ଭୁବନେଶ୍ୱର,୧।୨: ରିଲାଏନ୍ସ ଜିଓ ପକ୍ଷରୁ ୩୫ତମ ଜାତୀୟ ସଡ଼କ ସୁରକ୍ଷା ମାସ ନିକଟରେ ଉଦ୍ଘାଟିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀର ଓଡ଼ିଶା ୟୁନିଟ୍ ପକ୍ଷରୁ ୩୫ତମ ଜାତୀୟ ସଡ଼କ ସୁରକ୍ଷା ମାସ ଭୁବନେଶ୍ୱରସ୍ଥିତ ରାଜ୍ୟ କାର୍ଯ୍ୟାଳୟ ସମେତ ଓଡ଼ିଶାର ବିଭିନ୍ନ ସ୍ଥାନରେ ଥିବା ଶାଖା କାର୍ଯ୍ୟାଳୟ ଓ କ୍ଷେତ୍ର ସ୍ତରୀୟ ସ୍ଥଳଗୁଡିକରେ ମଧ୍ୟ ପାଳନ କରାଯାଇଥିଲା। ଏହି ଅବସରରେ ରିଲାଏନ୍ସ ଜିଓର ଓଡ଼ିଶା ବ୍ୟବସାୟ ମୁଖ୍ୟ ପ୍ରଦୀପ ରାଉତ ସମ୍ମାନିତ ଅତିଥି ଭାବେ ଯୋଗଦେଇ ୩୫ତମ ଜାତୀୟ ସଡ଼କ ସୁରକ୍ଷା ମାସକୁ ବିଧିବଦ୍ଧ ଭାବେ ଶୁଭାରମ୍ଭ କରିବା ସହିତ ସଡ଼କ ନିରାପତ୍ତା ଅଭ୍ୟାସ ଉପରେ ଅନେକ ମୂଲ୍ୟବାନ ଅନ୍ତର୍ଦୃଷ୍ଟି ପ୍ରଦାନ କରିଥିଲେ। ଏପରିକି ମାସବ୍ୟାପୀ ପାଳନ କରାଯାଉଥିବା ଉକ୍ତ କାର୍ଯ୍ୟକ୍ରମ ୨୦୨୪ ଫେବୃଆରୀ ୧୦ରେ ଉଦ୍ଯାପନ ହେବ। ଅପରପକ୍ଷରେ ‘ଜଣେ ସଡ଼କ ସୁରକ୍ଷା ହିରୋ ହୁଅନ୍ତୁ’ ବିଷୟବସ୍ତୁ ଉପରେ ଆଧାରିତ ଏହି ଜାତୀୟ ସଡ଼କ ସୁରକ୍ଷା ମାସ ପାଳନର ମୁଖ୍ୟ ଲକ୍ଷ୍ୟ ହେଉଛି, ସଡ଼କ ସୁରକ୍ଷା, ନିରାପଦ ଗାଡି ଚାଳନା ଜୀବନ ରକ୍ଷା ଏବଂ ସଡ଼କ ଦୁର୍ଘଟଣା ହ୍ରାସ ଆଦି ସମ୍ପର୍କରେ ସଚେତନତା ସୃଷ୍ଟି କରିବା। ସେହିଭଳି ଗମନାଗମନର ପ୍ରମୁଖ ନିରାପତ୍ତାମୂଳକ ପଦକ୍ଷେପଗୁଡିକର ଗୁରୁତ୍ୱକୁ ଏହି ସୁରକ୍ଷା ସଚେତନତା ଅଭିଯାନ ଅବସରରେ ପୁନଃ ସୁଦୃଢ଼ୀକରଣ ସହ ସଡ଼କ ସୁରକ୍ଷା ନିମନ୍ତେ ଶପଥ ପାଠ ଏବଂ ସମଗ୍ର ଓଡ଼ିଶାରେ ତାଲିମ କାର୍ଯ୍ୟକ୍ରମମାନ ଆୟୋଜନ କରାଯାଉଛି। ସେହିପରି ଦୀର୍ଘ ମାସେବ୍ୟାପୀ ଆୟୋଜିତ ହେବାକୁ ଥିବା କାର୍ଯ୍ୟକ୍ରମଗୁଡିକ ମଧ୍ୟରେ ସଡ଼କ ସୁରକ୍ଷା ଉପରେ ରୋଡ ଶୋ, ଚଳଚ୍ଚିତ୍ର ପ୍ରଦର୍ଶନ, ଗୀତ, ସ୍ଲୋଗାନ୍ ଲେଖିବା ପ୍ରତିଯୋଗିତା, ଚିତ୍ରାଙ୍କନ ପୋଷ୍ଟର ପ୍ରସ୍ତୁତି ପ୍ରତିଯୋଗିତା, ଯାନବାହନଗୁଡିକର ଯାଞ୍ଚ ଏବଂ ସଡ଼କ ସୁରକ୍ଷା ହିରୋମାନଙ୍କୁ ପୁଷ୍ପ, ଚକୋଲେଟ ଏବଂ ବ୍ୟାଜ୍ ବଣ୍ଟନ ଆଦି ସାମିଲ ରହିଛି।
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ
ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…
ଭୁବନେଶ୍ୱର ଫୁଲ ଦୋକାନ
ଫର୍ନସ ଏନ୍ ପେଟାଲ୍ସ ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ
କଳିଙ୍ଗ ଫିଟନେସ୍ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍ରେ ସବୁ ପ୍ରକାର…
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ
ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…
କଟକ ଦହିବରା ଆଳୁଦମ
ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ
ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…
ଶ୍ରେଷ୍ଠ ପାଞ୍ଚ ପୁରୀର ମଠ
ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…
ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ
ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

