୍ଚାୟତ ହାଇସ୍କୁଲ ର ୧୯ଜଣ ଛାତ୍ରୀଛାତ୍ର ଝାଡାବାନ୍ତିରେ ଆକ୍ରାନ୍ତହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ଅସୁସ୍ଥଙ୍କ…

ସାଇକେଲରେ ବିଦ୍ୟାଳୟ ଯାଉଥିଲେ ଦୁଇ ଛାତ୍ର, ପାଚେରିରେ ପିଟି ହୋଇ…

ମୋହନା,୨୬ା୩(ମନ୍ମଥ ମିଶ୍ର): ସାଇକେଲରେ ବିଦ୍ୟାଳୟକୁ ଯିବା ବେଳେ ପାଚେରିରେ ପିଟି ହୋଇ ଦୁଇ ଛାତ୍ର ଗୁରୁତର ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା…

କୋଲକାତାରେ ନିର୍ବାଚନ ପୂର୍ବରୁ ରକ୍ତପାତ! TMC କାର୍ଯ୍ୟକର୍ତ୍ତାଙ୍କୁ ହତ୍ୟା

କୋଲକାତା,୨୬।୩: ପଶ୍ଚିମବଙ୍ଗର ରାଜଧାନୀ କୋଲକାତାରେ ନିର୍ବାଚନ ପୂର୍ବରୁ ହିଂସାର ଆଉ ଏକ ଘଟଣା ସାମ୍ନାକୁ ଆସିଛି। ବୁଧବାର ବିଳମ୍ବିତ ରାତିରେ, ଫୁଲବାଗାନ ଅଞ୍ଚଳର ବାଘଜାତୀନରେ ତୃଣମୂଳ କଂଗ୍ରେସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri