Categories: ଜାତୀୟ

ଟିକନରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟର: ୨ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା

ଶ୍ରୀନଗର,୯।୧୨: ଜମ୍ମୁ-କଶ୍ମୀରରେ ଗୁରୁବାର ଭୋର୍‌ ୫ଟା ସମୟରେ ସମୟରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୨ ଆତଙ୍କବାଦୀଙ୍କ ମୁଣ୍ଡଗଡ଼ିଛି। ଦକ୍ଷିଣ କଶ୍ମୀରର ପୁଲଓ୍ବାମା ଜିଲାର ଟିକନ ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ମିଳିବା ପରେ ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଘେରାବନ୍ଦୀ ଆରମ୍ଭ କରାଯାଇଥିଲା। ସର୍ଚ୍ଚ ଅପରେଶନ୍‌ ସମୟରେ ଆତଙ୍କବାଦୀଙ୍କୁ ଆତ୍ମସମର୍ପଣ ପାଇଁ ସତର୍କ ସୂଚନା ଦିଆଯାଇଥିଲା। ମାତ୍ର ଆତଙ୍କବାଦୀମାନେ ପୋଲିସ ଏବଂ ସିଆରପିଏଫ୍‌ ଯବାନଙ୍କ ଉପରକୁ ଗୁଳିଚାଳନା କରିଥିଲେ। ଏହାର ଜବାବରେ ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ପାଲଟା ଗୁଳି ଚାଳନ କରାଯାଇଥିବା କଶ୍ମୀର ଜୋନ୍‌ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି।

Share