ପୁରୀ ଦଳାଚକଟା ପରେ ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ବଢ଼ିଲା ସୁରକ୍ଷା

ଭୁବନେଶ୍ୱର,୨୯ା୬: ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରାର ଆଜି ତୃତୀୟ ଦିନରେ ଏକ ବଡ଼ଧରଣର ଅଘଟଣ ଘଟିଛି। ପ୍ରଶାସନର ଦାୟିତ୍ୱହୀନତା କାରଣରୁ ଅନେକ ଭକ୍ତ ଆହତ ହୋଇଥିବା ବେଳେ ଠେଲାପେଲାରେ ଗୁଣ୍ଡିଚା ମନ୍ଦରି ସମ୍ମୁଖରେ ୩ ଭକ୍ତଙ୍କ ମୃତ୍ୟୁ ଘଟିଛି। ଏହି ଅଘଟଣ ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବାସଭବନରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। କୌଣସି ଅଘଟଣ ଆଶଙ୍କାରେ ସୁରକ୍ଷା କଡ଼ାକଡ଼ି କରାଯାଇଛି। ଏହି ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରୁଛନ୍ତି ଭୁବନେଶ୍ବର ଡିସିପି ଜଗମୋହନ ମୀନା।

ସୂଚନା ଥାଉକି, ଏହି ଅଘଟଣରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅତ୍ୟନ୍ତ ଦୁଃଖ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ  ବ୍ୟକ୍ତିଗତ ଭାବେ ତଥା ରାଜ୍ୟ ସରକାରଙ୍କ ପକ୍ଷରୁ କ୍ଷମା ପ୍ରାର୍ଥନା କରିଛନ୍ତି।

ପରଲୋକଗତ ଭକ୍ତମାନଙ୍କ ପରିବାରବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇବା ସହିତ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ୨୫ ଲକ୍ଷ ଟଙ୍କା ଲେଖାଏ ଆର୍ଥିକ ସହାୟତା ରାଶି ଘୋଷଣା କରିଛନ୍ତି।

ଏହି ଘଟଣାର ସମ୍ପୂର୍ଣ୍ଣ ପ୍ରଶାସନିକ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଏହି ତଦନ୍ତ କରାଯିବ। ଏହା ସହିତ ପୁରୀ ଜିଲାପାଳ ଓ ଏସ୍‌ପିଙ୍କୁ ମଧ୍ୟ ବଦଳି କରାଯାଇଛି। ନୂତନ ଜିଲାପାଳ ଭାବେ ଚଞ୍ଚଲ ରାଣାଙ୍କୁ ନିଯୁକ୍ତ କରାଯାଇଥିବା ବେଳେ ନୂତନ ଏସ୍‌ପି ଭାବେ ପିନାକ ମିଶ୍ରଙ୍କୁ ଦାୟିତ୍ୱ ଦିଆଯାଇଛି। ଏହା ସହିତ DCP ବିଷ୍ଣୁ ପତି ଓ କମାଣ୍ଡାଣ୍ଟ ଅଜୟ ପାଢ଼ୀଙ୍କୁ ଦାୟିତ୍ୱରେ ଅବହେଳା ଅଭିଯୋଗ ପାଇଁ ନିଲମ୍ବିତ କରାଯାଇଛି।

ମହାପ୍ରଭୁଙ୍କ ରଥଯାତ୍ରା ଆମ ଓଡ଼ିଆ ଜାତିର ଗର୍ବ ଓ ଗୌରବ। ଏଥିରେ ସାମାନ୍ୟ ଅବହେଳା ବରଦାସ୍ତ କରାଯିବ ନାହିଁ। ସମସ୍ତ ଦାୟୀ ବ୍ୟକ୍ତିଙ୍କ ବିରୋଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୁଶୁଡୁଛି ବିଜେଡି ଗଡ଼: ଇସ୍ତଫା ଦେଲେ ଆଉ ୨….

ଭୁବନେଶ୍ୱର,୨୨।୩: ବିଜେଡିକୁ ବଡ଼ ଝଟ୍‌କା। ବାଲିଆପାଳ ବ୍ଲକ ବିଜେଡି ଯୁବ ଓ ଛାତ୍ର ସଭାପତି ଇସ୍ତଫା ରବିବାର ଇସ୍ତଫା ଦେଇଛନ୍ତି। ବ୍ଲକ ଯୁବ ସଭାପତି ସଂଗ୍ରାମ ପରିଡ଼ା,…

ସକାଳୁଆ ସ୍କୁଲକୁ ନେଇ ଆସିଲା ବଡ଼ ଖବର, ଏହିଦିନ ଠୁ…

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ଖୁବ୍‌ଶୀଘ୍ର ସକାଳୁଆ ହେବ ସ୍କୁଲ। ରାଜ୍ୟରେ ତାପମାତ୍ରା ସହ ଖରା ପ୍ରକୋପ ଅଧିକ ରହୁଛି। ମାର୍ଚ୍ଚରେ ବିଭିନ୍ନ ସ୍ଥାନରେ ଅସହ୍ୟ ଗରମ ଅନୁଭବ ହେଉଛି।…

ଆଗକୁ ଶିକ୍ଷକଙ୍କୁ ନିୟମିତ ନିଯୁକ୍ତି ଦିଆଯିବ,ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ରାଜ୍ୟରେ ଶିକ୍ଷାକ୍ଷେତ୍ରରେ ପରିବର୍ତ୍ତନ ଆଣିବା ପାଇଁ ରାଜ୍ୟ ସରକାର ପ୍ରୟାସ କରୁଛନ୍ତି। ଶିକ୍ଷକମାନେ ଯେପରି ରାଜରାସ୍ତାରେ ନ ବସିବେ, ପିଲାଙ୍କ ପାଠପଢ଼ାକୁ ଯେପରି ଗୁରୁତ୍ୱ…

ବିି.ଏଡ୍‌. ପ୍ରବେଶିକା ପରୀକ୍ଷା ପାଇଁ ୨୩ରୁ ଆବେଦନ

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ୨ବର୍ଷିଆ ବି.ଏଡ୍‌, ବିଏଚ୍‌.ଏଡ୍‌. ଓ ଏମ୍‌.ଏଡ୍‌. ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ପ୍ରବେଶିକା ପରୀକ୍ଷା ଲାଗି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।…

ସୁନାଖଳା ପାହାଡ଼ରେ ବାଘ ଆତଙ୍କ, ଲୋକେ ଭୟଭୀତ

ପାତ୍ରପୁର୨୧।୩(ଉମାଚରଣ ନେପାକ): ଗଞ୍ଜାମ ଜିଲା ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଲଙ୍କା-ସୁନାଖଳା ପାହାଡ଼ ନିକଟରେ ଶନିବାର ସନ୍ଧ୍ୟାରେ ଏକ କଲରାପତିରିଆ ବାଘ ବସିଥିବା ସ୍ଥାନୀୟ ଲୋକେ ଦେଖିଥିବା ଚର୍ଚ୍ଚା…

ବିଜେଡି ଛାଡ଼ିଲେ ବସ୍ତା ବ୍ଲକ ସଭାପତି ଅନିଲ ମହାନ୍ତି, କହିଲେ ଏହି ବଡ଼ କାରଣ…

ବାଲେଶ୍ୱର, ୨୧।୩(ବାଞ୍ଛାନିଧି ଦେ): ବିଜେଡି ଛାଡ଼ିଲେ ବାଲେଶ୍ୱର ଜିଲା ବସ୍ତା ବ୍ଲକ ସଭାପତି ଅନିଲ କୁମାର ମହାନ୍ତି l ସେ ଶନିବାର ଦଳର ପ୍ରାଥମିକ ସଦସ୍ୟ ପଦରୁ…

ସ୍ତ୍ରୀଙ୍କୁ ତଣ୍ଟିଚିପି ହତ୍ୟା କରିବା ପରେ ଆତ୍ମହତ୍ୟାର ରୂପ ଦେଇଥିଲେ ସ୍ବାମୀ, ଅଦାଲତ ଶୁଣାଇଲେ ଏମିତି ରାୟ

ଥୁଆମୂଳ ରାମପୁର,୨୧ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଓ ଦୌରା ଜଜ୍‌ ଅଦାଲତ ଏକ ସମ୍ବେଦନଶୀଳ ହତ୍ୟା ମାମଲାର ବିଚାର କରି ଅଭିଯୁକ୍ତ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି।…

ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ଛାତରୁ ଡେଇଁ ପଡ଼ିଲେ ସ୍ତ୍ରୀ, ଆଉ ତା’ପରେ…

କଣ୍ଟାବାଞ୍ଜି,୨୧।୩: ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଥାନା କପିଳାଭଟା ଗାଁରେ ଶନିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ସ୍ତ୍ରୀ ଛାତରୁ ଡେଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri