Posted inଜାତୀୟ

ଭୁଲରେ ୧୩ ଲୋକଙ୍କୁ ଗୁଳି କରି ହତ୍ୟା କଲେ ସୁରକ୍ଷାକର୍ମୀ…

କୋହିମା,୫।୧୨: ସୁରକ୍ଷା ବାହିନୀଙ୍କ ଭୁଲ ଯୋଗୁ ନାଗାଲାଣ୍ଡରେ ୧୩ ଜଣ ସାଧାରଣ ନାଗରିକଙ୍କ ମୃତ୍ୟୁ ଘଟିଛି। ଏହି ଘଟଣା ପରେ କ୍ରୋଧିତ ଗ୍ରାମବାସୀ ସୁରକ୍ଷା ବାହିନୀଙ୍କ ଗାଡିରେ ନିଆଁ ଲଗାଇ ଦେଇଛନ୍ତି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଏହି ଘଟଣା ମୋନ୍‌ ଜିଲାର ଓଟିଙ୍ଗ ଗ୍ରାମରେ ଘଟିଛି। ଗ୍ରାମବାସୀ ଏକ ପିକଅପ ଟ୍ରକରେ ଘରକୁ ଫେରୁଥିଲେ।

କୁହାଯାଉଛି ଯେ ଭୁଲରେ ସୁରକ୍ଷା ବାହିନୀ ସେମାନଙ୍କ ଉପରକୁ ଗୁଳି ଚଳାଇଥିଲେ। ଏହି ଘଟଣାରେ ବହୁ ଲୋକ ମଧ୍ୟ ଆହତ ହୋଇଛନ୍ତି। ଘଟଣା ପରେ ନାଗାଲାଣ୍ଡ ମୁଖ୍ୟମନ୍ତ୍ରୀ ନେଫିୟୁ ରିଓ ଶାନ୍ତି ବଜାୟ ରଖିବାକୁ ଲୋକଙ୍କୁ ନିବେଦନ କରିଛନ୍ତି। ଏହା ସହିତ ସ୍ବତନ୍ତ୍ର ଅନୁସନ୍ଧାନକାରୀ ଦଳ (ଏସଆଇଟି) ଦ୍ୱାରା ଘଟଣାର ଅନୁସନ୍ଧାନ କରାଯିବ ବୋଲି ନିିର୍ଦ୍ଦେଶ ଜାରି କରିଛନ୍ତି।

ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି ଯେ ଓଟିଙ୍ଗରେ ସାଧାରଣ ନାଗରିକଙ୍କ ହତ୍ୟା ଅତ୍ୟନ୍ତ ନିନ୍ଦନୀୟ। ଏହି ଘଟଣାର ତଦନ୍ତ ପାଇଁ ସେ ଉଚ୍ଚ ସ୍ତରୀୟ ଏସଆଇଟିକୁ ନିର୍ଦ୍ଦେଶ ଦେଇଛନ୍ତି। ସିଏମ କହିଛନ୍ତି- ଦେଶର ଆଇନ ଅନୁଯାୟୀ ଏସଆଇଟି ନ୍ୟାୟ କରିବ। ସେ ଶାନ୍ତି ପାଇଁ ନିବେଦନ କରିଛନ୍ତି। ତେବେ ଏହି ଗୁଳି ବିନିମୟ କିପରି ହୋଇଛି ସେନେଇ କୌଣସି ସରକାରୀ ବିବୃତ୍ତି ଦିଆଯାଇ ନାହିଁ। ନାଗାଲାଣ୍ଡର ସ୍ଥାନୀୟ ଗଣମାଧ୍ୟମ ଅନୁଯାୟୀ, ସୁରକ୍ଷା ବାହିନୀ ମାଓବାଦୀଙ୍କ ବିରୋଧରେ ଅପରେଶନ ଚଳାଉଥିଲେ। ଏହି ସମୟରେ ଏହି ଘଟଣା ଘଟିଥିଲା।

ଗ୍ରାମବାସୀ ଠିକ ସମୟରେ ଘରେ ପହଞ୍ଚି ନ ଥିବାରୁ ସେମାନଙ୍କ ପରିବାର ସଦସ୍ୟ ଖୋଜାଖୋଜି ଜାରି ରଖିଥିଲେ। ମୃତଦେହ ମିଳିବା ପରେ ଗ୍ରାମବାସୀ ରାଗିଯାଇ ସୁରକ୍ଷା ବାହିନୀଙ୍କ ଗାଡିରେ ନିଆଁ ଲଗାଇ ଦେଇଥିଲେ। ରାଜ୍ୟ ଆଇପିଏସ ଅଧିକାରୀ ରୁପିନ ଶର୍ମା ଏହି ଘଟଣାର ଭିଡିଓ ଟୁଇଟରରେ ଅପଲୋଡ୍‌ କରିଥିଲେ। ସେ ଗାଡିରେ ନିଆଁ ଲଗାଯାଉଥିବାର ଭିଡ଼ିଓ ଏବଂ ଫଟୋ ମଧ୍ୟ ଅପଲୋଡ୍‌ କରିଥିଲେ, କିନ୍ତୁ ପରେ ସେ ଭିଡିଓ ଡିଲିଟ କରି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଲଘୁଚାପ: ୨୮ରୁ ଆହୁରି ବଢ଼ିବ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୨୫ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆସନ୍ତା ୨୪ ଘଣ୍ଟାରେ ଉତ୍ତର ପଶ୍ଚିମ ଆଡ଼କୁ ଗତି କରିବା ସହ ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା…

“ବିବାହ ନ କଲେ ଆତ୍ମହତ୍ୟା କରିବି” କହି ନେଇଗଲେ, ପ୍ରେମିକା ୩ ମାସର ଗର୍ଭବତୀ ହେବା ପରେ ଫେରାର୍; ପରିଶେଷରେ…

ଦେବଗଡ଼,୨୫।୮(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଛ ପ୍ରତିଶ୍ରୁତି ଦେଇ ପ୍ରେମିକାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ସ୍ଥାପନ କରିବା ଏବଂ ପରବର୍ତ୍ତୀ ସମୟରେ ପ୍ରତାରଣା କରିବା ଅଭିଯୋଗରେ…

ସାଂଘାତିକ! ଶେଷରେ ପାରାଦୀପ ସମୁଦ୍ରରୁ ମିଳିଲା ନିଖୋଜ ଜାହାଜର…

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ଏକାଠି ହେଲେ ଭାରତ-ଚାଇନା ସେନା, ଓଡ଼ିଶା ସମୁଦ୍ରରେ ଚାଲିଛି ଜୋର୍‌ ଅପରେଶନ

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ହଠାତ୍‌ ଏତେ ଟଙ୍କା କମିଗଲା ଚିନିଦର! ଜାଣନ୍ତୁ କେବେଠୁ ଲାଗୁ ହେବ…

ନୂଆଦିଲ୍ଲୀ,୨୫।୮: କେନ୍ଦ୍ର ସରକାରଙ୍କ କହିବା ଅନୁସାରେ, ସରକାର ଚିନି ଆମଦାନୀ ପାଇଁ ଅନୁମତି ଦେବା ଏବଂ କଳାବଜାରୀ ଉପରେ କଡ଼ା ପଦକ୍ଷେପ ନେବା ପରେ ଚିନିର ଏକ୍ସ-ମିଲ୍…

ଟ୍ରେନରେ ଆସୁଛି ୮୦୦ଟନ୍‌ ପିଆଜ, କିଲୋ ପ୍ରତି ଏତେ କମିଯିବ ପିଆଜ ଦର?

ନୂଆଦିଲ୍ଲୀ,୨୫।୮: ଏହି ଦିନଗୁଡ଼ିକରେ ପିଆଜ ଦର ଆକାଶଛୁଆଁ ହେଉଛି। ପିଆଜ କିଣିବା ଦାମ୍‌ରେ ହାରାହାରି ୫୯ ପ୍ରତିଶତରୁ ଅଧିକ ବୃଦ୍ଧି ରେକର୍ଡ କରାଯାଇଛି। ଏଭଳି ପରିସ୍ଥିତିରେ କେନ୍ଦ୍ର…

୬୦ ବୟସରୁ ଅଧିକ ମହିଳାଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ମାଗଣାରେ କରିପାରିବେ ବସ୍‌ଯାତ୍ରା…

ନୂଆଦିଲ୍ଲୀ,୨୫।୮: ଉତ୍ତର ପ୍ରଦେଶର ଯୋଗୀ ସରକାର ମଙ୍ଗଳବାର ଦିନ ‘ଲୋକମାତା ଅହଲ୍ୟାବାଈ ମାତୃଶକ୍ତି ଯୋଜନା’ ସମେତ ୨୪ଟି ପ୍ରସ୍ତାବକୁ ମଞ୍ଜୁରୀ ଦେଇଛନ୍ତି। ସିଏମ୍ ଯୋଗୀ ୬୦ ବର୍ଷରୁ…

ମମତାଙ୍କ ସନ୍ନ୍ୟାସ ବୟାନକୁ ନେଇ ଭାଜପାର ତୀବ୍ର ଟାର୍ଗେଟ୍‌, କହିଲା- ‘ତାଙ୍କ ବୟସ ମଧ୍ୟ…’

କୋଲକାତା,୨୫।୮: ଟିଏମସି ପ୍ରମୁଖ ମମତା ବାନାର୍ଜୀଙ୍କ ପକ୍ଷରୁ ‘ରାଜନୀତିରୁ ସନ୍ନ୍ୟାସ’ ନେବା ସମ୍ପର୍କରେ ଦିଆଯାଇଥିବା ବୟାନ ଉପରେ ଭାଜପା ପକ୍ଷରୁ ପାଲଟା ଜବାବ ଦିଆଯାଇଛି। ପଶ୍ଚିମବଙ୍ଗର ସ୍ବାସ୍ଥ୍ୟମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri