ମାଲକାନଗିରି କୋର୍ଟର ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ମାଲକାନଗିରି,୧୩ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା କୋର୍ଟକୁ ଏକ ଅଜ୍ଞାତ ମେଲ୍‌ରୁ ସୋମବାର ବୋମା ଧମକ ମିଳିଛି। କୋର୍ଟକୁ ବୋମାରେ ଉଡ଼ାଇ ଦେବାକୁ ଧମକ ମିଳିବା ପରେ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି। ଏହାପରେ ସୁରକ୍ଷା ଦୃଷ୍ଟିରୁ ତୁରନ୍ତ କୋର୍ଟ ପରିସରକୁ ଖାଲି କରିଦିଆଯାଇଥିବା ଜଣାପଡ଼ିଛି। ପୋଲିସ ଓ ବୋମା ନିଷ୍କ୍ରିୟକାରୀ ଦଳ ତନାଘନା ଜାରି ରଖିଛନ୍ତି।

ସୂଚନାନୁଯାୟୀ, ସୋମବାର କୋର୍ଟ କାର୍ଯ୍ୟ ସ୍ବାଭାବିକ ଭାବେ ଚାଲିଥିଲେ। ଏହି ସମୟରେ କୋର୍ଟ କର୍ତ୍ତୃପକ୍ଷଙ୍କ ନିକଟକୁ ଏକ ଧମକପୂର୍ଣ୍ଣ ଇ-ମେଲ ଆସିଥିଲା। ଏଥିରେ ତାମିଲନାଡୁ ଲିବରେଶନ ଗ୍ରୁପ ନାମକ ଏକ ସଙ୍ଗଠନ ପକ୍ଷରୁ କୋର୍ଟ ପରିସରରେ ବୋମା ଖଞ୍ଜା ଯାଇଥିବା ଓ ଏହାକୁ ଉଡ଼ାଇ ଦିଆଯିବ ବୋଲି ଉଲ୍ଲେଖ କରାଯାଇଥିଲା।

ଏହି ଖବର ଜାଣିବା ପରେ ଜିଲା ଜଜ୍‌ ଶାନ୍ତନୁ କୁମାର ଦାସ ତୁରନ୍ତ ସମସ୍ତ କର୍ମଚାରୀ ଓକିଲ ଓ ମହକିଲମାନଙ୍କୁ କୋର୍ଟ ପରିସର ଛାଡ଼ିବାକୁ ନିର୍ଦ୍ଦେଶ ଦେଇଥିଲେ। ଘଟଣାସ୍ଥଳରେ ମାଲକାନଗିରି ପୋଲିସ ପହଞ୍ଚି କୋର୍ଟର କୋଣ ଅନୁକୋଣ ଯାଞ୍ଚ କରୁଛି।

ସ୍ପେଶାଲ ବମ୍‌ ସ୍କ୍ବାର୍ଡ ଅପରେଶନରେ ସାମିଲ ହୋଇଛନ୍ତି। ଧମକ ପ୍ରକୃତରେ ସତ୍ୟ ନା କେହି ଦୁର୍ବୃତ୍ତ ଭୟ ସୃଷ୍ଟି କରିବାକୁ ଏଭଳି କରିଛି ଏ ନେଇ ପୋଲିସ ତଦନ୍ତ ଜାରି ରଖିଛି। ବର୍ତ୍ତମାନ ସୁଦ୍ଧା କୋର୍ଟ ପରିସରରୁ କୌଣସି ସନ୍ଦେହଜନକ ବସ୍ତୁ ମିଳି ନ ଥିବା ଜଣାପଡ଼ିଛି। ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ା କରାଯାଇଛି। ସମସ୍ତଙ୍କୁ ଧୈର୍ଯ୍ୟ ଧରିବାକୁ ଅନୁରୋଧ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତାଳଚେର-ପୁରୀ ମେମୁ ପାସେଞ୍ଜର ଲାଇନ୍‌ଚ୍ୟୁତ

ପୁରୀ,୧୪ା୮(ଅଜିତ କୁମାର ମହାନ୍ତି): ପୁରୀ ଷ୍ଟେଶନ ନିକଟରେ ତାଳଚେରରୁ ପୁରୀ ଆସୁଥିବା ମେମୁ ପାସେଞ୍ଜର ଟ୍ରେନ ପୁରୀ ଷ୍ଟେଶନରୁ ମାତ୍ର ୫୦୦ ମିଟର ଦୂରରେ ଲାଇନଚ୍ୟୁତ ହୋଇଛି।…

କାଲିଠୁ ୩ହଜାର ଟଙ୍କାରେ କିଣିବେ ସିଲିଣ୍ଡର! ଆଜି ରାତି ୧୨ଟା ପୂର୍ବରୁ କରନ୍ତୁ ଏହି କାମ; ନହେଲେ…

ଯଦି ଆପଣ ଏପର୍ଯ୍ୟନ୍ତ ନିଜର ଏଲ୍‌ପିଜି (LPG) କନେକ୍ସନର ଇ-କେୱାଇସି (e-KYC) କରିନାହାନ୍ତି, ତେବେ ୧୬ ଅଗଷ୍ଟ ୨୦୨୬ ପୂର୍ବରୁ ଏହି କାମ ନିଶ୍ଚୟ ଶେଷ କରିନିଅନ୍ତୁ।…

ବରାଳ ବାଲୁଙ୍କେଶ୍ୱର ମନ୍ଦିର ବିକାଶ ପାଇଁ ୮୫ ଲକ୍ଷ ଟଙ୍କା ମଞ୍ଜୁର

ସାକ୍ଷୀଗୋପାଳ,୧୪ା୮(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସତ୍ୟବାଦୀ ବ୍ଲକର ବରାଳ ଗ୍ରାମର ପୁରାଣ ପ୍ରସିଦ୍ଧ ବାଲୁଙ୍କେଶ୍ୱର ଦେବ ମନ୍ଦିରକୁ ଦିନକୁ ଦିନ ଶ୍ରଦ୍ଧାଳୁମାନଙ୍କ ସମାଗମ ବୃଦ୍ଧି…

କମାଲ କଲେ ସନ୍ନି-ପ୍ରୀତି ଯୋଡ଼ି: ଦର୍ଶକଙ୍କୁ ଲୁହରେ ଭିଜାଇଲା ବିଭାଜନର ଯନ୍ତ୍ରଣା

ସ୍ବାଧୀନତା ଦିବସର ବିଶେଷ ଅବସରରେ ନିର୍ଦ୍ଦେଶକ ରାଜକୁମାର ସନ୍ତୋଷୀଙ୍କ ବହୁ ପ୍ରତୀକ୍ଷିତ ଚଳଚ୍ଚିତ୍ର ‘ବଣ୍ଟୱାରା ୧୯୪୭’ ସିନେମା ଘରେ ମୁକ୍ତିଲାଭ କରିଛି। ଭାରତ ବିଭାଜନର କଷ୍ଟକର ଏବଂ…

୭ ଦିନ ବନ୍ଦ ରହିବ ବିଜୁ ପଟ୍ଟନାୟକ ଶିଶୁ ଉଦ୍ୟାନ: ପଛରେ ରହିଛି ଏମିତି କାରଣ

ଭଞ୍ଜନଗର,୧୪।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଜୁ ପଟ୍ଟନାୟକ ଶିଶୁ ଉଦ୍ୟାନ ପରିସରରେ ହୋଇଥିବା ରାଜ୍ୟର ଏକ ମାତ୍ର ସରକାରୀ ୱାଟର ପାର୍କକୁ ଗତ ମାସରେ ଅନିର୍ଦ୍ଦିଷ୍ଟ…

ବଢିପାରେ ୨୦ ଟିଏମସି ବିଦ୍ରୋହୀଙ୍କ ସମସ୍ୟା! ବଡ଼ ନିଷ୍ପତ୍ତି ନେଲେ ଦିଦି

କୋଲକାତା,୧୪।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ନେତୃତ୍ୱରେ ତୃଣମୂଳ କଂଗ୍ରେସ (ଟିଏମସି) ୨୦ ଜଣ ବିଦ୍ରୋହୀ ଲୋକ ସଭା ସାଂସଦଙ୍କ ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛି।…

ରାଇକିଆରେ ସ୍ବାଧୀନତା ଦିବସ ପାଳନ ନେଇ ଶେଷ ପର୍ଯ୍ୟାୟରେ ପ୍ରସ୍ତୁତି, ଦେଶ ଭକ୍ତିର ନାରା ଦେଇ…

ରାଇକିଆ,୧୪ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ୍‌ରେ ସ୍ବାଧୀନତା ଦିବସ ପାଳନକୁ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଶୁକ୍ରବାର ରାଇକିଆ ପଞ୍ଚାୟତ ସମିତି, ବ୍ଲକ ଭାଜପା…

ଦିଲ୍ଲୀ ଏମ୍ସରେ ଭର୍ତ୍ତି ହେଲେ ଜେପି ନଡ୍ଡା, ସ୍ୱାସ୍ଥ୍ୟାବସ୍ଥା ନେଇ ଡାକ୍ତର କହିଲେ…..

ନୂଆଦିଲ୍ଲୀ,୧୪।୮: ହସ୍ପିଟାଲରେ ଭର୍ତ୍ତି ହେଲେ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଜେପି ନଡ୍ଡା । ସ୍ୱାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ ଦିଲ୍ଲୀସ୍ଥିତ ଏମ୍ସରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri