ଟ୍ରକ ମାଡ଼ିଯିବାରୁ ସିକ୍ୟୁରିଟି ଗାର୍ଡ ମୃତ ଘଟଣା: ମୃତଦେହ ରଖି ରାସ୍ତା ଅବରୋଧ, ମୁହାଁମୁହିଁ ହେଲେ…

ବଲାଙ୍ଗୀର,୩।୧୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ମୁଖ୍ୟ ରାସ୍ତାରେ ପାଟଣା ଛକ ନିକଟରେ ସୋମବାର ବିଳମ୍ବିତ ରାତିରେ ଏକ ଟ୍ରକ ବଡ଼ଧରଣର ଦୁର୍ଘଟଣା ଘଟାଇଥିଲା । ଦ୍ରୁତ ଗତିରେ ଆସୁଥିବା ଟ୍ରକଟି ରାଧିକା ଅଳଙ୍କାର ଦୋକାନ ସମ୍ମୁଖରେ ଡ୍ୟୁଟିରେ ଥିବା ସିକ୍ୟୁରିଟି ଗାର୍ଡଙ୍କ ଉପରକୁ ମାଡିଯାଇଥିଲା। ଗୁରୁତର ଅବସ୍ଥାରେ ସିକ୍ୟୁରିଟି ଗାର୍ଡ ସିଦ୍ଧାର୍ଥ ପଧାନଙ୍କୁ ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲ ନିଆଯାଇଥିଲା ବେଳେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ତେବେ ମୃତଦେହ ବ୍ୟବଚ୍ଛେଦ ପରେ ଆନ୍ଦୋଳନକାରୀ ମୃତଦେହକୁ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖ କଚେରୀ ଛକକୁ ଆଣି ରାସ୍ତାରୋକୋ କରିଛନ୍ତି। ରାସ୍ତାରୋକୋ ସମୟରେ ପୋଲିସ ଓ ଆନ୍ଦୋଳନକାରୀ ମୁହାଁମୁହିଁ ହୋଇଛନ୍ତି। ପୋଲିସ ସହ ଆନ୍ଦୋଳନକାରୀ ଠେଲାପେଲା ହୋଇଛନ୍ତି। ନ୍ୟାୟ ନ ମିଳିବା ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ ବୋଲି ଆନ୍ଦୋଳନକାରୀମାନେ କହିଛନ୍ତି। ରାସ୍ତାରୋକ ଫଳରେ ଗାଡି ମଟର ଚଳାଚଳ ବାଧାପ୍ରାପ୍ତ ହୋଇଛି। ପୋଲିସ ଘଟଣାସ୍ଥଳରେ ଉପସ୍ଥିତ ରହି ସ୍ଥିତି ଉପରେ ନଜର ରଖିଛି। ବଲାଙ୍ଗୀର ଟାଉନ ପୋଲିସ ଉକ୍ତ ଟ୍ରକକୁ ଜବତ କରିବା ସହ ମାତାଲ ଡ୍ରାଇଭରଙ୍କୁ ଅଟକ ରଖିଛି। ଡ୍ରାଇଭର ଜଣକ ଅଙ୍କିତ କୁମାର ପାଣ୍ଡେ ଓ ସେ ବିହାରର ବୋଲି ଜଣାପଡିଛି। ଘଟଣାକୁ ନେଇ ମଙ୍ଗଳବାର ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ଉତ୍ତେଜନା ଦେଖାଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

୬୫ ବର୍ଷ ବିଦ୍ୟାଳୟରେ ପାଇଖାନା କି ମୌଳିକ ସୁବିଧା ନାହିଁ:  ପିଲାଙ୍କ ପାଇଁ ପାହାଡ ଜଙ୍ଗଲ ହିଁ ଭରସା 

ଦାରିଙ୍ଗବାଡି,୮।୧୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତ ସୁଜାମାଜୁ ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟ ସ୍ଥାପନ ହେବାର ଏହାରି ମଧ୍ୟରେ...

ଭୁବନେଶ୍ୱରରେ ଖୋଲିବ ଆଉ ଦୁଇ ତହସିଲ୍, ଜମି କିଣାବିକା ପାଇଁ…

ଭୁବନେଶ୍ୱର,୭ା୧୨: ଭୁବନେଶ୍ବରରେ ଆଉ ୨ ନୂଆ ତହସିଲ ଅଫିସ୍‌ ପ୍ରସ୍ତୁତ ହେବାକୁ ଯାଉଛି । ପୁରୁଣା ଭୁବନେଶ୍ବରରେ ଥିବା ତହସିଲ ଅଫିସ୍‌ରେ କ୍ରମାଗତ ଭାବେ ଚାପ ବଢ଼ିବାରେ...

ମୋବାଇଲ ଆପ ସତର୍କ ସଙ୍କେତରେ ଛାତ୍ରଙ୍କ ସଫଳତା

ନୂଆପଡ଼ା,୮ା୧୨ (ମକାରୁ ବେମାଲ): ଭାରତ ସରକାରଙ୍କ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ବିଭାଗ ଦ୍ୱାରା ପରିଚାଳିତ ଅଟଳ ଟିଙ୍କରୀଙ୍କ ଲ୍ୟାବମାନଙ୍କର ଅନ୍‌ଲାଇନ ମାଧ୍ୟମରେ ଓସିଏସି ଦ୍ୱାରା...

Featured Video Play Icon

ଧରିତ୍ରୀ, ଆଦିତ୍ୟ ବିର୍ଲା ସନ୍‌ଲାଇଫ୍‌ ମ୍ୟୁଚୁଆଲ ଫଣ୍ଡ୍‌ର ‘ଶିକ୍ଷିତ ନିବେଶକ ବିକଶିତ ଭାରତ’ କର୍ମଶାଳା

କଟକ,୭ା୧୨(କାର୍ତ୍ତିକ ସାହୁ): ଭବିଷ୍ୟତ ଆବଶ୍ୟକତାକୁ ଦୃଷ୍ଟିରେ ରଖି ନିଜର ଅର୍ଜିତ ଅର୍ଥକୁ ଖର୍ଚ୍ଚ କରିବା ଜରୁରୀ। ବିଶେଷକରି ପ୍ରଥମେ ସଞ୍ଚୟ ଏବଂ ପରେ ଖର୍ଚ୍ଚ କରିବା...

ସ୍ତ୍ରୀଙ୍କ ମୁଣ୍ଡରେ ଟ୍ୟୁମର: ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ

ନୂଆପଡ଼ା,୮ା୧୨(ମକାରୁ ବେମାଲ): ସ୍ତ୍ରୀଙ୍କ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ । ଶେଷରେ ଅସହାୟ ହୋଇ ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି ସ୍ବାମୀ । ଏଭଳି ଘଟଣା...

ଏଇ ଭାରତରେ

ଭାରତର ଗ୍ରାମାଞ୍ଚଳର ବହୁ ମେଡିକାଲରେ ଏବେ ମଧ୍ୟ ଆଇସିୟୁର ଅଭାବ ରହିଛି। ଫଳରେ ଗ୍ରାମାଞ୍ଚଳ ଲୋକମାନେ ଉନ୍ନତ ଚିକିତ୍ସା ସେବା ପାଇବାରୁ ବଞ୍ଚିତ ହେଉଛନ୍ତି। ଆବଶ୍ୟକ...

ଜଣଙ୍କାକୁ ନୁହେଁ ଏକାବେଳକେ ଚାରି ଚାରି ଜଣଙ୍କୁ ଧକ୍କା ଦେଲା କାର :୨ ମୃତ, ୨ ଗୁରୁତର

ଖଜୁରୀପଡ଼ା,୮ା୧୨(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରୀପଡ଼ା ଥାନା ଅନ୍ତର୍ଗତ ସମ୍ବେପଦରଠାରେ ଏକ ଅଜଣା ଗାଡ଼ି ଧକ୍କାରେ ୨ଜଣଙ୍କ ମୃତ୍ୟୁ ହୋଇଛି। ଜଣେ ସମ୍ବେପଦର ଗ୍ରାମର ବିଦ୍ୟାଧର...

ଏକ ପରିବେଶୀୟ ଆହ୍ୱାନ

ନିଭର୍ସିଟି ଅଫ ଶିକାଗୋର ଏନର୍ଜି ପଲିସି ଇନ୍‌ଷ୍ଟିଟ୍ୟୁଟ (ଏପିକ) ଦ୍ୱାରା ପ୍ରକାଶିତ ୨୦୨୫ ବାୟୁ ଗୁଣବତ୍ତା ଜୀବନ ସୂଚକାଙ୍କ (ଏୟାର କ୍ୱାଲିଟି ଲାଇଫ ଇଣ୍ଡେକ୍ସ ବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri