ଭାରତ ହାତରେ ସୁରକ୍ଷା ପରିଷଦ ଡୋର, ପାକିସ୍ତାନର ବଢ଼ିଲା ଚିନ୍ତା…

ଜେନେଭା,୧।୮: ଭାରତ ହାତରେ ଏବେ ମାସେ ପାଇଁ ଜାତିସଂଘ ସୁରକ୍ଷା ପରିଷଦ ଡୋର ରହିବ। ସମ୍ପୂର୍ଣ୍ଣ ମାସେ ପାଇଁ ଜାତିସଂଘ ସୁରକ୍ଷା ପରିଷଦ ଭାରତ ନିର୍ଦ୍ଦେଶରେ କାର୍ଯ୍ୟ କରିବ। ଭାରତ ଜାତିସଂଘ ସୁରକ୍ଷା ପରିଷଦର ଅଧ୍ୟକ୍ଷତା ଅଗଷ୍ଟ୧ରୁ ଗ୍ରହଣ କରିଛି। ଅଗଷ୍ଟ୨ରୁ ଭାରତ ପ୍ରଥମ କାର୍ଯ୍ୟ ଦିବସ ଆରମ୍ଭ ହେବ। ଭାରତ ଏହି ସମୟ ମଧ୍ୟରେ ନିରପେକ୍ଷ ଭାବେ କାର୍ଯ୍ୟ କରିବା ସହିତ ସାମୁଦ୍ରିକ ସୁରକ୍ଷା, ଶାନ୍ତି ରକ୍ଷା ଏବଂ ଆତଙ୍କବାଦ ବିରୋଧୀ ପ୍ରସଙ୍ଗ ଉପରେ ଧ୍ୟାନ ଦେବ ଏବଂ ଏହି ପ୍ରସଙ୍ଗରେ ଉଚ୍ଚ ସ୍ତରୀୟ କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରିବ ଏବଂ ଉପଯୁକ୍ତ ରଣନୀତି ଗ୍ରହଣ ଉପରେ ଗୁରୁତ୍ୱ ଦେବ। ତେବେ ମିଳିତ ଜାତିସଂଘ ସୁରକ୍ଷା ପରିଷଦର ଅଧ୍ୟକ୍ଷ ଭାବରେ ଭାରତ କାର୍ଯ୍ୟ କରୁଥିବାରୁ ପାକିସ୍ତାନର ଚିନ୍ତା ବଢ଼ିବାରେ ଲାଗିଛି। କାଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ସୁଯୋଗର ଉପଯୋଗ କରି ପାକିସ୍ତାନ ଉପରେ କଡ଼ା କଟକଣା ସହିତ ଆତଙ୍କବାଦ ବିରୋଧୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ ସେ ନେଇ ପାକିସ୍ତାନ ପ୍ରଧଓାନନ୍ତ୍ରୀ ଇମ୍ରାନ୍‌ ଖାଁଙ୍କ ଆଖିରୁ ଏବେ ନିଦ ହଜିଯାଇଛି। ଏପରିସ୍ଥଳେ ପାକିସ୍ତାନୀ ୱେବସାଇଟ ଡନ ଅନୁଯାୟୀ, ମିଳିତ ଜାତିସଂଘ ସୁରକ୍ଷା ପରିଷଦର ଅଧ୍ୟକ୍ଷ ଭାବେ ଭାରତ ନିଜର ଏକ ମାସ କାର୍ଯ୍ୟକାଳ ମଧ୍ୟରେ ନିରପେକ୍ଷତାକୁ ପ୍ରାଥମିକତା ଦେବ ବୋଲି ପାକିସ୍ତାନ ବୈଦେଶିକ କାର୍ଯ୍ୟାଳୟ ପକ୍ଷରୁ ଆଶା ପ୍ରକଟ କରାଯାଇଛି। ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ଜାହିଦ ହାଫିଜ ଚୌଧୁରୀ ଡନର ଏକ ପ୍ରଶ୍ନର ଉତ୍ତରରେ କହିଛନ୍ତି ଯେ ପାକିସ୍ତାନ ଆଶା କରୁଛି ଭାରତ ନିଜ କାର୍ଯ୍ୟକାଳ ମଧ୍ୟରେ ସୁରକ୍ଷା ପରିଷଦର ଅଧ୍ୟକ୍ଷଙ୍କ ଆଚରଣକୁ ନିୟନ୍ତ୍ରଣ କରୁଥିବା ପ୍ରଯୁଜ୍ୟ ନିୟମାବଳୀ ପାଳନ କରିବ।
ସୂଚନାଯୋଗ୍ୟ, ସୁରକ୍ଷା ପରିଷଦର ଜଣେ ସ୍ଥାୟୀ ସଦସ୍ୟ ଭାବରେ ଭାରତର ଦୁଇ ବର୍ଷର କାର୍ଯ୍ୟକାଳ ୨୦୨୧ ଜାନୁୟାରୀ ୧ରେ ଆରମ୍ଭ ହୋଇଥିଲା। ୨୦୨୧-୨୨ କାର୍ଯ୍ୟକାଳ ମଧ୍ୟରେ ସୁରକ୍ଷା ପରିଷଦର ଜଣେ ସ୍ଥାୟୀ ସଦସ୍ୟ ଭାବରେ ଏହା ଭାରତର ପ୍ରଥମ ଅଧ୍ୟକ୍ଷତା। ଆସନ୍ତା ବର୍ଷ ଡିସେମ୍ବରରେ ଭାରତ ପୁଣି ସୁରକ୍ଷା ପରିଷଦର ଅଧ୍ୟକ୍ଷ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ନେଇ ପରିହାସ କଲା ଇରାନ, ଚେତାବନୀ ଦେଇ କହିଲା ନର୍କର ଦ୍ବାର…

ତେହେରାନ,୫।୪: ଇରାନର କେନ୍ଦ୍ରୀୟ ସାମରିକ କମାଣ୍ଡ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ପ୍ରତ୍ୟାଖ୍ୟାନ କରିଛି । ଇରାନ କେବଳ ଟ୍ରମ୍ପଙ୍କ ଧମକକୁ ଅଣଦେଖା…

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ସ୍କୁଲ ଚୟନ ଅଧିକାର ଶିକ୍ଷାଧିକାରରେ ନାହିଁ: ହାଇକୋର୍ଟ

ନୂଆଦିଲ୍ଲୀ,୫।୪: ଶିକ୍ଷା ଅଧିକାର ଆଇନ ଅନୁଯାୟୀ ଜଣେ ପିଲାର ଶିକ୍ଷା ଗ୍ରହଣ କରିବାର ଅଧିକାର ରହିଛି, କିନ୍ତୁ ନାମଲେଖା ପାଇଁ ଏକ ନିର୍ଦ୍ଦିଷ୍ଟ ସ୍କୁଲକୁ ଚୟନ କରିବା…

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri