ରାଷ୍ଟ୍ରପତିଙ୍କ ଗସ୍ତ ପୂର୍ବରୁ ସୁରକ୍ଷା ବ୍ୟବସ୍ଥା ଯାଞ୍ଚ

ପୁରୀ ଅଫିସ ୧୨ା୨: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆସନ୍ତା ୧୯ ତାରିଖରେ ଦୁଇଦିନିଆ ପୁରୀ ଗସ୍ତରେ ଆସିବେ। ଏହି ଅବସରରେ ରାଷ୍ଟ୍ରପତି ଶ୍ରୀମନ୍ଦିରକୁ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ଶ୍ରୀଚୈତନ୍ୟ ଗୌଡୀୟ ମଠର ଭକ୍ତି ସିଦ୍ଧାନ୍ତ ସରସ୍ବତୀ ଗୋସ୍ବାମୀ ପ୍ରଭୁପାଦଙ୍କ ୧୫୦ତମ ବର୍ଷ ପୂର୍ତ୍ତି ଆବିର୍ଭାବ ମହୋତ୍ସବର ଉଦ୍‌ଘାଟନୀ ସମାରୋହରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏଥିପାଇଁ ପୋଲିସ ଓ ଜିଲା ପ୍ରଶାସନ ସମେତ ଗୌଡୀୟ ମଠ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ବ୍ଲୁ ବୁକ୍‌ ଅନୁଯାୟୀ ସମସ୍ତ ପ୍ରକାର ପ୍ରସ୍ତୁତି କରାଯାଉଛି। କେନ୍ଦ୍ରାଞ୍ଚଳ ଆଇଜି ନରସିଂହ ଭୋଳ ଶୁକ୍ରବାର ପୁରୀ ଗସ୍ତରେ ଆସି ସୁରକ୍ଷା ବ୍ୟବସ୍ଥା ଅନୁଧ୍ୟାନ କରିଛନ୍ତି। ସେ ଏସ୍‌ପିଙ୍କ କାର୍ଯ୍ୟାଳୟରେ ଏସ୍‌ପି କନଓ୍ବର ବିଶାଲ ସିଂ ଏବଂ ବିଭିନ୍ନ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିବା ପରେ ଶ୍ରୀମନ୍ଦିର, ଗୌଡୀୟ ମଠ ଓ ଶରଧାବାଲିକୁ ଯାଇ ସୁରକ୍ଷା ବ୍ୟବସ୍ଥା ଅନୁଧ୍ୟାନ କରିଥିଲେ। ଆଇଜି କହିଛନ୍ତି, ସୁରକ୍ଷା ବ୍ୟବସ୍ଥା ସମ୍ପର୍କରେ ଆଲୋଚନା ହୋଇଛି। ରାଷ୍ଟ୍ରପତି ଯିବାକୁ ଥିବା କାର୍ଯ୍ୟକ୍ରମ ସ୍ଥଳରେ ବ୍ୟାପକ ପୋଲିସ ମୁତୟନ ସହ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯିବ। ଶ୍ରୀଚୈତନ୍ୟ ଗୌଡ଼ୀୟ ମଠ ସମେତ ଶରଧାବାଲିରେ ରାଷ୍ଟ୍ରପତିଙ୍କର ପ୍ରାୟ ଏକ ଘଣ୍ଟାର କାର୍ଯ୍ୟକ୍ରମ ରହିଛି। ସମ୍ପୃକ୍ତ ସମସ୍ତ ସ୍ଥାନକୁ ଯାଇ ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିଛୁ। ଗସ୍ତ କାର୍ଯ୍ୟକ୍ରମକୁ ସୁରୁଖୁରୁରେ କାର୍ଯ୍ୟକାରୀ କରାଇବା ଉପରେ ସ୍ବତନ୍ତ୍ର ଧ୍ୟାନ ରହିବ। ସେହିପରି ପୁରୀକୁ ଆସୁଥିବା ଶ୍ରଦ୍ଧାଳୁଙ୍କର ଯେପରି କୌଣସି ଅସୁବିଧା ନ ହେବ ସେଥିପ୍ରତି ଦୃଷ୍ଟି ଦିଆଯିବ।
ସୂଚନା ଅନୁଯାୟୀ, ରାଷ୍ଟ୍ରପତି କୋବିନ୍ଦ ୧୯ତାରିଖ ଅପରାହ୍ନ ୨ଟା ୫୫ରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚତ୍ବେ। ସେଠାରୁ ବାହାରି ଅପରାହ୍ନ ୩ଟା ୨୫ରେ ପୁରୀ ହେଲିପ୍ୟାଡ୍‌ ଓ ପରେ ୩ଟା ୪୦ରେ ସ୍ଥାନୀୟ ମେ’ ଫେୟାର ହୋଟେଲରେ ପହଞ୍ଚିବେ। ଅପରାହ୍ନ ୪ଟା ୫୫ରେ ଉକ୍ତ ହୋଟେଲରୁ ବାହାରି ୫ଟାରେ ଶ୍ରୀମନ୍ଦିର ସିଂହଦ୍ୱାର ନିକଟରେ ପହଞ୍ଚିବେ। ଶ୍ରୀମନ୍ଦିରକୁ ଯାଇ ପ୍ରାୟ ୪୫ମିନିଟ ପର୍ଯ୍ୟନ୍ତ ମହାପ୍ରଭୁଙ୍କୁ ଦର୍ଶନ କରିସାରିବା ପରେ ପୁଣି ମେ’ ଫେୟାରକୁ ଫେରିଯିବେ। ସେଠାରେ ରାତ୍ରିଯାପନ କରିବେ। ୨୦ ତାରିଖ ପୂର୍ବାହ୍ନ ୧୦ଟା ୩୫ରେ ରାଷ୍ଟ୍ରପତି ବଡ଼ଦାଣ୍ଡସ୍ଥିତ ଶ୍ରୀଚୈତନ୍ୟ ଗୌଡୀୟ ମଠକୁ ଯାଇ ଭକ୍ତି ସିଦ୍ଧାନ୍ତ ସରସ୍ବତୀ ଗୋସ୍ବାମୀ ପ୍ରଭୁପାଦଙ୍କୁ ଅର୍ଘ୍ୟ ଓ ପୁଷ୍ପାଞ୍ଜଳି ଅର୍ପଣ କରିବେ। ପରେ ୧୦ଟା ୫୦ରେ ଶରଧାବାଲିରେ ହେବାକୁ ଥିବା ଭକ୍ତି ସିଦ୍ଧାନ୍ତ ସରସ୍ବତୀ ଗୋସ୍ବାମୀ ପ୍ରଭୁପାଦଙ୍କ ୧୫୦ତମ ଆବିର୍ଭାବ ମହୋତ୍ସବର ଉଦ୍‌ଘାଟନୀ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ। ସେଠାରୁ କାର୍ଯ୍ୟକ୍ରମ ସାରି ମଧ୍ୟାହ୍ନ ୧୨ଟା ୦୫ରେ ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରିବା କାର୍ଯ୍ୟକ୍ରମ ରହିଛି। ରାଷ୍ଟ୍ରପତି କୋବିନ୍ଦ ପୂର୍ବରୁ ୨୦୧୮ ମାର୍ଚ୍ଚ ୧୮ ଓ ପରେ ୨୦୨୧ ମାର୍ଚ୍ଚ ୨୨ରେ ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କରିଥିଲେ। ଏଥର ସେ ତୃତୀୟ ଥର ପାଇଁ ପୁରୀ ଗସ୍ତରେ ଆସୁଥିବାରୁ ସେବାୟତ ଓ ସହରବାସୀଙ୍କ ମଧ୍ୟରେ ଉତ୍ସାହ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସକୁ ବଡ଼ ସଫଳତା: ବିପୁଳ ପରିମାଣର ଗଞ୍ଜେଇ ସହ ବେଆଇନ ବନ୍ଧୁକ-ଗୁଳି ଜବତ

ସମ୍ବଲପୁର,୨୫।୫(ପ୍ରମୋଦ ବହିଦାର):ସମ୍ବଲପୁର ଜିଲା ଚାରମାଳ ଥାନା ପୋଲିସ ଏକ ଆନ୍ତଃରାଜ୍ୟ ଗଞ୍ଜେଇ ଓ ବେଆଇନ ଅସ୍ତ୍ରଶସ୍ତ୍ର ଚାଲାଣର ପର୍ଦ୍ଦାଫାଶ କରିିଛି । ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା…

ରଣବୀରଙ୍କୁ ବାସନ୍ଦ କଲା ଫିଲ୍ମ କର୍ମଚାରୀ ସଂଘ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫ା୫:ଫାରହାନ୍‌ ଅଖତରଙ୍କ ନିର୍ଦ୍ଦେଶିତ ଆଗାମୀ ଚଳଚ୍ଚିତ୍ର ଡନ୍‌-୩ରୁ ଧୁରନ୍ଧର-୨ ଷ୍ଟାର ରଣବୀର ସିଂ ଅଚାନକ ଓହରିଯିବା ସହ ସହଯୋଗ ନ କରିବା କାରଣରୁ ଫେଡେରେଶନ ଅଫ୍‌ ଓ୍ବେଷ୍ଟର୍ନ…

ବାପାଙ୍କୁ ବ୍ରହ୍ମପୁର ଯିବି କହି ଭଡ଼ା ଘରେ ଝୁଲିପଡିଲେ ମହିଳା, ସନ୍ଦେହ ଘେରରେ…

ମୋହନା, ୨୫।୫( ମନ୍ମଥ ମିଶ୍ର ): ଜଣେ ବିବାହିତା ମହିଳା ବେକରେ ଶାଢ଼ି ବାନ୍ଧି ଭଡ଼ା ଘରେ ଆତ୍ମହତ୍ୟା କରିଥିବା ଜଣାପଡିଛି। ସୂଚନା ପ୍ରକାରେ ମୋହନା ନିବାସୀ…

ସୋସିଆଲ ଅଡିଟ ସମୟରେ ଯୁକ୍ତିତର୍କ, ୨ ମହିଳା ଭିଆରପିଙ୍କୁ ଠେଲିଦେଲେ…

ହାଟଡିହୀ,୨୫l୫(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ଗ୍ରାମ ପଞ୍ଚାୟତ ସୋସିଆଲ ଅଡିଟ(ସାମାଜିକ ସମୀକ୍ଷା) କାର୍ଯ୍ୟରେ ନିୟୋଜିତ ଦୁଇ ମହିଳା ଭିଆରପି(ଭିଲେଜ ରିସୋର୍ସ ପର୍ସନ) ଏବଂ ସରପଞ୍ଚଙ୍କ…

ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଯୁବକଙ୍କ ଜୀବନ, ପୁଅକୁ ହରାଇ ଝୁରୁଛି ବେସାହାରା ମା’

ମୋହନା,୨୫।୫( ମନ୍ମଥ ମିଶ୍ର ): ବିଦ୍ୟୁତ୍‌ ଆଘାତରେ ଯୁବକ ମୃତ । ମୃତକ ହେଲେ ପୂର୍ଣ୍ଣ ମଲ୍ଲିକ ( ୨୫ )। ଏଭଳି ହୃଦୟ ବିଦାରକ ଦୃଶ୍ୟ…

ଗଞ୍ଜାମରେ ଧାରା-୩୦ ଲାଗୁ: ପୋଲିସର ବିନାନୁମତିରେ ହୋଇପାରିବ ନାହିଁ ରାଜନୈତିକ ସଭା, ୯୦ ଦିନ ଯାଏ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ରାଜନୈତିକ ମତଭେଦ ହେତୁ ବିଭିନ୍ନ ଦଳର ସଦସ୍ୟମାନଙ୍କ ମଧ୍ୟରେ ଦୀର୍ଘଦିନ ଧରି ମତାନ୍ତର/ମନାନ୍ତର ଲାଗି ରହିଛି। ଏଭଳି ପରିସ୍ଥିତିର ସୁଯୋଗ ନେଇ…

ମାଟ୍ରିକରେ ଫେଲ୍‌ ହୋଇଯିବା ପରେ ଭୟରେ ଆନ୍ଧ୍ର ପଳାଇଥିଲେ ନାବାଳକ, ଏବେ ଗାଁକୁ ଫେରିଲେ ଶବ ହୋଇ…

ପଟ୍ଟାଙ୍ଗି, ୨୫।୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଗାଙ୍ଗରାଜପୁର ପଞ୍ଚାୟତର ସେଟରାଇ ଗ୍ରାମର ନାବାଳକ କାମେଶ ମାରି ପଡୋଶୀ ଆନ୍ଧ୍ର ରାଜ୍ୟରେ ଦୁର୍ଘଟଣା…

ପଦାରେ ପଡିଲା ପ୍ରଧାନଶିକ୍ଷକଙ୍କ କଳା କାରନାମା: ଶାଳକାଠ ଚୋରାଚାଲାଣ ହେଉଥିବା ବେଳେ ଧରିଲେ ଗ୍ରାମବାସୀ

ଥୁଆମୂଳ ରାମପୁର, ୨୫।୫ (ଦୁର୍ଗା କୀର୍ତ୍ତି): ଜଣେ ଶିକ୍ଷିତ ବ୍ୟକ୍ତି ତଥା ସମାଜର ଗଠନକର୍ତ୍ତା କୁହାଯାଉଥିବା ଜଣେ ପ୍ରଧାନଶିକ୍ଷକଙ୍କ କଳା କାରନାମା ଏବେ ସ୍ଥାନୀୟ ଅଞ୍ଚଳରେ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri