Categories: ଜାତୀୟ

ଅନନ୍ତନାଗରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ

ଶ୍ରୀନଗର, ୧୭।୧୦: ଜମ୍ମୁ-କଶ୍ମୀରର ଅନନ୍ତନାଗରେ ଶନିବାର ମିଳିତ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଏଥିରେ ଜଣେ ଆତଙ୍କବାଦୀଙ୍କର ଏନ୍‌କାଉଣ୍ଟରରେ ମୃତ୍ୟୁ ଘଟିଛି। ସ୍ଥାନୀୟ ଲାରନୁ ଅଞ୍ଚଳରେ କେତେକ ଆତଙ୍କବାଦୀ ଲୁଚି ରହିଥିବା ଖବର ପାଇଁ ଜମ୍ମୁ-କଶ୍ମୀର ପୋଲିସ ଏବଂ ସିଆର୍‌ପିଏଫ୍‌ ଯବାନମାନେ ଏଠାରୋ ଘେରାବନ୍ଦୀ ଆରମ୍ଭ କରିଥିଲେ। ଏହାପରେ ସର୍ଚ୍ଚ ଅପରେଶନ୍‌ କରାଯାଇଥିଲା। ଆତଙ୍କବାଦୀଙ୍କୁ ଆତ୍ମସମର୍ପଣ ପାଇଁ ସତର୍କ ସୂନା ଜାରି କରାଯାଇଥିଲା। ତେବେ ସେମାନେ ଖସିଯିବାକୁ ଉଦ୍ୟମ କରିବା ସହିତ ମିଳିତ ସୁରକ୍ଷାକର୍ମୀଙ୍କ ଉପରକୁ ଗୁଳିମାଡ଼ କରିଥିଲେ। ଏହାର ଜବାବରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ପାଲଟା ଗୁଳି ଚାଳନା କରାଯାଇଥିବା କଶ୍ମୀର ଜୋନ୍‌ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ଆତଙ୍କବାଦୀଙ୍କଠାରୁ ଗୋଟିଏ ଏ.କେ. ରାଇଫଲ ଜବତ କରାଯାଇଛି।

Share