Posted inଜାତୀୟ

ଟାର୍ଗେଟ କିଲିଂ ବିରୋଧରେ ସୁରକ୍ଷାକର୍ମୀଙ୍କ ବହୁସ୍ତରୀୟ ରଣନୀତି…

ଶ୍ରୀନଗର,୧୯।୧୦: ଜମ୍ମୁ-କଶ୍ମୀରରେ ଜାରି ରହିଥିବା ଟାର୍ଗେଟ କିଲିଂ ବିରୋଧରେ ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ବହୁସ୍ତରୀୟ ରଣନୀତି ପ୍ରସ୍ତୁତ କରାଯାଇଛି। ଖୋଜି ଖୋଜି ଆତଙ୍କବାଦୀଙ୍କୁ ବାହାର କରିବାକୁ ସୁରକ୍ଷାକର୍ମର ତତ୍ପର ହୋଇ ଉଠିଛନ୍ତି। ସୀମା ପାର ହ୍ୟାଣ୍ଡଲରଙ୍କ ନେଟ୍‌ଓ୍ବାର୍କ ଭାଙ୍ଗିବା ପାଇଁ ଯୋଜନା ହୋଇଛି। ଏହା ସହିତ ହାଇବ୍ରିଡ୍‌ ଆତଙ୍କବାଦୀ ଏବଂ ସେମାନଙ୍କୁ ସହାୟତା ଯୋଗାଇ ଦେଉଥିବା ଲୋକଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ ଲାଗି ନିଷ୍ପତ୍ତି ହୋଇଛି।

ସେହିପରି ରାଜ୍ୟରେ ପ୍ରତିବନ୍ଧିତ ହୋଇଥିବା ମୌଳବାଦୀ ସଂଗଠନର କାର୍ଯ୍ୟକଳାପ ଉପରେ ତୀକ୍ଷ୍‌ଣ ନଜର ରଖାଯାଇଛି। ଇତିମଧ୍ୟରେ ୭୦୦ରୁ ଅଧିକ ସନ୍ଦିଗ୍ଧଙ୍କୁ ରଖି ପଚରାଉଚରା କରାଯାଉଛି। ସୀମାବର୍ତ୍ତୀ ଅଞ୍ଚଳରେ ରହୁଥିବା ଆତଙ୍କବାଦୀ ସହାୟତାକାରୀଙ୍କୁ ବାହାର ଜିଲାକୁ ପଠା ଦିଆଯିବା ଆରମ୍ଭ ହୋଇଛି। ଏହା ଦ୍ୱାରା ସୀମା ପାର୍‌ ହ୍ୟାଣ୍ଡଲରଙ୍କ ସହିତ ସେମାନଙ୍କର ଯୋଗାଯୋଗ ବିଚ୍ଛିନ୍ନ ହୋଇଯିବ। ଫଳରେ ନେଟ୍‌ଓ୍ବାର୍କ ଭାଙ୍ଗିବା ସହଜ ହେବ ବୋଲି କଶ୍ମୀର ଜୋନ୍‌ ପୋଲିସ ପକ୍ଷରୁ କୁହାଯାଇଛି।

ଅପରପକ୍ଷରେ ପଥର ଫିଙ୍ଗା ଘଟଣାରେ ସମ୍ପୃକ୍ତି ଥିବା ଅଭିଯୁକ୍ତଙ୍କୁ ରାଜ୍ୟ ବାହାର ଜେଲକୁ ସ୍ଥାନାନ୍ତର କରାଯାଇଛି। ଟାର୍ଗେଟ କିଲିଂ ଯୋଗୁ ଲୋକଙ୍କ ମଧ୍ୟରେ ବଢୁଥିବା ଆତଙ୍କକୁ କମ୍‌ କରିବା ଲାଗି ପୋଲିସ ବିଭାଗ ପକ୍ଷରୁ ସ୍ବତନ୍ତ ପଦକ୍ଷେପ ଗ୍ରହଣ କରାଯାଇଛି। ଏଭଳି ଘଟଣାରେ ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ପ୍ରକ୍ରିୟାରେ ରୋକ ଲଗାଇବା ଲାଗି ପ୍ରତିବନ୍ଧିତ ମୌଳବାଦୀ ସଂଗଠନର ଆକାଉଣ୍ଟ୍‌ ଯାଞ୍ଚ୍‌ କରାଯାଉଥିବା ପୋଲିସ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମତଦାନ ପୂର୍ବରୁ ଲୋକଙ୍କୁ ଏମିତି ଅନୁରୋଧ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୬।୪: ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପୂର୍ବରୁ ରେକର୍ଡ ସଂଖ୍ୟାରେ ଭୋଟ ଦେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକଙ୍କୁ ଅନୁରୋଧ କରିଛନ୍ତି। ପିଏମ ମୋଦି ସାସିଆଲ ମିଡିଆରେ...

ପ୍ରଦୂଷିତ ଶିପ୍ରାରେ ବୁଡ଼ ପକାଇଲେ କଂଗ୍ରେସ ପ୍ରାର୍ଥୀ

ଉଜ୍ଜୟିନୀ: ଉଜ୍ଜୟିନୀର ଶିପ୍ରା ନଦୀ କ୍ରମାଗତ ଭାବେ ପ୍ରଦୂଷିତ ହୋଇଚାଲିଛି। ନିକଟସ୍ଥ ବିଭିନ୍ନ ଡ୍ରେନର ଜଳ ଏହି ନଦୀରେ ମିଶୁଥିବାରୁ ଏହାର ପ୍ରଦୂଷଣର ମାତ୍ରା ବଢ଼ି...

ଭାଜପା ଏମ୍‌ପି ତେଜସ୍ବୀ ସୂର୍ଯ୍ୟଙ୍କ ସମ୍ପତ୍ତି ୫ ବର୍ଷରେ ୨୯୮୬% ବଢ଼ିଛି

ନୂଆଦିଲ୍ଲୀ,୨୬ା୪:ବେଙ୍ଗାଲୁରୁ ସାଉଥ୍‌ ଆସନ ପାଇଁ ନାମାଙ୍କନ ପତ୍ର ଦାଖଲ କରିଥିବା ଭାଜପା ଏମ୍‌ପି ତେଜସ୍ବୀ ସୂର୍ଯ୍ୟଙ୍କ ସମ୍ପତ୍ତି ୪.୧୦ କୋଟି ଟଙ୍କା ବୋଲି ସେ ନିର୍ବାଚନ...

ଭାରତରେ ୭୨.୪ କୋଟି ଏଆଇ ୟୁଜର୍ସ

ନୂଆଦିଲ୍ଲୀ, ୨୬।୪:ଭାରତରେ ଏବେ କୃତ୍ରିମ ବୁଦ୍ଧିମତ୍ତା(ଏଆଇ) ବହୁଳ ଭାବେ ବ୍ୟବହାର ହେଉଛି। ଦେଶର ୯୦ ଭାଗ ଇଣ୍ଟରନେଟ ବ୍ୟବହାରକାରୀଙ୍କ ଜୀବନରେ ଏଆଇ ସ୍ପର୍ଶ କରିସାରିଛି। ମାର୍କେଟିଂ...

ମାଧବୀଲତାଙ୍କ ମୋଟ ସମ୍ପତ୍ତି ଜାଣିଲେ ହେବେ ଆଶ୍ଚର୍ଯ୍ୟ

ହାଇଦ୍ରାବାଦ, ୨୬।୪:ତେଲଙ୍ଗାନାର ହାଇଦ୍ରାବାଦ ଲୋକ ସଭା ଆସନରୁ ଭାଜପା ଟିକେଟରେ ପ୍ରାର୍ଥୀ ହୋଇଥିବା କେ. ମାଧବୀଲତାଙ୍କର ୨୨୧ କୋଟି ଟଙ୍କାର ପାରିବାରିକ ସମ୍ପତ୍ତି ରହିଛି। ମାଧବୀ,...

ମୋଦିଙ୍କୁ ନିମନ୍ତ୍ରଣ କଲେ ମେଲୋନି

ନୂଆଦିଲ୍ଲୀ, ୨୬ା୪:ଜୁନ୍‌ରେ ହେବାକୁ ଥିବା ଜି-୭ ସମ୍ମିଳନୀରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଇଟାଲୀ ପ୍ରଧାନମନ୍ତ୍ରୀ ଜିୟୋର୍ଜିଆ ମେଲୋନି ଟେଲିଫୋନ ଯୋଗେ ଗୁରୁବାର ନିମନ୍ତ୍ରଣ କରିଛନ୍ତି।...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଆରମ୍ଭ

ନୂଆଦିଲ୍ଲୀ,୨୬ା୪: ଶୁକ୍ରବାର ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହେଉଛି। ଆଜି ସକାଳ ୭ଟାରୁ ୧୩ ଲୋକ ସଭା ଏବଂ ଗୋଟିଏ କେନ୍ଦ୍ର...

ସ୍ତ୍ରୀ ସମ୍ପତ୍ତି ଉପରେ ସ୍ବାମୀଙ୍କ ନିୟନ୍ତ୍ରଣ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬ା୪:ସ୍ତ୍ରୀଙ୍କ ସମ୍ପତ୍ତି ଉପରେ ସ୍ବାମୀଙ୍କର ନିୟନ୍ତ୍ରଣ ନାହିଁ। ଅସୁବିଧା ସମୟରେ ସ୍ବାମୀ ସ୍ତ୍ରୀଙ୍କ ସମ୍ପତ୍ତିକୁ ବ୍ୟବହାର କରିପାରନ୍ତି। କିନ୍ତୁ ତାହାକୁ ଫେରାଇବା ସ୍ବାମୀଙ୍କର ନୈତିକ ଦାୟିତ୍ୱ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri