ଧନୁଯାତ୍ରା ପାଇଁ ବଢିଲା ସୁରକ୍ଷା ବ୍ୟବସ୍ଥା

ମଥୁରାନଗରୀ,୧୪।୧(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ସୋମବାରଠାରୁ ଆରମ୍ଭ ହୋଇଛି। ୧୧ଦିନ ବ୍ୟାପୀ ଆସନ୍ତା ୨୫ତାରିଖ ପର୍ଯ୍ୟନ୍ତ ଏହି ମହୋତ୍ସବ ଚାଲିବ। ତେବେ ଧନୁଯାତ୍ରାରେ ଦର୍ଶକଙ୍କ ଭିଡ଼କୁ ଆଖି ଆଗରେ ମଥୁରାନଗରୀ (ବରଗଡ଼ ସହର) ଏବଂ ଗୋପପୁର (ଅମ୍ବାପାଲି)ରେ ପୋଲିସ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ସ୍ଥାନୀୟ ନିଶାମଣି ସ୍କୁଲ ସମ୍ମୁଖ ଲୋକ ମଣ୍ଡପ ପଡ଼ିଆରେ ଅନୁଷ୍ଠିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଧନୁଯାତ୍ରା ପାଇଁ ପୋଲିସ ଅଧିକାରୀ ଏବଂ କର୍ମଚାରୀଙ୍କୁ ଦାୟିତ୍ୱ ବଣ୍ଟନ ସହିତ ଶୃଙ୍ଖଳା ରକ୍ଷା ପାଇଁ ଏସ୍‌ପି ପି.ଏସ୍‌. ମୀନା ପରାମର୍ଶ ଦେଇଥିଲେ।
ଏସପି ମୀନା କହିଛନ୍ତି, ଧନୁଯାତ୍ରା ଦେଖିବାକୁ ଆସୁଥିବା ଦର୍ଶକ, ପର୍ଯ୍ୟଟକମାନେ ଯେଭଳି ଭଲ ଭାବେ ମହୋତ୍ସବକୁ ଉପଭୋଗ କରିପାରିବେ ଏବଂ କୌଣସି ଅସୁବିଧାର ସମ୍ମୁଖୀନ ନ ହେବେ, ସେଥିପାଇଁ ଟ୍ରାଫିକ୍‌ ବ୍ୟବସ୍ଥାକୁ ଅଧିକ ଗୁରୁତ୍ୱ ଦିଆଯାଇଛି। ଧନୁଯାତ୍ରା ମହୋତ୍ସବ ସମୟରେ କିଛି ନିର୍ଦ୍ଦିଷ୍ଟ ବ୍ୟସ୍ତବହୁଳ ରାସ୍ତାରେ ସାମୟିକ ଭାବେ ଗାଡ଼ି ଚଳାଚଳ ବନ୍ଦ ରଖାଯାଇଥିବା ବେଳେ ପାର୍କିଂ ବ୍ୟବସ୍ଥା କରାଯାଇଛି। ସେହିପରି ରାଜ ଦରବାର, ରଙ୍ଗ ମହଲ, ମୀନା ବଜାର ସମେତ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଛକରେ ସିସିଟିଭି ଲଗାଯାଇଛି ଏବଂ କଣ୍ଟ୍ରୋଲ ରୁମ୍‌ରୁ ନଜର ରଖିବା ସହିତ ନିୟନ୍ତ୍ରଣ ବ୍ୟବସ୍ଥା କରାଯାଇଥିବା ଏସ୍‌ପି ସୂଚନା ଦେଇଛନ୍ତି। ଧନୁଯାତ୍ରା ମହୋତ୍ସବକୁ ନିରାପଦ ଏବଂ ଶୃଙ୍ଖଳିତ ଭାବେ ସମାପନ କରିବା ପାଇଁ ବ୍ୟାପକ ପୋଲିସ ମୁତୟନ କରାଯାଇଛି। ଏସ୍‌ପି ମୀନାଙ୍କ ତତ୍ତ୍ବାବଧାନରେ ଜଣେ ଅତିରିକ୍ତ ଏସ୍‌ପିଙ୍କ ନେତୃତ୍ୱରେ ୭ଜଣ ଡିଏସ୍‌ପି, ୧୨ଜଣ ଇନ୍ସପେକ୍ଟର, ୧୦୫ଜଣ ସବ୍‌ଇନ୍ସପେକ୍ଟର, ଆସିଷ୍ଟାଣ୍ଟ ସବ୍‌ଇନ୍ସପେକ୍ଟର, ୧୨ପ୍ଲାଟୁନ ଫୋର୍ସ ଏବଂ ୬ପ୍ଲାଟୁନ ହୋମଗାର୍ଡ ମୁତୟନ କରାଯାଇଛି। ଧନୁଯାତ୍ରା ମହୋତ୍ସବକୁ ଶୃଙ୍ଖଳିତ ଭାବେ ସମାପନ କରିବା ଦିଗରେ ଏସ୍‌ପି ମୀନା ସମସ୍ତଙ୍କ ସହଯୋଗ କାମନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାଲେପୁରରେ ଆରମ୍ଭରୁ ବର୍ଷିଲେ ରାହୁଲ, କହିଲେ…

ସାଲେପୁର,୨୮ା୪: କଂଗ୍ରେସ ନେତା ରାହୁଲ ଗାନ୍ଧୀ ରବିବାର ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ମଧୁବାବୁଙ୍କ ଜନ୍ମସ୍ଥାନ କଟକର ସତ୍ୟଭାମାପୁରରେ ପହଞ୍ଚିଥିଲେ।...

ଟ୍ରକ୍‌ ପଛରେ ପିଟିହେଲା ବସ୍‌: ଡ୍ରାଇଭର, ହେଲପର ମୃତ

ସୋନପୁର,୨୮ା୪(ମୃତ୍ୟୁଞ୍ଜୟ ଶତପଥୀ): ବଲାଙ୍ଗୀର ୫୭ ନଂ ଜାତୀୟ ରାଜପଥର ସୋନପୁର ଥାନା ହରଡ଼ଖୋଲ ନିକଟରେ ଶନିବାର ବିଳମ୍ବିତ ରାତିରେ ଦୁର୍ଘଟଣା ଘଟିଛି। ପ୍ରଧାନ ନାମକ ଯାତ୍ରୀବାହୀ...

କାହାକୁ ଟାର୍ଗେଟ କଲେ ଦୀପାଳି ଦାସ, କହିଲେ ସିଜନାଲ ପକ୍ଷୀ…

ଭୁବନେଶ୍ୱର,୨୮।୪: ଝାରସୁଗୁଡା ନିର୍ବାଚନ ମଣ୍ଡଳୀ ଲାଇକେରା ଠାରେ ବିଜେଡିର ମହିଳା ସମାବେଶ କରିଛନ୍ତି ଦୀପାଳି ଦାସ । ଏଥିରେ ଝାରସୁଗୁଡା ବିଧାୟିକା ପ୍ରାର୍ଥୀ ଦୀପାଳି ବିରୋଧୀଙ୍କୁ...

ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ଦିଆଯିବ ଆଇଏଫ୍ଏ ବଟିକା

ଭୁବନେଶ୍ୱର, ୨୭।୪: ଖରା ଛୁଟିରେ ଛାତ୍ରଛାତ୍ରୀଙ୍କୁ ଆଇରନ୍ ଓ ଫଲିକ୍ ଏସିଡ୍ (ଆଇଏଫ୍ଏ) ବଟିକା ବାଣ୍ଟିବେ ଶିକ୍ଷକ ଶିକ୍ଷୟିତ୍ରୀ। ଆନେମିଆ (ରକ୍ତହୀନତା) ମୁକ୍ତ ଲକ୍ଷ୍ୟ ଅଭିଯାନ...

ଭୁବନେଶ୍ୱରରେ ପହଞ୍ଚିଲେ ରାହୁଲ ଗାନ୍ଧୀ

ଭୁବନେଶ୍ୱର,୨୮ା୪: କଂଗ୍ରେସ ନେତା ରାହୁଲ ଗାନ୍ଧୀ ରବିବାର ଓଡ଼ିଶାରେ ଆସି ପହଞ୍ଚିଛନ୍ତି। ଏକ ସ୍ବତନ୍ତ୍ର ବିମାନ ଯୋଗେ ରାହୁଲ ଦିଲ୍ଲୀରୁ ଆସି ଆଜି ଭୁବନେଶ୍ୱର ବିମାନବନ୍ଦରରେ...

ପୁରୀ ଷ୍ଟେଶନରେ ବଡ଼ ଅଘଟଣ: ଭୁଶୁଡିଲା ନିର୍ମାଣାଧୀନ କୋଠା, ଶ୍ରମିକ ଫସି ରହିଥିବା ଆଶଙ୍କା

ପୁରୀ,୨୮।୪: ପୁରୀ ରେଲୱେ ଷ୍ଟେସନରେ ଘଟିଯାଇଛି ବଡ଼ ଅଘଟଣ। ନିର୍ମାଣାଧୀନ କୋଠାର ଛାତ ଭୁଶୁଡି ୪ ଜଣ ଶ୍ରମିକ ଆହତ ହୋଇଛନ୍ତି। ଆହତମାନଙ୍କୁ ପୁରୀ ଜିଲା...

ଟ୍ବିନ୍‌ ସିଟିକୁ ରେଡ୍‌ ଆଲର୍ଟ

ଭୁବନେଶ୍ୱର,୨୮ା୪(ଅସମାପିକା ସାହୁ): ତାତିରେ ସିଝୁଛି ସାରା ଓଡ଼ିଶା। ରାଜ୍ୟବାସୀଙ୍କୁ କଲବଲ କରୁଛି ଅସହ୍ୟ ତାତି । ସ୍ଥିତି ଏମିତି ହେଲାଣି ଯେ, ବାହାରକୁ ବି ବାହାରିବା...

ରାସେଶ୍ୱରୀଙ୍କୁ ଭେଟିଲେ ଧର୍ମେନ୍ଦ୍ର, ଟିକେଟ ନ ମିଳିବାରୁ ଅସନ୍ତୁଷ୍ଟ ହୋଇ ବିଜେଡି ଛାଡିଥିଲେ ରାସେଶ୍ୱରୀ

ସମ୍ବଲପୁର,୨୮ା୪: ଓଡ଼ିଶା ରାଜନୀତିରେ ସମ୍ବଲପୁର ଏବେ ସବୁଠୁ ଚର୍ଚ୍ଚାରେ ରହିଛି। ଏହାରି ମଧ୍ୟରେ ରବିବାର ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କୁ ଭେଟିଛନ୍ତି କେନ୍ଦ୍ରମନ୍ତ୍ରୀ ତଥା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri