ସୁରକ୍ଷା କର୍ମୀ ନିଲମ୍ବିତ, ଷ୍ଟାଫ୍‌ନର୍ସଙ୍କୁ ତାଗିଦ୍‌

ଢେଙ୍କାନାଳ ଅଫିସ, ୨୬।୮: ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟରୁ ଡେଇଁ ୨ ରୋଗୀଙ୍କ ଆତ୍ମହତ୍ୟା ଘଟଣାର ତଦନ୍ତ ଶେଷ ହୋଇଛି। କାର୍ଯ୍ୟାନୁଷ୍ଠାନ ସ୍ବରୂପ ଜଣେ ସୁରକ୍ଷା କର୍ମଚାରୀଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ସୁରକ୍ଷା ଦାୟିତ୍ୱରେ ଥିବା ସଂସ୍ଥାକୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି। ଭବିଷ୍ୟତରେ ଏଭଳି ଘଟଣାର ଯେପରି ପୁନରାବୃତ୍ତି ନ ହୁଏ ସେଥିଲାଗି ଷ୍ଟାଫ୍‌ନର୍ସ ଓ ଆଟେଣ୍ଡାଣ୍ଟଙ୍କୁ ତାଗିଦା କରାଯାଇଛି। ସେହିପରି ସ୍ବାସ୍ଥ୍ୟକେନ୍ଦ୍ରର ଉପର ମହଲାଗୁଡ଼ିକରେ ସିସିଟିଭି କ୍ୟାମେରା ଲଗାଇବା ପାଇଁ ଟେଣ୍ଡର ପ୍ରକ୍ରିୟା ଆରମ୍ଭ ହୋଇଥିବା ସିଡିଏମ୍‌ଓ ଡା. ଅଶୋକ କୁମାର ଦାଶ ସୂଚନା ଦେଇଛନ୍ତି।
ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଅଗଷ୍ଟ ୧୩ ଏବଂ ୧୮ ତାରିଖରେ ଘଟିଥିଲା ଅଭାବନୀୟ ଘଟଣା। ଡାକ୍ତରଖାନା କୋଠାରୁ ଡେଇଁପଡ଼ି ୨ଜଣ ରୋଗୀଙ୍କ ମୃତ୍ୟୁ ଘଟିଥିଲା। ଏଭଳି ସ୍ପର୍ଶକାତର ଘଟଣାକୁ ନେଇ ସ୍ବାସ୍ଥ୍ୟ ବିଭାଗ ନିନ୍ଦିତ ହୋଇଥିବାବେଳେ ଜିଲା ଚିକିତ୍ସାଳୟର ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରଶ୍ନ ଉଠିଥିଲା। ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ଉପଜିଲାପାଳଙ୍କ ନେତୃତ୍ୱରେ ଅତିରିକ୍ତ ଜିଲା ମୁଖ୍ୟ ଚିକିତ୍ସାଧିକାରୀ (ମେଡିକାଲ) ଓ ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ ଏହାର ତଦନ୍ତ କରି ରିପୋର୍ଟ ପ୍ରଦାନ କରିଥିଲେ। ଏହାପରେ ପୂର୍ତ୍ତ ବିଭାଗ ପକ୍ଷରୁ ମେଡିକାଲ ଉପର ମହଲାରେ ଥିବା ଝରକାଗୁଡ଼ିକରେ ଜାଲି ଓ ଗ୍ରୀଲ ଲଗାଇବା କାର୍ଯ୍ୟ ଆରମ୍ଭ ହୋଇଛି।
୨୦୧୮ରୁ ଅଦ୍ୟାବଧି ଜଲା ମୁଖ୍ୟ ଚିକିତ୍ସାଳୟ କୋଠାରୁ ଡେଇଁ ୪ ରୋଗୀ ଜୀବନ ହାରିଲେଣି। ହେଲେ କେବଳ ସୁରକ୍ଷା କର୍ମୀଙ୍କ ଉପରେ ନାମକୁ ମାତ୍ର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ତଦନ୍ତ ରଫାଦଫା କରିଦିଆଯାଉଛି, ଯାହା ସାଧାରଣରେ ଆଲୋଚନାର ବିଷୟ ହୋଇଛି। ଏଥିପୂର୍ବରୁ ଜଣେ ଗୁରୁତର ଶିଶୁଙ୍କୁ ଆଉଟ୍‌ ଡୋର୍‌ରେ ଥିବା ଡାକ୍ତର ଚିକିତ୍ସା କରିବା ପରିବର୍ତ୍ତେ ଶିଶୁ ବିଶେଷଜ୍ଞ ନ ଥିବା କହି ଘରୋଇ କ୍ଲିନିକ୍‌କୁ ପଠାଇ ଦେଇଥିଲେ। ଠିକ୍‌ ସମୟରେ ଚିକିତ୍ସା ସେବା ନ ମିଳିବାରୁ ସମ୍ପୃକ୍ତ ଶିଶୁଙ୍କ ମୃତ୍ୟୁ ହୋଇଯାଇଥିଲା। ଏ ସମ୍ପର୍କରେ ସିଡିଏମ୍‌ଓଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିବାବେଳେ ମୃତ ଶିଶୁଙ୍କ ମାତାପିତା ତଦନ୍ତରେ ସହଯୋଗ କରୁ ନ ଥିବା ସେ କହିଥିଲେ।
ସେହିପରି ଜିଲା ମୁଖ୍ୟ ଚିକିତ୍ସାଳୟରେ ଅଟୋ ଆନାଲାଇଜର କାମ କରୁନାହିଁ। ଯନ୍ତ୍ରାଂଶ ମିଳୁ ନ ଥିବାରୁ ୪ ଲିଫ୍ଟ ମଧ୍ୟରୁ ୨ଟି ଅଚଳ ହୋଇପଡ଼ିଛି। ଏ ସଂକ୍ରାନ୍ତରେ ଉଫୁନା ଅନୁଷ୍ଠାନ ପକ୍ଷରୁ ଜିଲାପାଳଙ୍କ ସମେତ ରାଜ୍ୟ ସରକାରଙ୍କ ଦୃଷ୍ଟି ଆକର୍ଷଣ କରାଯାଇଛି। ଜିଲାର ମୁଖ୍ୟ ସ୍ବାସ୍ଥ୍ୟ ଅନୁଷ୍ଠାନରେ ରୋଗୀଙ୍କ ସୁରକ୍ଷା ସୁନିଶ୍ଚିତ କରିବା, ଉନ୍ନତମାନର ସେବା ଯୋଗାଇ ଦେବା ଲାଗି ଅନୁଷ୍ଠାନର ରାଜ୍ୟ ଅଧ୍ୟକ୍ଷ ତଥା ଆଇନଜୀବୀ ମନୋରଞ୍ଜନ ପଟ୍ଟନାୟକ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri