Posted inଜାତୀୟ

ସୁରକ୍ଷାକର୍ମୀ ଆତଙ୍କବାଦୀ ମୁହାଁମୁହିଁ, ୩ ଯବାନ ଶହୀଦ,୨ ଆତଙ୍କବାଦୀ ନିହତ…

ଶ୍ରୀନଗର,୧୧।୮ : ଅଗଷ୍ଟ ୧୫ ପୂର୍ବରୁ ଜମ୍ମୁ-କଶ୍ମୀରରେ ଏକ ବଡ ଷଡଯନ୍ତ୍ର ବିଫଳ ହୋଇଛି। ଜମ୍ମୁ ପରଗଲରେ ଉରି ଆକ୍ରମଣ ଭଳି ଏକ ଷଡଯନ୍ତ୍ରକୁ ସୁରକ୍ଷା ବାହିନୀଙ୍କ ଦ୍ୱାରା ପଣ୍ଡ କରାଯାଇଛି। ସେନା ଶିବିରରେ ପ୍ରବେଶ କରିବାକୁ ଚେଷ୍ଟା କରୁଥିବା ଦୁଇ ଆତଙ୍କବାଦୀ ସୁରକ୍ଷା ବାହିନୀଙ୍କ ଗୁଳିରେ ନିହତ ହୋଇଛନ୍ତି। ତେବେ ଏହି ଆକ୍ରମଣରେ ତିନିଜଣ ଯବାନ ଶହୀଦ ହୋଇଛନ୍ତି। ନ୍ୟୁଜ ଏଜେନ୍ସି ଏନଆଇ ଅନୁଯାୟୀ ଆତଙ୍କବାଦୀମାନେ ରାଜୌରୀର ଦାରହାଲ ଅଞ୍ଚଳର ପରଗଲରେ ସେନାର କ୍ୟାମ୍ପ ବାଡ଼ ଡେଇଁ ପ୍ରବେଶ କରିବାକୁ ଚେଷ୍ଟା କରୁଥିଲେ।

ଯବାନମାନେ ସନ୍ଦିଗ୍ଧମାନଙ୍କୁ ଦେଖି ଗୁଳି ଚାଳନା କରିଥିଲେ। ସ୍ଥାନୀୟ ଅଞ୍ଚଳରେ ସର୍ଚ୍ଚ ଅପରେଶନ ଜାରି ରହିଛି। ଏଡିଜିପି ମୁକେଶ ସିଂ କହିଛନ୍ତି ଯେ ଦାରହଲ ପୋଲିସ ଷ୍ଟେଶନଠାରୁ ୬ କିମି ଦୂରରେ ଥିବା ଅନ୍ୟ ଦଳ ମଧ୍ୟ କ୍ୟାମ୍ପ ଆଡକୁ ପଠାଯାଇଛି।

ସୂଚନାଯୋଗ୍ୟ, ୨୦୧୬ ରେ ଚାରି ଜଣ ଜୈଶ-ଇ-ମହମ୍ମଦ ଆତଙ୍କବାଦୀ ଉରି ସେନା ମୁଖ୍ୟାଳୟ ଉପରେ ଆକ୍ରମଣ କରିଥିଲେ। ଏହି ଆକ୍ରମଣରେ ୧୯ ଜଣ ଯବାନ ଶହୀଦ ହୋଇଥିଲେ। ୩୦ ଜଣ ଯବାନ ଆହତ ହୋଇଥିବାବେଳେ ଚାରିଜଣ ଆତଙ୍କବାଦୀ ନିହତ ହୋଇଥିଲେ। ଏଥିସହିତ ଭାରତ ମଧ୍ୟ ପାକ୍‌ ଅଧିକୃତ କଶ୍ମୀରରେ ପ୍ରବେଶ କରି ସର୍ଜିକାଲ ଷ୍ଟ୍ରାଇକ କରିଥିଲା। ଏଥିରେ ଆତଙ୍କବାଦୀ ଲଞ୍ଚ ପ୍ୟାଡଗୁଡିକ ନଷ୍ଟ ହୋଇଯାଇଥିଲା


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

ଭୟଙ୍କର! ଏଭରେଷ୍ଟକୁ ତରଳାଉଛି ମଣିଷ ପରିସ୍ରା? ୩୨ ବର୍ଷର ଭାଙ୍ଗିଲା ରେକର୍ଡ, ଦୁଇ ଗୁଣା ସ୍ପିଡ୍‌ରେ ତରଳୁଛି ବରଫ

ନୂଆଦିଲ୍ଲୀ,୫।୯: ମାଉଣ୍ଟ ଏଭରେଷ୍ଟକୁ ନଷ୍ଟ କରୁଛି ମଣିଷର ପରିସ୍ରା! ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ହିଁ ସବୁଠାରୁ ବଡ଼ ସତ… ଯେଉଁ ଏଭରେଷ୍ଟକୁ ଜିତିବା ପାଇଁ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri