Posted inଜାତୀୟ

ଟାର୍ଗେଟ କିଲିଂ ବିରୋଧରେ ସୁରକ୍ଷାକର୍ମୀଙ୍କ ବହୁସ୍ତରୀୟ ରଣନୀତି…

ଶ୍ରୀନଗର,୧୯।୧୦: ଜମ୍ମୁ-କଶ୍ମୀରରେ ଜାରି ରହିଥିବା ଟାର୍ଗେଟ କିଲିଂ ବିରୋଧରେ ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ବହୁସ୍ତରୀୟ ରଣନୀତି ପ୍ରସ୍ତୁତ କରାଯାଇଛି। ଖୋଜି ଖୋଜି ଆତଙ୍କବାଦୀଙ୍କୁ ବାହାର କରିବାକୁ ସୁରକ୍ଷାକର୍ମର ତତ୍ପର ହୋଇ ଉଠିଛନ୍ତି। ସୀମା ପାର ହ୍ୟାଣ୍ଡଲରଙ୍କ ନେଟ୍‌ଓ୍ବାର୍କ ଭାଙ୍ଗିବା ପାଇଁ ଯୋଜନା ହୋଇଛି। ଏହା ସହିତ ହାଇବ୍ରିଡ୍‌ ଆତଙ୍କବାଦୀ ଏବଂ ସେମାନଙ୍କୁ ସହାୟତା ଯୋଗାଇ ଦେଉଥିବା ଲୋକଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ ଲାଗି ନିଷ୍ପତ୍ତି ହୋଇଛି।

ସେହିପରି ରାଜ୍ୟରେ ପ୍ରତିବନ୍ଧିତ ହୋଇଥିବା ମୌଳବାଦୀ ସଂଗଠନର କାର୍ଯ୍ୟକଳାପ ଉପରେ ତୀକ୍ଷ୍‌ଣ ନଜର ରଖାଯାଇଛି। ଇତିମଧ୍ୟରେ ୭୦୦ରୁ ଅଧିକ ସନ୍ଦିଗ୍ଧଙ୍କୁ ରଖି ପଚରାଉଚରା କରାଯାଉଛି। ସୀମାବର୍ତ୍ତୀ ଅଞ୍ଚଳରେ ରହୁଥିବା ଆତଙ୍କବାଦୀ ସହାୟତାକାରୀଙ୍କୁ ବାହାର ଜିଲାକୁ ପଠା ଦିଆଯିବା ଆରମ୍ଭ ହୋଇଛି। ଏହା ଦ୍ୱାରା ସୀମା ପାର୍‌ ହ୍ୟାଣ୍ଡଲରଙ୍କ ସହିତ ସେମାନଙ୍କର ଯୋଗାଯୋଗ ବିଚ୍ଛିନ୍ନ ହୋଇଯିବ। ଫଳରେ ନେଟ୍‌ଓ୍ବାର୍କ ଭାଙ୍ଗିବା ସହଜ ହେବ ବୋଲି କଶ୍ମୀର ଜୋନ୍‌ ପୋଲିସ ପକ୍ଷରୁ କୁହାଯାଇଛି।

ଅପରପକ୍ଷରେ ପଥର ଫିଙ୍ଗା ଘଟଣାରେ ସମ୍ପୃକ୍ତି ଥିବା ଅଭିଯୁକ୍ତଙ୍କୁ ରାଜ୍ୟ ବାହାର ଜେଲକୁ ସ୍ଥାନାନ୍ତର କରାଯାଇଛି। ଟାର୍ଗେଟ କିଲିଂ ଯୋଗୁ ଲୋକଙ୍କ ମଧ୍ୟରେ ବଢୁଥିବା ଆତଙ୍କକୁ କମ୍‌ କରିବା ଲାଗି ପୋଲିସ ବିଭାଗ ପକ୍ଷରୁ ସ୍ବତନ୍ତ ପଦକ୍ଷେପ ଗ୍ରହଣ କରାଯାଇଛି। ଏଭଳି ଘଟଣାରେ ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ପ୍ରକ୍ରିୟାରେ ରୋକ ଲଗାଇବା ଲାଗି ପ୍ରତିବନ୍ଧିତ ମୌଳବାଦୀ ସଂଗଠନର ଆକାଉଣ୍ଟ୍‌ ଯାଞ୍ଚ୍‌ କରାଯାଉଥିବା ପୋଲିସ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri