Posted inଫୁରସତ

ସୁରକ୍ଷା, ଖାଦ୍ୟ ନିରାପତ୍ତା ଦେଶ ପାଇଁ ଗୁରୁତ୍ୱପୂର୍ଣ୍ଣ

ଭାରତର ଦ୍ୱିତୀୟ ପ୍ରଧାନମନ୍ତ୍ରୀ ଲାଲ ବାହାଦୁର ଶାସ୍ତ୍ରୀ ଗୁଜରାଟ ଆନନ୍ଦର ଅମୁଲ ଦୁଗ୍ଧ ସମବାୟ ସମିତିକୁ ସମର୍ଥନ କରି ଏବଂ ଜାତୀୟ ଦୁଗ୍ଧ ବିକାଶ ବୋର୍ଡ ଗଠନ କରି ଦୁଗ୍ଧର ଉତ୍ପାଦନ ତଥା ଯୋଗାଣ ବୃଦ୍ଧି ପାଇଁ ଏକ ଜାତୀୟ ଅଭିଯାନ ଆରମ୍ଭ କରିଥିଲେ। ଏହା ସହିତ ସେ ଭାରତର ଖାଦ୍ୟ ଉତ୍ପାଦନକୁ ବୃଦ୍ଧି କରିବାର ଆବଶ୍ୟକତାକୁ ଦର୍ଶାଇ ଶାସ୍ତ୍ରୀ ୧୯୬୫ରେ ଭାରତରେ ସବୁଜ ବିପ୍ଳବକୁ ମଧ୍ୟ ପ୍ରୋତ୍ସାହିତ କରିଥିଲେ। ଏହି ଯୋଜନା ଦ୍ୱାରା ବିଶେଷ କରି ତାଙ୍କ ସମୟରେ ପଞ୍ଜାବ, ହରିୟାଣା ଏବଂ ଉତ୍ତରପ୍ରଦେଶରେ ଖାଦ୍ୟ ଶସ୍ୟ ଉତ୍ପାଦନରେ ବୃଦ୍ଧି ଘଟିଥିଲା।
ସେ ଭଲ ଭାବେ ହୃଦୟଙ୍ଗମ କରିଥିଲେ ଯେ, ଦେଶର ସୁରକ୍ଷା ଏବଂ ଖାଦ୍ୟ ନିରାପତ୍ତା ଉଭୟ ଦେଶର ବିକାଶ ପାଇଁ ଗୁରୁତ୍ୱପୂର୍ଣ୍ଣ।
ଅକ୍ଟୋବର ୨ରେ ମୁଗଲସରାଇଠାରେ ଲାଲ ବାହାଦୂର ଜନ୍ମଗ୍ରହଣ କରିଥିଲେ। ତାଙ୍କ ପିତାଙ୍କ ନାମ ଶାରଦା ପ୍ରସାଦ ଶ୍ରୀବାସ୍ତବ ଏବଂ ମାତାଙ୍କ ନାମ ରାମଦୁଲାରୀ ଦେବୀ ଥିଲା। ୧୯୬୫ ଭାରତ-ପାକିସ୍ତାନ ଯୁଦ୍ଧରେ ସେ ଦେଶବାସୀଙ୍କ ମନୋବଳ ବଢ଼ାଇବା ପାଇଁ “ଜୟ ଯବାନ, ଜୟ କିଷାନ” ସ୍ଲୋଗାନ ଦେଇଥିଲେ।
୧୦ ଜାନୁଆରୀ ୧୯୬୬ରେ ତାସକେଣ୍ଟ ଚୁକ୍ତିନାମା ସହିତ ଯୁଦ୍ଧ ଶେଷ ହୋଇଥିଲା। ଜାନୁୟାରୀ ୧୧ରେ ତାଙ୍କର ହୃଦଘାତରେ ପରଲୋକ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ମ୍ୟାଚ୍‌: ହୋଟେଲ ରୁମ୍‌ ଭଡ଼ା ୪୦୦% ବୃଦ୍ଧି

ଅହମଦାବାଦ,୭।୩:  ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ସନ୍ଧ୍ୟାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଟି୨୦ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏଥିଲାଗି ସହରର ପ୍ରାୟତଃ ହୋଟେଲରେ ରୁମ୍‌…

ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅପମାନ: ମୋଦି-ମମତା ମୁହାଁମୁହିଁ, ଦୁର୍ଭାଗ୍ୟଜନକ କହି…

ନୂଆଦିଲ୍ଲୀ/କୋଲକାତା,୭।୩: ପଶ୍ଚିମବଙ୍ଗ ଗସ୍ତରେ ଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ନେଇ ଏବେ ରାଜନୀତି ସରଗରମ ହୋଇଛି। ସିଲିଗୁଡ଼ିରେ ଆୟୋଜିତ ଆନ୍ତର୍ଜାତୀୟ ସାନ୍ତାଳ ସମ୍ମିଳନୀ ପାଇଁ ଉପଯୁକ୍ତ ସ୍ଥାନ…

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଇରାନ ଉପରେ ଆଜି ହେବ ‘ଭୟଙ୍କର’ ଆକ୍ରମଣ: ଟ୍ରମ୍ପଙ୍କ ଘୋଷଣା ପରେ ସାରା ବିଶ୍ୱରେ ହଇଚଇ, ପଡ଼ୋଶୀ ଦେଶକୁ…

ୱାଶିଂଟନ/ତେହେରାନ,୭।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପ୍ରତିଦିନ ଭୟଙ୍କର ରୂପ ନେଉଛି। ମଧ୍ୟପ୍ରାଚ୍ୟର ଅନେକ ସହର ଏହି ସାମରିକ ସଂଘର୍ଷରେ ଛାରଖାର ହୋଇଯାଇଥିବା ବେଳେ,…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri