Posted inଜାତୀୟ

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟର: ୩ ଆତଙ୍କବାଦୀ ନିହତ

ଶ୍ରୀନଗର, ୧୭।୯: ଜମ୍ମୁ-କଶ୍ମୀରରେ ଆତଙ୍କବାଦ ବିରୋଧୀ ଅପରେଶନ୍‌ରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ଗୁରୁବାର ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୩ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଏଥିରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବାବେଳେ ସିଆର୍‌ପିଏଫ୍‌ର ଜଣେ ଅଫିସରଙ୍କ ସମେତ ୨ ଜଣ ଆହତ ହୋଇଛନ୍ତି। ଶ୍ରୀନଗରର ବଟାମାଲୁ ଅଞ୍ଚଳର ଫିରଦୌସବାଦ୍‌ରେ କିଛି ଆତଙ୍କବାଦୀ ଲୁଚି ଥିବା ଖବର ପାଇ ମିଳିତ ସୁରକ୍ଷାକର୍ମୀ ଘେରାବନ୍ଦୀ ଆରମ୍ଭ କରିଥିଲେ। ଆତଙ୍କବାଦୀଙ୍କୁ ଆତ୍ମସମର୍ପଣ ଲାଗି ସତର୍କ ସୂଚନା ଜାରି କରାଯାଇଥିଲା। ତେବେ ସୁରକ୍ଷାକର୍ମୀଙ୍କ ଉପରକୁ ଆତଙ୍କବାଦୀମାନେ ପ୍ରଥମେ ଗୁଳି ଚାଳନା କରିଥିଲେ। ଏହାର ଜବାବରେ ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ପାଲଟା ଗୁଳି ଚାଳନା କରାଯାଇଥିଲା। ଆତଙ୍କବାଦୀଙ୍କଠାରୁ ବହୁ ପରିମାଣର ଅସ୍ତ୍ରଶସ୍ତ୍ର ଜବତ ହୋଇଥିବା କଶ୍ମୀର ଜୋନ୍‌ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ଏଠାରେ ଅଧିକ ଆତଙ୍କବାଦୀ ଲୁଚିଥିବା କୁହାଯାଉଛି। ଏନେଇ ସୁରକ୍ଷାକର୍ମୀଙ୍କ ପକ୍ଷରୁ ସର୍ଚ୍ଚ ଅପରେଶନ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେଡ୍‌ଲାଇନ୍‌ ଘୋଷଣା: ୨୭ ପରେ ଅନୁଦାନ ମନା

ଭୁବନେଶ୍ୱର,୧୧ା୨(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଚଳିତ ମାସ ୧୭ରୁ ଆରମ୍ଭ ହେବାକୁଥିବା ବଜେଟ ଅଧିବେଶନକୁ ଦୃଷ୍ଟିରେ ରଖାଯାଇ ଅର୍ଥ ବିଭାଗ ପକ୍ଷରୁ ସବୁ ବିଭାଗ ପାଇଁ ଅର୍ଥ…

ବାଚସ୍ପତିଙ୍କ ବିରୋଧରେ ଅନାସ୍ଥା ନୋଟିସ

ନୂଆଦିଲ୍ଲୀ,୧୧ା୨: ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲାଙ୍କୁ ପଦବୀରୁ ହଟାଇବା ପାଇଁ ବିରୋଧୀ ଦଳଗୁଡ଼ିକ ମଙ୍ଗଳବାର ଅନାସ୍ଥା ପ୍ରସ୍ତାବ ନୋଟିସ ଦାଖଲ କରିଛନ୍ତି। ବିର୍ଲା ଗୃହକାର୍ଯ୍ୟ ପରିଚାଳନାରେ…

୧୩ରେ ରାଜ୍ୟ କ୍ୟାବିନେଟ୍‌: ସରକାରଙ୍କ କସରତ

ଭୁବନେଶ୍ୱର,୧୧ା୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୨୬-୨୭ ଆର୍ଥିକବର୍ଷ ପାଇଁ ବିଧାନସଭାରେ ବଜେଟ ଅଧିବେଶନ ୧୭ରୁ ଆରମ୍ଭ ହେବ। ଏଥିପାଇଁ ସରକାରଙ୍କ ପକ୍ଷରୁ ବ୍ୟାପକ କସରତ ଗତ…

ଡୁଡୁକା ପଞ୍ଚାୟତରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ କାମରେ ଅନିୟମିତତା ଅଭିଯୋଗ

ଲୋଇସିଂହା,୧୧।୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକରେ ଏମ୍‌ଜିଏନଆରଇଜିଏସ୍‌ କାମରେ ଅନିୟମିତତା ହେଉଥିବା ନେଇ ଅଭିଯୋଗ ହେଉଛି। ପଞ୍ଚାୟତ ସ୍ତରରେ ହେଉଥିବା କାମ ସଂକ୍ରାନ୍ତରେ ଏମ୍‌ଜିଏନଆରଇଜିଏସ୍‌ କାମ ସାଇଟ୍‌ର…

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ଟି-୨୦ ବିଶ୍ୱକପ: ହସରଙ୍ଗା ଓ ବ୍ରେସୱେଲ୍ ବାଦ୍, ଭାରତୀୟ ଶିବିରରେ ଚିନ୍ତାର କଲା ବାଦଲ

ମୁମ୍ବାଇ,୧୦।୨: ଚଳିତ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ରେ ଶ୍ରୀଲଙ୍କା ଏବଂ ନ୍ୟୁଜିଲାଣ୍ଡ ଦଳକୁ ବଡ଼ ଝଟ୍‌କା ଲାଗିଛି। ଆହତ ସମସ୍ୟା କାରଣରୁ ଶ୍ରୀଲଙ୍କାର ୱାନିନ୍ଦୁ ହସରଙ୍ଗା ଏବଂ…

ଟି-୨୦ ବିଶ୍ୱକପ: ଭାରତ ବିପକ୍ଷ ମ୍ୟାଚ୍ ପାଇଁ ପାକିସ୍ତାନର ‘ୟୁ-ଟର୍ଣ୍ଣ’, ଆଇସିସି ଦେଲା ବଡ଼ ପ୍ରତିଶ୍ରୁତି

ନୂଆଦିଲ୍ଲୀ,୧୦।୨: ଚାଲିଥିବା ଟି-୨୦ ବିଶ୍ୱକପରେ ଭାରତ ବିପକ୍ଷ ମ୍ୟାଚ୍‌କୁ ବର୍ଜନ କରିବାକୁ ଘୋଷଣା କରିଥିବା ପାକିସ୍ତାନ ଶେଷରେ ନିଜ ନିଷ୍ପତ୍ତି ବଦଳାଇଛି। ICC ପାକିସ୍ତାନ କ୍ରିକେଟ ବୋର୍ଡ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri