Posted inଜାତୀୟ

ପୁଲଓ୍ବାମାରେ ସୁରକ୍ଷା ବଳକୁ ବଡ଼ ସଫଳତା

ଶ୍ରୀନଗର,୨୭।୧୨: କଶ୍ମୀରର ପୁଲଓ୍ବାମା ଜିଲାରେ ସୁରକ୍ଷା ବଳକୁ ସୋମବାର ବଡ଼ ସଫଳତା ମିଳିଛି। ଆତଙ୍କବାଦୀ ଗୋଷ୍ଠୀ ଜୈଶ-ଇ-ମହମ୍ମଦ (ଜେଇଏମ) ପାଇଁ କାମ କରୁଥିବା ଦୁଇ ଜଣଙ୍କୁ ଗିରଫ କରାଯାଇଛି। ଏମାନଙ୍କ ଯୋଗୁ ବୁଦଗ୍ରାମ ଜିଲାରେ ଜେଇଏମ୍‌ ସଦସ୍ୟମାନେ ସକ୍ରିୟ ଥିଲେ।

ପୋଲିସ ପ୍ରବକ୍ତାଙ୍କ ଅନୁଯାୟୀ, ଗିରଫ ହୋଇଥିବା ଦୁଇ ବ୍ୟକ୍ତିଙ୍କୁ ଆଦିଲ ଅଲି ଓ ଅସିଫ ଗୁଲଜାର ବୋଲି ଚିହ୍ନଟ କରାଯାଇଛି। ଜେଇଏମ୍‌ ସହ ଜଡ଼ିତ ଏହି ଦୁଇ ଆତଙ୍କବାଦୀଙ୍କୁ ସୁରକ୍ଷା ବଳ ଗିରଫ କରିଛି। ସେମାନଙ୍କ ଠାରୁ ବନ୍ଧୁକ, ବିସ୍ଫୋରକ ସାମଗ୍ରୀ ଜବତ ହୋଇଛି। ସେମାନେ ଜେଇଏମ୍‌ କମାଣ୍ଡରଙ୍କ ସହ ଯୋଗାଯୋଗରେ ଥିଲେ। ବୁଦଗ୍ରାମରେ ସକ୍ରିୟ ଥିବା ଏହି ଆତଙ୍କବାଦୀ ଗୋଷ୍ଠୀର ସଦସ୍ୟଙ୍କ ପାଇଁ ରହିବା ସ୍ଥାନ ବ୍ୟବସ୍ଥା କରିବା ଠାରୁ ଅସ୍ତ୍ରଶସ୍ତ୍ର, ବିସ୍ଫୋରକ ସାମଗ୍ରୀ ଯୋଗାଇ ଦେବା ଏମାନଙ୍କ କାମ ଥିଲା ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ନ୍ୟୁଜ୍‌ କ୍ଲିକ୍‌ ପୋର୍ଟାଲକୁ ୧୨୦ କୋଟି ଜରିମାନା

ନୂଆଦିଲ୍ଲୀ,୧୭ା୨: ବହୁ ଚର୍ଚ୍ଚିତ ନ୍ୟୁଜ୍‌ କ୍ଲିକ୍‌ ପୋର୍ଟାଲ ଉପରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ୧୨୦ କୋଟି ଟଙ୍କା ଜରିମାନା କରିଛି। ଏଥିସହିତ ଏହି ପୋର୍ଟାଲର ପ୍ରତିଷ୍ଠାତା ପ୍ରବୀର…

ପ୍ରକାଶ ପାଇଲା ଜେଇଇ ମେନ୍‌ ରେଜଲ୍ଟ, ଭବେଶ ପାତ୍ର ଓଡ଼ିଶା ଟପ୍ପର

ଭୁବନେଶ୍ୱର,୧୭ା୨(ସୁଚିସ୍ମିତା ସାହୁ):  ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି ପକ୍ଷରୁ ଯୁଗ୍ମ ପ୍ରବେଶିକା ପରୀକ୍ଷା (ଜେଇଇ) ମେନ୍‌ ୨୦୨୬ ପ୍ରଥମ ସେସନର ପରୀକ୍ଷାଫଳ ସୋମବାର ପ୍ରକାଶ ପାଇଛି। ଜେଇଇ ପେପର-୧…

ଜାନୁଆରୀରେ ବେରୋଜଗାରି ୫%କୁ ବଢ଼ିଛି

ନୂଆଦିଲ୍ଲୀ,୧୭ା୨(ପି.ଟି.): ଦେଶରେ ୧୫ ବର୍ଷ ଓ ତଦୂର୍ଦ୍ଧ୍ୱ ବୟସର ଲୋକଙ୍କ ମଧ୍ୟରେ ବେରୋଜଗାରି ହାର ଗତବର୍ଷ ଡିସେମ୍ବରରେ ୪.୮ ପ୍ରତିଶତ ଥିବାବେଳେ ଜାନୁଆରୀରେ ତାହା ୫ ପ୍ରତିଶତକୁ ବୃଦ୍ଧି…

ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଉଦ୍ଧାର

ଦେବଗଡ,୧୭।୨(ଶଶାଙ୍କ ଶେଖର ଝାଙ୍କର): ତିଲେଇବଣି ବ୍ଲକ ତଥା ଦେବଗଡ ଥାନା ଅନ୍ତର୍ଗତ ଟାଇଁସର ସ୍ଥିତ ଏକ ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଜଣେ ଯୁବକଙ୍କୁ ଉଦ୍ଧାର କରାଯାଇଛି…

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri