ସୁରକ୍ଷା ପାଚେରି ଭାଙ୍ଗି ପଶିଲା ଜଙ୍ଗଲୀ ହାତୀ

ବାରଙ୍ଗ,୧୨।୨(ଡି.ଏନ୍‌.ଏ.): ନନ୍ଦନକାନନରେ ପୁଣି ସୁରକ୍ଷା ପାଚେରି ଭାଙ୍ଗି ଭିତରକୁ ପଶିଛନ୍ତି ଚନ୍ଦକା ଜଙ୍ଗଲର ଦୁଇଟି ହାତୀ। ପରିସରରେ ପଶି ଏଣେତେଣେ ବୁଲି ବୋଟ୍‌ ଘାଟ ପାଖ ପମ୍ପଘର ପଛପଟେ ଲାଗିଥିବା କଦଳୀ ଗଛଗୁଡିକୁ ଭାଙ୍ଗି ଖାଇଦେଇଛନ୍ତି ଏହି ଦୁଇ ହାତୀ। ଏହାସହ ଶିଶୁ ରେଳଗାଡ଼ି ରେଳଧାରଣା ଉପରେ ଚାଲି ଚାଲି ବାଘ ସଫାରି ଦେଇ ହମିରାଟାଙ୍ଗୀ ଜଙ୍ଗଲ ଭିତରେ ପଶିରହିଛନ୍ତି। ସିକ୍ୟୁରିଟି ବିଭାଗର ଜଗୁଆଳମାନେ ରାତିରେ ନନ୍ଦନକାନନ ଭିତରେ ଜଗୁଥିଲେ ମଧ୍ୟ ହାତୀ ବିଷୟରେ ଜାଣିପାରିନାହାନ୍ତି। ଶୁକ୍ରବାର ସକାଳେ କଦଳୀ ଗଛଗୁଡିକ ଭାଙ୍ଗିଥିବାର ଜାଣି ସିସିଟିଭି ଫୁଟେଜ୍‌କୁ ଅନୁଧ୍ୟାନ ପରେ ଜଙ୍ଗଲୀ ହାତୀ ପଶିଥିବାର ଜାଣିବାକୁ ପାଇଛନ୍ତି ନନ୍ଦନକାନନ କର୍ତ୍ତୃପକ୍ଷ। ଖବର ପାଇ ଚନ୍ଦକା-ଡମପଡ଼ା ଅଭୟାରଣ୍ୟର ଏକ ଟିମ୍‌ ନନ୍ଦନକାନନ ଟିମ୍‌ ସହ ମିଶି ହାତୀଦ୍ୱୟକୁ ଘଉଡାଇବା ପାଇଁ ଦିନସାରା ଚେଷ୍ଟା କରିଥିଲେ ମଧ୍ୟ ସେମାନେ ହମିରାଟାଙ୍ଗୀ ଜଙ୍ଗଲ ଭିତରୁ ପଦାକୁ ବାହାରି ନ ଥିଲେ। ପୁଣି ରାତିରେ ହାତୀ ଘଉଡ଼ାଇବା ଅଭିଯାନ ଆରମ୍ଭ ହେବ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

ନବୀନ ସରକାରକୁ ଉପାଡ଼ି ଭାଜପା ସରକାର ବନାନ୍ତୁ: ଶାହା

ସୋନପୁର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ସୋନପୁର ଗସ୍ତ କରିଛନ୍ତି। ସେଠରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ...

ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ଝାରସୁଗୁଡ଼ାରୁ ହେଲିକପ୍ଟର ଯୋଗେ ସୋନପୁର ଯିବେ। ଏହା ପରେ ସେ ସୋନପୁରରେ ବିଶାଳ...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ନବୀନ, ପାଣ୍ଡିଆନଙ୍କ ମଝିରେ ଫଟୋ ଉଠାଇଲେ ସୁର, ବିଜେଡିରେ ହେବେ କି ସାମିଲ!

ଭୁବନେଶ୍ୱର,୨୫।୪: ବିଧାୟକ ସୁର ରାଉତରାୟଙ୍କୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଏବେ ଆଉ ଏକ ଖବର ସାମ୍ନାକୁ ଆସିଛି। ଜଟଣୀରେ ଥିବା ବିଜେଡି କାର୍ଯ୍ୟାଳୟରେ ସୁର...

ମେ ଦ୍ୱିତୀୟ ସପ୍ତାହ ଆରମ୍ଭ ଯାଏଁ ଜାରି ରହିବ ତାତି!

ଭୁବନେଶ୍ୱର,୨୫।୪: ସମଗ୍ର ଓଡ଼ିଶାରେ ପ୍ରଚଣ୍ଡ ତାତି ଜାରି ରହିଛି। ସକାଳ ୮ଟା ରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ଗୁରୁବାର ପୂର୍ବାହ୍ନ ୧୧ଟା ୩୦ ସୁଦ୍ଧା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri