ପୁରୀ ଦଳାଚକଟା ପରେ ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ବଢ଼ିଲା ସୁରକ୍ଷା

ଭୁବନେଶ୍ୱର,୨୯ା୬: ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରାର ଆଜି ତୃତୀୟ ଦିନରେ ଏକ ବଡ଼ଧରଣର ଅଘଟଣ ଘଟିଛି। ପ୍ରଶାସନର ଦାୟିତ୍ୱହୀନତା କାରଣରୁ ଅନେକ ଭକ୍ତ ଆହତ ହୋଇଥିବା ବେଳେ ଠେଲାପେଲାରେ ଗୁଣ୍ଡିଚା ମନ୍ଦରି ସମ୍ମୁଖରେ ୩ ଭକ୍ତଙ୍କ ମୃତ୍ୟୁ ଘଟିଛି। ଏହି ଅଘଟଣ ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବାସଭବନରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। କୌଣସି ଅଘଟଣ ଆଶଙ୍କାରେ ସୁରକ୍ଷା କଡ଼ାକଡ଼ି କରାଯାଇଛି। ଏହି ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରୁଛନ୍ତି ଭୁବନେଶ୍ବର ଡିସିପି ଜଗମୋହନ ମୀନା।

ସୂଚନା ଥାଉକି, ଏହି ଅଘଟଣରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅତ୍ୟନ୍ତ ଦୁଃଖ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ  ବ୍ୟକ୍ତିଗତ ଭାବେ ତଥା ରାଜ୍ୟ ସରକାରଙ୍କ ପକ୍ଷରୁ କ୍ଷମା ପ୍ରାର୍ଥନା କରିଛନ୍ତି।

ପରଲୋକଗତ ଭକ୍ତମାନଙ୍କ ପରିବାରବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇବା ସହିତ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ୨୫ ଲକ୍ଷ ଟଙ୍କା ଲେଖାଏ ଆର୍ଥିକ ସହାୟତା ରାଶି ଘୋଷଣା କରିଛନ୍ତି।

ଏହି ଘଟଣାର ସମ୍ପୂର୍ଣ୍ଣ ପ୍ରଶାସନିକ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଏହି ତଦନ୍ତ କରାଯିବ। ଏହା ସହିତ ପୁରୀ ଜିଲାପାଳ ଓ ଏସ୍‌ପିଙ୍କୁ ମଧ୍ୟ ବଦଳି କରାଯାଇଛି। ନୂତନ ଜିଲାପାଳ ଭାବେ ଚଞ୍ଚଲ ରାଣାଙ୍କୁ ନିଯୁକ୍ତ କରାଯାଇଥିବା ବେଳେ ନୂତନ ଏସ୍‌ପି ଭାବେ ପିନାକ ମିଶ୍ରଙ୍କୁ ଦାୟିତ୍ୱ ଦିଆଯାଇଛି। ଏହା ସହିତ DCP ବିଷ୍ଣୁ ପତି ଓ କମାଣ୍ଡାଣ୍ଟ ଅଜୟ ପାଢ଼ୀଙ୍କୁ ଦାୟିତ୍ୱରେ ଅବହେଳା ଅଭିଯୋଗ ପାଇଁ ନିଲମ୍ବିତ କରାଯାଇଛି।

ମହାପ୍ରଭୁଙ୍କ ରଥଯାତ୍ରା ଆମ ଓଡ଼ିଆ ଜାତିର ଗର୍ବ ଓ ଗୌରବ। ଏଥିରେ ସାମାନ୍ୟ ଅବହେଳା ବରଦାସ୍ତ କରାଯିବ ନାହିଁ। ସମସ୍ତ ଦାୟୀ ବ୍ୟକ୍ତିଙ୍କ ବିରୋଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ବର୍ଦ୍ଧିତ ଦରମା ନେବାକୁ ମନା କଲେ ନବୀନ, ମୁଖ୍ୟମନ୍ତ୍ରୀ ଚିଠି ଲେଖି କହିଲେ ମୋ ଦରମାକୁ…

ଭୁବନେଶ୍ୱର,୧୩ା୧୨: ଏହି କିଛିଦିନ ତଳେ ମୋହନ ସରକାର ବିଧାୟକମାନଙ୍କ ଦରମା ଏବଂ ଭତ୍ତା ବଢ଼ାଇଛନ୍ତି। ବିଧାୟକଙ୍କ ଦରମା ପୂର୍ବରୁ ୧ ଲକ୍ଷ ଟଙ୍କା ଥିବାବେଳେ ସରକାର...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

ନାବାଳିକା ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର, ରେଲଓ୍ବେ ଷ୍ଟେଶନରୁ ଉଦ୍ଧାର ପରେ…

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଞ୍ଚଳର ଏକ ପ୍ରତିଷ୍ଠିତ କଲେଜରେ ଯୁକ୍ତ ୩ରେ ପଢୁଥିବା ଜଣେ ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ...

ଧାନମଳା ମେଶିନରେ ପଶିଗଲା ଯୁବକଙ୍କ ହାତ, ଆଉ ତା’ ପରେ…

ମୋହନା,୧୩ା୧୨(ମନ୍ମଥ ମିଶ୍ର): ଧାନମଳା ମେଶିନରେ ହାତକଟି ଯିବାରୁ ଜଣେ ଯୁବକ ଗୁରୁତର ହୋଇଛନ୍ତି। ଏଭଳି ଘଟଣା ଘଟିଛି ମୋହନା ବ୍ଲକ ଅନ୍ତର୍ଗତ ପିଣ୍ଡିକି ପଞ୍ଚାୟତ ନିଜୁମା...

ଧାନ ଉଠାଇବା ପାଇଁ ଜିଲାପାଳଙ୍କୁ ଗୁହାରି: ଗୋଡ଼ତଳେ ଧାନ ପକାଇ ମୁଣ୍ଡିଆ ମାରିଲେ ଚାଷୀ

ପଦ୍ମପୁର,୧୩ା୧୨(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲାରେ ଧାନ ସଂଗ୍ରହ ପ୍ରକ୍ରିୟା ସ୍ବାଭାବିକ ହୋଇ ପାରିନାହିଁ। ଜିଲାର ବିଭିନ୍ନ ମଣ୍ଡିରେ ବହୁ ପରିମାଣରେ ଧାନ ପଡ଼ିରହିଛି। ଏହାକୁ ନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri