ବନ୍ୟଜନ୍ତୁଙ୍କ ଫଟୋ ପ୍ରସାରିତ ପରେ ବଢ଼ିଲା ସୁରକ୍ଷା ଚିନ୍ତା

କେନ୍ଦୁଝର,୧୨।୩(ସ୍ବ.ପ୍ର.): ଅଟେଇ ସଂରକ୍ଷିତ ଜଙ୍ଗଲରେ ୭ଟି ବିଲୁପ୍ତ ପ୍ରାଣୀଙ୍କୁ ମିଶାଇ ୨୧ ପ୍ରକାରର ପ୍ରାଣୀଙ୍କ ଉପସ୍ଥିତିକୁ ନେଇ ବନ ବିଭାଗ ପକ୍ଷରୁ ଟ୍ରାପ୍‌ କ୍ୟାମେରାରେ ରେକର୍ଡ ହୋଇଥିବା ଫଟୋ ପ୍ରସାରିତ ପରେ ଜୀବଜନ୍ତୁଙ୍କ ସୁରକ୍ଷା ନେଇ ପରିବେଶବିତ୍‌ ଚିନ୍ତାବ୍ୟକ୍ତ କରିଛନ୍ତି। ଏହା ଦ୍ୱାରା ଶିକାରୀମାନେ ସଜାଗ ହୋଇ ଉଠିବେ। ଫଳରେ ବନ୍ୟଜନ୍ତୁଙ୍କ ଜୀବନ ପ୍ରତି ବିପଦ ସୃଷ୍ଟି କରିବ ବୋଲି ପରିବେଶବିତ୍‌ ମତବ୍ୟକ୍ତ କରିଛନ୍ତି। ବର୍ତ୍ତମାନ ବନ୍ୟଜନ୍ତୁଙ୍କ ସୁରକ୍ଷା ପ୍ରତି ଧ୍ୟାନ ଦେବା ଜରୁରୀ ହୋଇପଡିଛି ବୋଲି ପରିବେଶବିତ୍‌ ଡ. ବିମ୍ବାଧର ବେହେରା କହିଛନ୍ତି।
ପଣା ସଂକ୍ରାନ୍ତି ଅବସରରେ କେନ୍ଦୁଝର ସମେତ ଅନ୍ୟାନ୍ୟ ଜିଲାରେ ବନବାସୀଙ୍କ ଅଖାଣୀ ପର୍ବ ପାଳନ ହୋଇଥାଏ। ଏହି ସମୟରେ ଗ୍ରାମବାସୀ ଦଳଦଳ ହୋଇ ପାରମ୍ପରିକ ଅସ୍ତ୍ରଶସ୍ତ୍ର ଧରି ଶିକାର ବା ପାରିଧିରେ ପାହାଡ ଓ ଜଙ୍ଗଲକୁ ଯାଇଥାନ୍ତି। ଶିକାର କରି ଯାହା ଆଣନ୍ତି ତାକୁ ଗ୍ରାମରେ ଭୋଜିଭାତ କରି ଖାଇଥାନ୍ତି। ଏଣୁ ଏହା ଆଗକୁ ଜୀବଜନ୍ତୁଙ୍କ ପାଇଁ ବିପଦ ସୃଷ୍ଟି କରିପାରେ। ଏନେଇ ଲୋକଙ୍କୁ ସଚେତନ କରିବା ଜରୁରୀ ବୋଲି ପରିବେଶବିତ୍‌ ହରେକୃଷ୍ଣ ମହାନ୍ତ କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଗୋଆ ଅଘଟଣ: ୨୫ ମୃତକଙ୍କ ମିଳିଲା ପରିଚୟ

ପଣଜୀ,୮ା୧୨(ପି.ଟି/ଏଜେନ୍ସି):ଗୋଆ ରାଜଧାନୀ ପଣଜୀରୁ ୨୫ କି.ମି. ଦୂରରେ ‘ବର୍ଚ ବାଇ ରୋମିଓ ଲେନ୍‌’ ନାଇଟ୍‌ କ୍ଲବ୍‌ ଅବସ୍ଥିତ। ବେଆଇନ ଭାବେ ନିର୍ମିତ ଏହି କ୍ଲ୍‌ବ୍‌କୁ ଭାଙ୍ଗିବା...

ଓଲଟିଲା ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌

ଥୁଆମୂଳ ରାମପୁର,୮ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ସିଲେଟ ଗ୍ରାମ ପଞ୍ଚାୟତରେ ଏକ୍‌ ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌ ଭାରସାମ୍ୟ ହରାଇ...

ଶୀତୁଆ ରାତିରେ ଶିକ୍ଷକଙ୍କ ଆନ୍ଦୋଳନ: ସରକାର ଦେଲେ ଏମିତି ପ୍ରତିଶ୍ରୁତି

ଭୁବନେଶ୍ୱର, ୮।୧୨(ରବିନାରାୟଣ ଜେନା):ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକମାନଙ୍କ ରଣହୁଙ୍କାରକୁ ରାଜ୍ୟ ସରକାର ଗୁରୁତ୍ୱର ସହ ଗ୍ରହଣ କରିଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ଉଚ୍ଚଶିକ୍ଷା ବିଭାଗ...

ଏଇ ଭାରତରେ

ବାହାରେ କିମ୍ବା ଘରେ ଅଦରକାରୀ ଜିନିଷ ଠୁଳ ହୋଇ ରହିବା ପ୍ରଦୂଷଣର କାରଣ ପାଲଟୁଛି। ପ୍ରଦୂଷଣ ହ୍ରାସ କରିବା ସକାଶେ ରିସାଇକ୍ଲିଂ ପଦ୍ଧତିରେ ଏଗୁଡ଼ିକର ପୁନଃ...

ପୁଟିନଙ୍କ ପରେ ଭାରତ ଆସିପାରନ୍ତି ଜେଲେନ୍‌ସ୍କି

ନୂଆଦିଲ୍ଲୀ,୮ା୧୨:ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ୨୦୨୬ ଜାନୁଆରୀରେ ଭାରତ ଆସିପାରନ୍ତି। ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ଗସ୍ତ ପରେ ନୂଆଦିଲ୍ଲୀ ପକ୍ଷରୁ କୂଟନୈତିକ ସନ୍ତୁଳନ ଉଦ୍ୟମ...

କଚ୍ଛପ ଗତି

କୌଣସି କାର୍ଯ୍ୟ ସମ୍ପାଦନରେ ଉଛୁର ହେଲେ, ଲକ୍ଷ୍ୟ ହାସଲରେ ଡେରି ହେଲେ କିମା ନିର୍ଦ୍ଦିଷ୍ଟ ସ୍ଥାନରେ ପହଞ୍ଚିବା ପାଇଁ ବିଳମ୍ବ ଘଟିଲେ ବିଳମ୍ବର କାରଣକୁ କଚ୍ଛପର...

ବାଘ ଆତଙ୍କ ଯୋଗୁ ୫୫ ସ୍କୁଲ ବନ୍ଦ: ଜାଣନ୍ତୁ କେଉଁଠି

ଡେରାଡୁନ୍‌,୮ା୧୨:ଉତ୍ତରାଖଣ୍ଡର ପୌରି ଜିଲାରେ କଲରାପତରିଆ ବାଘ ଆତଙ୍କ ଯୋଗୁ ୫୫ ସ୍କୁଲକୁ ସାମୟିକ ଭାବେ ବନ୍ଦ କରିଦିଆଯାଇଛି। ଉକ୍ତ ସ୍କୁଲଗୁଡ଼ିକର ପିଲାମାନଙ୍କୁ ଅନ୍‌ଲାଇନ ମୋଡ୍‌ରେ ପାଠପଢ଼ା...

ପୁଟିନ୍‌ଙ୍କ ଭାରତ ଗସ୍ତ ଅନ୍ତରାଳେ

ଭାରତକୁ ଆମେରିକା ନାଲିଆଖି ଦେଖାଇ ଟାରିଫ ବୃଦ୍ଧି କରିଛି। ଏହାସହ ଭାରତ-ରଷିଆ ସମ୍ପର୍କକୁ ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଘୋର ଅସନ୍ତୁଷ୍ଟ। ଏଭଳି ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri