ଆଜି ସ୍ବାମୀ ଲକ୍ଷ୍ମଣାନନ୍ଦଙ୍କ ଶ୍ରାଦ୍ଧବାର୍ଷିକୀ: ଚକାପାଦରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ଫୁଲବାଣୀ ଅଫିସ/ ଚକାପାଦ/ତୁମୁଡିବନ୍ଧ,୩୦ା୮: କନ୍ଧମାଳ ଜିଲାର ଚକାପାଦ ଏବଂ ତୁମୁଡିବନ୍ଧସ୍ଥିତ ଜଲେଶପଟା ଆଶ୍ରମରେ ସୋମବାର ଜନ୍ମାଷ୍ଟମୀ ଓ ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୩ତମ ଶ୍ରାଦ୍ଧଦିବସ ପାଳନ କରାଯାଉଛି।
କୋଭିଡ୍‌ କଟକଣା ମଧ୍ୟରେ ଏହା ପାଳନ କରାଯାଉଛି। ଏଥିପାଇଁ ଆଶ୍ରମ ପରିସର ଚଳଚଞ୍ଚଳ ହୋଇଉଠିଛି। ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ବିଭିନ୍ନ ସ୍ଥାନରେ ଯାନବାହନ ଯାଞ୍ଚ ଚାଲିଛି। ଆଶ୍ରମରେ ପୂଜା କାର୍ଯ୍ୟ ସମ୍ପାଦନ ପାଇଁ ମାତ୍ର ୧୦ ଜଣଙ୍କୁ ପ୍ରବେଶ ଅନୁମତି ଦିଆଯାଇଛି। କରୋନା କଟକଣା ମଧ୍ୟରେ ସବୁ କାର୍ଯ୍ୟ ହେବ ବୋଲି ଚକାପାଦ ଆଶ୍ରମ ଦାୟିତ୍ୱରେ ଥିବା କୃଷ୍ଣାନନ୍ଦ ଏବଂ ସଚ୍ଚିଦାନନ୍ଦ ସରସ୍ବତୀ କହିଛନ୍ତି। ଆଶ୍ରମରେ ନାମଯଜ୍ଞ, ଗୋପୂଜା, ସୂର୍ଯ୍ୟପୂଜା ଓ ହୋମଯଜ୍ଞ କରାଯିବ ବୋଲି ସୂଚନା ଦେଇଛନ୍ତି। ସେହିପରି ତୁମୁଡିବନ୍ଧ ଜଲେଶପଟା ଆଶ୍ରମ ଦାୟିତ୍ୱରେ ଥିବା ସ୍ବାମୀ ଜୀବନମୁକ୍ତାନନ୍ଦଜୀ ମଧ୍ୟ ସମାନ କଥା କହିଛନ୍ତି। ଏସ୍‌ପି ଭୀନିତ ଅଗ୍ରୱାଲ ଏସବୁ କାର୍ଯ୍ୟକ୍ରମକୁ ଦୃଷ୍ଟିରେ ରଖି ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରିଛନ୍ତି। ଫୁଲବାଣୀ ସହର ଓ ଦାରିଙ୍ଗବାଡିରେ ୨ ପ୍ଲାଟୁନ ଲେଖାଏ ଫୋର୍ସ ମୁତୟନ ହୋଇଥିବା ବେଳେ ଚକାପାଦରେ ଦେଢ଼ ପ୍ଲାଟୁନ, ସଦର, ଖଜୁରିପଡା, ବାଲିଗୁଡା, ବାରଖମା, ତୁମୁଡିବନ୍ଧ, ଟିକାବାଲି, ଜି.ଉଦୟଗିରି, ରାଇକିଆ, ସାରଙ୍ଗଗଡ, ବ୍ରାହ୍ମଣୀଗାଁ ଏବଂ ଫିରିଙ୍ଗିଆରେ ୧ ପ୍ଲାଟୁନ ଲେଖାଏ ଫୋର୍ସ ଓ ଅଫିସରମାନେ ନିୟୋଜିତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତେଜିଲା ଆନ୍ଦୋଳନ, ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ କଂଗ୍ରେସର ବିକ୍ଷୋଭ

ଛତ୍ରପୁର,୨୮।୯(ଦିଲ୍ଲୀପି ସାମଲ/ଦ୍ୱାରିକା ସାମଲ): ଅଖିଳ ଭାରତ କଂଗ୍ରେସ କମିଟିର ନିର୍ଦ୍ଦେଶ କ୍ରମେ ଭୋଟ ଚୋରି ଅଭିଯୋଗକୁ ନେଇ ମୁଖ୍ୟ ନିର୍ବାଚନ କମିସନରଙ୍କ ବିରୋଧରେ ଗଞ୍ଜାମ ଜିଲା କଂଗ୍ରେସ…

ପଞ୍ଚାୟତ କାର୍ଯ୍ୟାଳୟରେ ଆଇନ ସଚେତନତା: ବିଭିନ୍ନ ଆଇନ ସମ୍ପର୍କରେ ଆଲୋଚନା

ଦିଗପହଣ୍ଡି, ୨୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ କାର୍ଯ୍ୟାଳୟ ସଭାଗୃହରେ ଦିଗପହଣ୍ଡି ତାଲୁକ ଆଇନ ସେବା କମିଟି ପକ୍ଷରୁ ସୋମବାର ଏକ…

୧୬ ଶିକ୍ଷୟିତ୍ରୀ-ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି: ବିଭିନ୍ନ ମହଲରୁ ଶୁଭେଚ୍ଛା

କର୍ଲାମୁଣ୍ଡା, ୨୮।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ୧୬ ଜଣ ଶିକ୍ଷୟିତ୍ରୀଶିକ୍ଷକଙ୍କୁ ପଦୋନ୍ନତି ମିଳିଥିବା ଜଣାପଡ଼ିଛି। ଏଥିରେ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୧୩ ଜଣ…

କାଠ ସଂଗ୍ରହ ବେଳେ ମହୁମାଛି ଆକ୍ରମଣ: ୪ ଜଣ ଆହତ, ତୁମୁଡ଼ିବନ୍ଧ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସାଧୀନ

ତୁମୁଡ଼ିବନ୍ଧ, ୨୮୯ (ଦୀପକ କୁମାର ପରାସେଠ): ଜାଳେଣି କାଠ ସଂଗ୍ରହ କରିବାକୁ ଜଙ୍ଗଲକୁ ଯାଇଥିବାବେଳେ ମହୁମାଛି ଆକ୍ରମଣରେ ୪ ଜଣ ଆହତ ହୋଇଛନ୍ତି। କନ୍ଧମାଳ ଜିଲା ତୁମୁଡ଼ିବନ୍ଧ…

କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲା: ବିଦ୍ୟୁତ୍‌ ବିଭାଗର ୩ ଯନ୍ତ୍ରୀ କଲେ ଆତ୍ମସମର୍ପଣ

କେନ୍ଦୁଝର,୨୮।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲାରେ ୩ଜଣ ଯନ୍ତ୍ରୀ ଆତ୍ମସମର୍ପଣ କରିଛନ୍ତି। ସୋମବାର କେନ୍ଦୁଝର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ବିଦ୍ୟୁତ୍‌…

ମଙ୍ଗଳ-ଚନ୍ଦ୍ରଙ୍କ ସଂଯୋଗରେ ମହାଲକ୍ଷ୍ମୀ ରାଜଯୋଗ: ୨୦୨୭ ପୂର୍ବରୁ କର୍କଟ ସମେତ ୪ ରାଶି ହେବେ ମାଲାମାଲ, ଘରକୁ ଆସିବ ଖୁସିଖବର!

ନଭେମ୍ବର ଆରମ୍ଭରେ ଗ୍ରହମାନଙ୍କ ସ୍ଥିତିରେ ଏକ ବିଶେଷ ପରିବର୍ତ୍ତନ ଦେଖିବାକୁ ମିଳିବ। ପଞ୍ଚାଙ୍ଗ ଅନୁସାରେ, ୧ ନଭେମ୍ବର ୨୦୨୬ରେ ଚନ୍ଦ୍ର ଓ ମଙ୍ଗଳ ଏକାଠି କର୍କଟ ରାଶିରେ…

ଟ୍ରକ୍‌ ଡ୍ରାଇଭରଙ୍କ ଝିଅ ରଚିଲେ ଇତିହାସ: ଏସିଆନ ଗେମ୍‌ରେ ଭାଙ୍ଗିଲେ ୪୨ ବର୍ଷର ରେକର୍ଡ

ନୂଆଦିଲ୍ଲୀ,୨୮।୯: ଏସିଆନ ଗେମ୍ସ ୨୦୨୬ରେ ତାମିଲନାଡୁର ଆଥଲେଟ ବିଥ୍ୟା ରାମରାଜ ନିଜ ନାଁରେ କରିଛନ୍ତି ଏକ ବଡ଼ ରେକର୍ଡ। ମହିଳା ୪୦୦ ମିଟର ହର୍ଡଲ୍ସରେ ସେ ୫୪.୭୫…

ଗୋଟିଏ UPI ପେମେଣ୍ଟରୁ ସରକାରଙ୍କୁ ମିଳେ କେତେ ଟଙ୍କା? ପ୍ରତି ଟ୍ରାଞ୍ଜାକ୍ସନ୍‌ର ପୂରା ହିସାବ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୮।୯: ୟୁନିଫାଏଡ ପେମେଣ୍ଟସ ଇଣ୍ଟରଫେସ ବା UPI ଜରିଆରେ ପ୍ରତିଦିନ କୋଟି କୋଟି ଟଙ୍କାର କାରବାର ହେଉଛି। କିନ୍ତୁ ଆପଣ କେବେ ଭାବିଛନ୍ତି କି, ଆପଣଙ୍କ ଗୋଟିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?