ଟ୍ରକ ମାଡ଼ିଯିବାରୁ ସିକ୍ୟୁରିଟି ଗାର୍ଡ ମୃତ ଘଟଣା: ମୃତଦେହ ରଖି ରାସ୍ତା ଅବରୋଧ, ମୁହାଁମୁହିଁ ହେଲେ…

ବଲାଙ୍ଗୀର,୩।୧୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ମୁଖ୍ୟ ରାସ୍ତାରେ ପାଟଣା ଛକ ନିକଟରେ ସୋମବାର ବିଳମ୍ବିତ ରାତିରେ ଏକ ଟ୍ରକ ବଡ଼ଧରଣର ଦୁର୍ଘଟଣା ଘଟାଇଥିଲା । ଦ୍ରୁତ ଗତିରେ ଆସୁଥିବା ଟ୍ରକଟି ରାଧିକା ଅଳଙ୍କାର ଦୋକାନ ସମ୍ମୁଖରେ ଡ୍ୟୁଟିରେ ଥିବା ସିକ୍ୟୁରିଟି ଗାର୍ଡଙ୍କ ଉପରକୁ ମାଡିଯାଇଥିଲା। ଗୁରୁତର ଅବସ୍ଥାରେ ସିକ୍ୟୁରିଟି ଗାର୍ଡ ସିଦ୍ଧାର୍ଥ ପଧାନଙ୍କୁ ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲ ନିଆଯାଇଥିଲା ବେଳେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ତେବେ ମୃତଦେହ ବ୍ୟବଚ୍ଛେଦ ପରେ ଆନ୍ଦୋଳନକାରୀ ମୃତଦେହକୁ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖ କଚେରୀ ଛକକୁ ଆଣି ରାସ୍ତାରୋକୋ କରିଛନ୍ତି। ରାସ୍ତାରୋକୋ ସମୟରେ ପୋଲିସ ଓ ଆନ୍ଦୋଳନକାରୀ ମୁହାଁମୁହିଁ ହୋଇଛନ୍ତି। ପୋଲିସ ସହ ଆନ୍ଦୋଳନକାରୀ ଠେଲାପେଲା ହୋଇଛନ୍ତି। ନ୍ୟାୟ ନ ମିଳିବା ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ ବୋଲି ଆନ୍ଦୋଳନକାରୀମାନେ କହିଛନ୍ତି। ରାସ୍ତାରୋକ ଫଳରେ ଗାଡି ମଟର ଚଳାଚଳ ବାଧାପ୍ରାପ୍ତ ହୋଇଛି। ପୋଲିସ ଘଟଣାସ୍ଥଳରେ ଉପସ୍ଥିତ ରହି ସ୍ଥିତି ଉପରେ ନଜର ରଖିଛି। ବଲାଙ୍ଗୀର ଟାଉନ ପୋଲିସ ଉକ୍ତ ଟ୍ରକକୁ ଜବତ କରିବା ସହ ମାତାଲ ଡ୍ରାଇଭରଙ୍କୁ ଅଟକ ରଖିଛି। ଡ୍ରାଇଭର ଜଣକ ଅଙ୍କିତ କୁମାର ପାଣ୍ଡେ ଓ ସେ ବିହାରର ବୋଲି ଜଣାପଡିଛି। ଘଟଣାକୁ ନେଇ ମଙ୍ଗଳବାର ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ଉତ୍ତେଜନା ଦେଖାଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ସାଂଗଠନିକ କାର୍ଯ୍ୟର ପ୍ରସାର ଜରୁରୀ’

ବଞ୍ଚୋ,୧୯ା୩(ପ୍ରଦୋଷ କୁମାର ବିଶ୍ୱାଳ): ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ ଆନନ୍ଦପୁର ଷ୍ଟାଡିୟମରେ ନେତାଜୀ ପ୍ରଭାତ ଶାଖା ପକ୍ଷରୁ ରାଷ୍ଟ୍ରୀୟ ହିନ୍ଦୁ ନବବର୍ଷ ଉତ୍ସବ ଆଡମ୍ବରପୂର୍ଣ୍ଣ ଭାବେ ପାଳନ…

ଡାଲମା ହାଣ୍ଡିରୁ ବାହାରିଲା ବିଷାକ୍ତ ସାପ, ପ୍ରସାଦ ସେବନ ପରେ ଘଟିଲା…

ପଟ୍ଟମୁଣ୍ଡାଇ,୧୯ା୩(କଳ୍ପତରୁ ନାୟକ): ଡାଲମା ହାଣ୍ଡିରେ ଏକ ବିଷାକ୍ତ ସାପ ପଡ଼ିଯିବାରୁ ଏହି ଡାଲମା ଖାଇ ୩୦ ଅସୁସ୍ଥ ହୋଇପଡ଼ିଛନ୍ତି। ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ପ୍ରଧାନଆଚାର୍ଯ୍ୟଙ୍କ ନିଲମ୍ବନ ନେଇ ପ୍ରତିବାଦ, ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଗୁରୁମା-ଗୁରୁଜୀ

ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ିସ୍ଥିତ ଶିଶୁବିଦ୍ୟାମନ୍ଦିରର ଗୁରୁମା ଓ ଗୁରୁଜୀମାନେ ଗୁରୁବାର ସକାଳେ ବିଦ୍ୟାମନ୍ଦିର ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରଧାନଆଚାର୍ଯ୍ୟଙ୍କୁ ନିଲମ୍ବନ ଏବଂ…

ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ନବରାତ୍ର ପୂଜା ଆରମ୍ଭ: ଢୋଲ, ମହୁରୀ ଶବ୍ଦରେ ଦୁଲୁକିଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୧୯ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ପ୍ରସିଦ୍ଧ ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ଗୁରୁବାର ଚଳିତ ଚୈତ୍ର ନବବର୍ଷରେ ବାସନ୍ତିକ ନବରାତ୍ରି ପୂଜାର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

ଧାନକ୍ରୟ କେନ୍ଦ୍ର ସାମ୍ନାରେ ୨ ଚାଷୀଙ୍କ ଧାରଣା: ସମିତିର ଏମିତି ତ୍ରୁଟି…

ତିହିଡି଼,୧୯/୩(ସଞ୍ଜିତ ବଳ):ତିହିଡି଼ ବ୍ଲକ ଅଧୀନ ବାରସର ସମବାୟ ସମିତି ଧାନ କ୍ରୟ କେନ୍ଦ୍ର କାର୍ଯ୍ୟାଳୟ ସାମ୍ନାରେ ଗୁରୁବାର ସକାଳଠାରୁ ୨ଜଣ ଚାଷୀ ଧାରଣାରେ ବସିଛନ୍ତି l ତିଆଡ଼ିସାହି…

ଶୈଳପୁତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମା’ କନକଦୁର୍ଗା

ଦେବଗଡ଼,୧୯ା୩(ଶଶାଙ୍କ ଶେଖର ଝାଙ୍କର): ମଠସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତିକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ସହିତ ଭକ୍ତମାନେ ମାନସିକ…

ବାଇକ୍‌ରେ ଯାଉଥିଲେ ୩ ଭାଇ, ୧୦ ପୁଟ ଡ୍ରେନ ତଳକୁ ଖସିଲା ଗାଡ଼ି: ଆଉ ତା’ପରେ…

ବଘିଆପଡା,୧୯।୩(ଶ୍ରୀକାନ୍ତ ସାହୁ): ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ବୌଦ୍ଧ ଥାନା ଜହ୍ନାପଙ୍କ ଫାଣ୍ଡି ଅନ୍ତଗତ ତେଲିବନ୍ଧ ପନ୍ଥାଇ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଏକ ବାଇକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri