Posted inଜାତୀୟ

ଚାର୍‌ ଧାମ୍‌ ଯାତ୍ରାରେ ୫୫୦୦ ଯବାନଙ୍କ ହାତରେ ସୁରକ୍ଷା…

ଡେରାଡୁନ୍‌, ୧୦।୪ : ମେ ମାସରୁ ଚାର୍‌ ଧାମ୍‌ ଯାତ୍ରା ପାଇଁ ଉତ୍ତରାଖଣ୍ଡ ପୋଲିସ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଚଳିିଥର ରେକର୍ଡ ସଂଖ୍ୟକ ଶ୍ରଦ୍ଧାଳୁ ଚାର୍‌ ଧାମ୍‌ ଯାତ୍ରାରେ ପହଞ୍ଚିବାର ଆଶା କରାଯାଉଛି। ଶ୍ରଦ୍ଧାଳୁଙ୍କ ସୁରକ୍ଷା ପାଇଁ ଉତ୍ତରାଖଣ୍ଡର ସମସ୍ତ ଜିଲାର ପ୍ରାୟ ୫୫୦୦ ହଜାର ପୋଲିସ କର୍ମଚାରୀଙ୍କୁ ଦାୟିତ୍ୱ ଦିଆଯାଇଛି। ଯାତ୍ରୀଙ୍କ ସୁରକ୍ଷା ତଥା ଯାତ୍ରା ମାର୍ଗରେ ଜାମ ନ କରିବା ଲାଗି ଏହି ପୋଲିସ କର୍ମଚାରୀଙ୍କୁ ନିୟୋଜିତ କରାଯିବ।

ଏଥର ୧୧୦ ପୋଲିସ କର୍ମଚାରୀଙ୍କୁ ଯାତ୍ରା ପାଇଁ ପର୍ଯ୍ୟଟନ ପୋଲିସର ତାଲିମ ଦିଆଯିବ। ୭ ଦିନର ଏହି ତାଲିମରେ, ଏହି ଯବାନମାନଙ୍କୁ ଇଂଲିଶ୍‌ ଭାଷାରେ ଯାତ୍ରୀମାନଙ୍କ ସହିତ ଯୋଗାଯୋଗ କରିବା ଏବଂ ଡ୍ୟୁଟିରେ ଥିବା ସମୟରେ ଧୈର୍ଯ୍ୟର ସହିତ ଯାତ୍ରୀମାନଙ୍କ ସହିତ ବ୍ୟବହ।ର କରିବା ପାଇଁ ତାଲିମ ଦିଆଯିବ। ଏହି ପର୍ଯ୍ୟଟନ ପୋଲିସର ଭ୍ରମଣ ମାର୍ଗରେ ପ୍ରାୟ ୫୫ ଟି ଟୁରିଷ୍ଟ ବୁଥ ଖୋଲା ଯିବ।

ଶ୍ରଦ୍ଧାଳୁ ସେମାନଙ୍କ ସମସ୍ୟା ସମାଧାନ କ୍ଷେତ୍ରରେ ସହଜରେ ପୋଲିସର ସାହାଯ୍ୟ ପାଇପାରିବେ। ପର୍ଯ୍ୟଟନ ପୋଲିସର ଏକ ବୁକଲେଟ ରହିବ ଯାହାକି ଶ୍ରଦ୍ଧାଳୁମାନଙ୍କୁ ଭ୍ରମଣ ମାର୍ଗରେ ଥିବା ଅନ୍ୟ ଧାର୍ମିକ ସ୍ଥାନ ସମ୍ପର୍କିତ ପର୍ଯ୍ୟଟନ ବିଷୟରେ ସୂଚନା ଦେବ। ଯାହାଫଳରେ ଚାର୍‌ ଧାମ୍‌ ଯାତ୍ରା ସହିତ ଏହି ଶ୍ରଦ୍ଧାଳୁ ମାନେ ଅନ୍ୟ ଧାର୍ମିକ ତଥା ସାଂସ୍କୃତିକ ସ୍ଥାନର ପର୍ଯ୍ୟଟନ କରିପାରିବେ।

ଏଥି ସହିତ, ଯାତ୍ରା ସମୟରେ ଯେକୌଣସି ପ୍ରକାରର ବିପର୍ଯ୍ୟୟର ମୁକାବିଲା ପାଇଁ ଏସଆରଡିଏଫ୍‌ର ୩୩ ଟି ଟିମ (ରାଜ୍ୟ ବିପର୍ଯ୍ୟୟ ପ୍ରଶମନ ବାହିନୀ) ନିୟୋଜିତ ହୋଇଛନ୍ତି। ସୁରକ୍ଷାକୁ ଦୃଷ୍ଟିରେ ରଖି ଟ୍ରାଫିକ ପୋଲିସ ସ୍ଥାନୀୟ ପୋଲିସ ଏବଂ ୮ ଇନ୍ସପେକ୍ଟର,୮ ସବ-ଇନ୍ସପେକ୍ଟରଙ୍କ ସହିତ ପ୍ରାୟ ୫୮୦ କନଷ୍ଟେବଳଙ୍କୁ ନିୟୋଜିତ କରାଯାଇଛି। ଏହା ସହିତ ୧୧ ୟୁନିଟ ଫାୟାର ବ୍ରିଗେଡ୍ର ଟିମ୍‌କୁ ସଜାଗ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ଧକାର ଆଡକୁ ଯାଉଛି ଭାରତୀୟ କ୍ରିକେଟର୍‌ ଭବିଷ୍ୟତ: ବିସ୍ଫୋରକ ବୟାନ ଦେଲେ ପୂର୍ବତନ କ୍ରିକେଟ୍‌ର

ନୂଆଦିଲ୍ଲୀ,୯।୭: ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ଭାରତୀୟ କ୍ରିକେଟ୍‌ ଦଳର ବର୍ତ୍ତମାନର ରଣନୀତି ଦେଖି ଆଶ୍ଚର୍ଯ୍ୟ ହୋଇଛନ୍ତି ଏବଂ ଦଳ ପରିଚାଳନା ଦ୍ୱାରା ନିଆଯାଇଥିବା ଅନେକ…

ବଙ୍ଗରେ ଆଦିବାସୀ ମହିଳାଙ୍କୁ ଗଣବଳାତ୍କାର, ରକ୍ତ ଜୁଡୁବୁଡୁ ଅବସ୍ଥାରେ ମିଳିଲା ମୃତଦେହ

କୋଲକାତା,୯।୭: ପଶ୍ଚିମବଙ୍ଗର ବାରୁଇପୁରରେ ଜଣେ ନିର୍ଦ୍ଦୋଷ ଶିଶୁ ଉପରେ ହୋଇଥିବା ନିର୍ମମ ଆକ୍ରମଣ ପରେ, ପୂର୍ବ ବର୍ଦ୍ଧମାନ ଜିଲାରୁ ଗଣବଳାତ୍କାରର ଏକ ଘଟଣା ସାମ୍ନାକୁ ଆସିଛି। ଦିୱାନ-ଦିଘି…

ସରକାରୀ କାର୍ଯ୍ୟରେ ଅନ୍ୟ ସମ୍ପ୍ରଦାୟକୁ ଯାଇ ବାସନ୍ଦର ଶିକାର ହେଲେ ଆଶାକର୍ମୀ

ପାରଳାଖେମୁଣ୍ଡି,୯ା୭(ଗିରିଧାରୀ ପରିଚ୍ଛା):ସରକାରୀ ସ୍ବାସ୍ଥ୍ୟସେବା ଓ କଲ୍ୟାଣମୂଳକ ଯୋଜନା ସମସ୍ତଙ୍କ ପାଖରେ ପହଞ୍ଚାଇବାରେ ଆଶାକର୍ମୀଙ୍କ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ରହିଛି। ହେଲେ ସେହି ଦାୟିତ୍ୱ ପାଳନ କରିବାକୁ ଯାଇ ଜଣେ…

ଟ୍ରେକିଂ ପାଇଁ ଯାଇ ମାଲ୍ୟଗିରି ପାହାଡ଼ରେ ଫସିଯାଇଥିଲେ ୩ ଯୁବକ, ୨୫ ଫୁଟ ଘାଇରୁ….

ପାଳଲହଡା,୯ା୭(ଦିବ୍ୟଜ୍ୟୋତି ଦାଶ): ଅନୁଗୋଳ ଜିଲା ପାଳଲହଡା ମାଲ୍ୟଗିରି ପାହାଡକୁ ଟ୍ରେକିଂ କରିବାକୁ ଯାଇ ଫସି ରହିଥିବା ୩ ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କଲା ଅଗ୍ନିଶମ ବାହିନୀ…

‘We Will Kill Trump…’,ପ୍ରତିଶୋଧର ନିଆଁ! ଖାମେନେଇଙ୍କ ଅନ୍ତିମ ସଂସ୍କାର ଭୂମିରୁ ଟ୍ରମ୍ପଙ୍କୁ ମୃତ୍ୟୁ ଧମକ

ତେହରାନ,୯ା୭: ଆମେରିକା ଇରାନର ଆଠଟି ସହର ଉପରେ ଆକ୍ରମଣ କରିଛି । ପ୍ରତିଶୋଧ ସ୍ୱରୂପ, ତେହରାନ ବାହାରିନ ଏବଂ କୁୱେତରେ ଥିବା ଅନେକ ସାମରିକ ଘାଟିକୁ ଟାର୍ଗେଟ…

ଝିଆରୀଙ୍କୁ ବଳାତ୍କାର କଲେ ଦାଦା: ଘରେ କେହି ନ ଥିବାବେଳେ…

ଭଦ୍ରକ,୯ା୭(ସନାତନ ରାଉତ): ନାବାଳିକା ଝିଆରୀଙ୍କୁ ବଳାତ୍କାର ଅଭିଯୋଗରେ ସମ୍ପର୍କୀୟ ଦାଦାଙ୍କୁ ପୋଲିସ ଗିରଫ କରିଛି। ଏପରି ଘଟଣା ଘଟିଛି ଭଦ୍ରକ ଟାଉନ ଥାନା ଅଞ୍ଚଳରେ। ରଜ ସମୟରେ…

ହୀରାକୁଦ ଜଳଭଣ୍ଡାରରୁ ପ୍ରଥମ ବନ୍ୟା ଜଳ ନିଷ୍କାସନ: ଖୋଲିଲା ୪ ସ୍ଲୁଇସ ଗେଟ

ସମ୍ବଲପୁର,୯।୭(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରରୁ ଚଳିତ ବର୍ଷର ପ୍ରଥମ ବନ୍ୟା ଜଳ ନିଷ୍କାସନ ପ୍ରକ୍ରିୟା ଆରମ୍ଭ ହୋଇଛି। ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା…

ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ବଡ଼ ଡିଲ୍‌: ଚାଇନା-ପାକିସ୍ତାନ ଛାନିଆ

ମେଲବୋର୍ନ,୯।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆଣ୍ଟୋନି ଆଲବାନିଜଙ୍କ ଉପସ୍ଥିତିରେ ମେଲବୋର୍ନରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଅନେକ ଗୁରୁତ୍ୱପୂର୍ଣ୍ଣ ଚୁକ୍ତି ସ୍ବାକ୍ଷରିତ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri