ଖାଇବର ପାସ୍ତୁନଖ୍ବାରେ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟର: ୭ ଆତଙ୍କବାଦୀ ନିହତ…

ଇସଲାମାବାଦ,୧୧।୯ : ପାକିସ୍ତାନର ଖାଇବର ପାସ୍ତୁନଖ୍ବା ପ୍ରଦେଶରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ସୁରକ୍ଷା ବାହିନୀଙ୍କ ଏନକାଉଣ୍ଟର ରେ ୭ ଜଣ ଆତଙ୍କବାଦୀ ନିହତ ହୋଇଥିବାବେଳେ ୬ ଜଣ ଆତଙ୍କବାଦୀ ଆହତ ହୋଇଛନ୍ତି। ଚିତ୍ରାଲ ଜିଲାରେ ଏହି ଏନକାଉଣ୍ଟର ହୋଇଛି।

ଖାଇବର ପାଖ୍ଟନଖୱା ପ୍ରଦେଶରେ ଆଇନ ଶୃଙ୍ଖଳା ପରିସ୍ଥିତି ଗୁରୁତର ଭାବରେ ଖରାପ ହୋଇଛି, ଯେଉଁ କାରଣରୁ ଏଠାରେ ଅପରାଧିକ ଘଟଣା ବଢ଼ିଛି। ଏହାକୁ ଦୃଷ୍ଟିରେ ରଖି ସୁରକ୍ଷା ବାହିନୀ ଆତଙ୍କବାଦୀଙ୍କ ବିରୋଧରେ ବ୍ୟାପକ ଅପରେଶନ ଆରମ୍ଭ କରିଛନ୍ତି।

ସୁରକ୍ଷା ବାହିନୀଙ୍କ ଦ୍ୱାରା କରାଯାଇଥିବା ଅପରେଙ୍ଶନକୁ ସ୍ଥାନୀୟ ଲୋକ ପ୍ରଶଂସା କରିଛନ୍ତି। ଏହା ସହିତ ଆତଙ୍କବାଦର ବିପଦକୁ ଦୂର କରିବା ପାଇଁ ସେମାନେ ପାକିସ୍ତାନକୁ ସମ୍ପୂର୍ଣ୍ଣ ସହାୟତା ଯୋଗାଇବାକୁ କହିଛନ୍ତି।

ଏହାପୂର୍ବରୁ ବୁଧବାର (ସେପ୍ଟେମ୍ବର ୬) ରେ ପାକିସ୍ତାନ-ଆଫଗାନିସ୍ତାନ ସୀମା ଉପରେ ହୋଇଥିବା ଆକ୍ରମଣରେ ଚାରିଜଣ ସୈନିକ ଏବଂ ୧୨ ଜଣ ଆତଙ୍କବାଦୀ ନିହତ ହୋଇଥିଲେ। ଅତ୍ୟାଧୁନିକ ଅସ୍ତ୍ରଶସ୍ତ୍ରରେ ସଜ୍ଜିତ ଆତଙ୍କବାଦୀଙ୍କ ଏକ ବଡ଼ ଗ୍ୟାଙ୍ଗ ଦୁଇଟି ସାମରିକ ପୋଷ୍ଟ ଉପରେ ଆକ୍ରମଣ କରିଥିାଲ।

ସେନାର ମିଡିଆ ୱିଙ୍ଗ ଅନୁଯାୟୀ ଆଫଗାନିସ୍ତାନର ନୁରିସ୍ତାନ ଏବଂ କୁନାର ପ୍ରଦେଶରେ ଆତଙ୍କବାଦୀ କାର୍ଯ୍ୟକଳାପ ସମ୍ପର୍କରେ ସୂଚନା ମିଳିଥିଲା ଯେଉଁଥିରେ ସୁରକ୍ଷା ବାହିନୀ ଏକ ଅପରେସନ ଆରମ୍ଭ କରିଥିଲେ ଏବଂ ସେମାନେ ଆତଙ୍କବାଦୀଙ୍କ ସହ ସଂଘର୍ଷ କରିଥିଲେ। ଆତଙ୍କବାଦୀଙ୍କୁ ଏନକାଉଣ୍ଟର କରାଯାଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ରୁଷିଆ ଯାତ୍ରା କରୁଥିବା ବ୍ୟକ୍ତିଙ୍କ ପାଇଁ MEA ପକ୍ଷରୁ ଆଡଭାଇଜରୀ ଜାରି; କୁହାଯାଇଛି ଯେ, ‘ରିପୋର୍ଟରୁ ଜଣାପଡ଼ୁଛି ଯେ…’

ନୂଆଦିଲ୍ଲୀ,୧।୧୦: ଭାରତ ସରକାର ରୁଷିଆ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ଆଡଭାଇଜରୀ ଜାରି କରିଛନ୍ତି। ଗୁରୁବାର ‘ଏକ୍ସ’ (X) ରେ ଏକ ପୋଷ୍ଟ ମାଧ୍ୟମରେ ବୈଦେଶିକ…

ବୈଜ୍ଞାନିକଙ୍କ ଚମତ୍କାରିତା, ଭୂକମ୍ପ ଆସିଲେ ପବନରେ ଉଡ଼ିବ ଘର! ଜାଣନ୍ତୁ କେମିତି

ଟୋକିଓ,୧ା୧୦: ଭୂକମ୍ପ ଆସିଲେ ଘର ଦୋହଲିବ ନାହିଁ, ବରଂ ଜମିରୁ ପ୍ରାୟ ୩ ସେଣ୍ଟିମିଟର ଉପରକୁ ଉଠିଯିବ! ଜାପାନର ଏକ କମ୍ପାନୀ ବିକଶିତ କରିଥିବା ଏଭଳି ଭୂକମ୍ପ…

ଫ୍ଲାଏଦୁବାଇ ବିମାନର ନାୟକ ସ୍ମିତଙ୍କୁ ଇସ୍ରାଏଲ ପ୍ରଦାନ କରିବ ବୀରତ୍ୱ ପୁରସ୍କାର, ଆଉ ୪ ଇସ୍ରାଏଲ ନାଗରିକ ପାଇବେ…

ଜେରୁଜେଲମ,୧।୧୦: ଫ୍ଲାଏଦୁବାଇ ଫ୍ଲାଇଟ FZ1073 ରେ ପ୍ରାୟ 180 ଜଣ ଯାତ୍ରୀଙ୍କୁ ବଡ଼ ବିପଦରୁ ଉଦ୍ଧାର କରିଥିବା ଭାରତୀୟ ପାଇଲଟ କ୍ୟାପ୍ଟେନ ସ୍ମତ ମଚ୍ଛାରଙ୍କ ସାହସିକତା ଇସ୍ରାଏଲରେ…

ସ୍ମିତଙ୍କୁ କରାଗଲା ଏୟାର ଲିପ୍ଟ, ପରିବାରକୁ ଭେଟିଲେ ରାଷ୍ଟ୍ରଦୂତ

ନୂଆଦିଲ୍ଲୀ,୧।୧୦: ଫ୍ଲାଏଦୁବାଇ ବିମାନରେ ଆକ୍ରମଣକାରୀଙ୍କ ମୁକାବିଲା ପାଇଁ ନିଜ ଜୀବନକୁ ବାଜି ଲଗାଇଥିବା ଭାରତୀୟ ପାଇଲଟ ସ୍ମିତ ମଚ୍ଛାରଙ୍କ ଅବସ୍ଥା ସ୍ଥିର ଅଛି। ଏହି ସମୟରେ, ୟୁଏଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?