ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ନେଇ ହିଞ୍ଜିଳରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ହିଞ୍ଜିଳିକାଟୁ,୨୫ା୩(ଡି.ଏନ୍‌.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ଦିନିକିଆ ଗଞ୍ଜାମ ଜିଲା ଗସ୍ତରେ ଆସୁଛନ୍ତି। ଏହି ଦିନିକିଆ ଗସ୍ତରେ ପ୍ରାୟ ୧୫ ମାସ ପରେ ମୁଖ୍ୟମନ୍ତ୍ରୀ ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରେ ଏକ ସାଧାରଣ ସଭାରେ ଯୋଗ ଦେଇ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଲୋକାର୍ପଣ, ଭିତିପ୍ରସ୍ତର ସ୍ଥାପନ ସହ ମିଶନ ଶକ୍ତି ମହିଳା ଗୋଷ୍ଠୀଙ୍କୁ ଆର୍ଥିକ ସହାୟତା ପ୍ରଦାନ କରିବେ। ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ନେଇ ସମସ୍ତ ତଦାରଖ ଚୂଡ଼ାନ୍ତ ହୋଇଥିବା ବେଳେ ସୁରକ୍ଷା ବ୍ୟବସ୍ଥା ପୂର୍ବାପେକ୍ଷା ଅଧିକ କଡ଼ାକଡ଼ି କରାଯାଇଛି। ଗଞ୍ଜାମ ଜିଲାପାଳ ଦିବ୍ୟଜୋ୍ୟାତି ପରିଡ଼ା, ଡିଆରଡିଏ ଗଞ୍ଜାମ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଭି କୀର୍ତ୍ତିଭାସନ, ଏଡିଏମ୍‌(ରାଜସ୍ବ) ପ୍ରିୟ ରଞ୍ଜନ ପୃଷ୍ଟି, ଗଞ୍ଜାମ ଏସ୍‌ପି ଜଗମୋହନ ମୀନା ପ୍ରମୁଖ ଗତ ୨ ଦିନ ଧରି ବିଭିନ୍ନ ସମୟରେ ହିଞ୍ଜିଳି ଗସ୍ତ କରି ସୁରକ୍ଷା ବ୍ୟବସ୍ଥା ତନତନ କରି ତଦାରଖ କରିଛନ୍ତି। ପ୍ରାୟ ୧୫ ପ୍ଲାଟୁନ ସଶସ୍ତ୍ର ପୋଲିସ ବାହିନୀ ସହ ପୋଲିସ ଅଫିସରମାନଙ୍କୁ ବିଭିନ୍ନ ସ୍ଥାନରେ ମୁତୟନ ପାଇଁ ପ୍ରସ୍ତୁତି କରାଯାଇଛି। ହିଞ୍ଜିଳିକାଟୁ ସହରର ଜାତୀୟ ରାଜପଥ ନଂ-୫୯ ଉଭୟ କଡ଼ରେ ବ୍ୟାରିକେଡ୍‌ ନିର୍ମାଣ ହୋଇଛି। ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ସହର ମଧ୍ୟ ଦେଇ ସମସ୍ତ ୪ ଚକିଆ ଓ ଊର୍ଦ୍ଧ୍ୱ ଯାନକୁ ଅନ୍ୟ ରାସ୍ତା ଦେଇ ସହର ବାହାରେ ଯିବାକୁ ସ୍ଥିର ହୋଇଛି। ରବିବାର ମଧ୍ୟାହ୍ନ ୧୨.୧୦ରେ କବିସୂର୍ଯ୍ୟନଗରରୁ ମୁଖ୍ୟମନ୍ତ୍ରୀ ହିଞ୍ଜିଳିକାଟୁ ବ୍ଲକ ସମରଝୋଳ ମେଘମାଳା ତୋଟାରେ ପହଞ୍ଚି ନିକଟରେ ଥିବା ସାଧାରଣ ସଭାରେ ଯୋଗ ଦେବେ। ସାଧାରଣ ସଭା ପରେ ସମରଝୋଳରୁ ହିଞ୍ଜିଳିକାଟୁରେ ପହଞ୍ଚିବେ। ମଧ୍ୟାହ୍ନଭୋଜନ ସାରି ଛତ୍ରପୁର ସଭାରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାକୁ ହରାଇ କ୍ୱାର୍ଟର ପହଞ୍ଚିଲା ବେଲଜିୟମ

ସିଆଟେଲ,୭ା୭: ଚାଲର୍‌ସ ଡି କେଟେଲେରେଙ୍କ ଦ୍ୱିତୀୟ ଗୋଲ ବଳରେ ଫିଫା ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ପ୍ରି-କ୍ୱାର୍ଟର ଫାଇନାଲରେ ବେଲଜିୟମ ୪-୧ ଗୋଲରେ ଆମେରିକାକୁ ପରାସ୍ତ କରିଛି। ଡିଫେଣ୍ଡର…

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ସମାଲୋଚକଙ୍କୁ ଗଡ଼କରୀଙ୍କ ଖୋଲା ଚ୍ୟାଲେଞ୍ଜ: E-୨୦ ପେଟ୍ରୋଲ୍‌ରେ ଗୋଟିଏ ହେଲେ ଗାଡ଼ି ଖରାପ ହେବାର ପ୍ରମାଣ ଦିଅ… 

ନୂଆଦିଲ୍ଲୀ,୭।୭: ୨୦ ପ୍ରତିଶତ ଏଥାନଲ ମିଶ୍ରିତ ପେଟ୍ରୋଲ (ଇ-୨୦) ବ୍ୟବହାର ଦ୍ୱାରା ଗାଡ଼ିର ମାଇଲେଜ କମିବା ଏବଂ ଇଞ୍ଜିନରେ ସମସ୍ୟା ଦେଖାଦେବା ଭଳି କେତେକ ଅଭିଯୋଗ ଉପରେ…

ମହାନଦୀରେ ଗାଧୋଉଥିବା ବେଳେ ଭାସିଗଲେ ଯୁବକ, ଖୋଜାଖୋଜି ଜାରି

ବାଙ୍କୀ, ୭।୭: କଟକ ଜିଲା ବାଙ୍କୀ ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖସ୍ଥ ମହାନଦୀ ଘାଟରେ ଏକ ଅଘଟଣ ଘଟିଛି। ନଦୀରେ ଗାଧୋଉଥିବା ବେଳେ ଜଣେ ଯୁବକ ପାଣି ସ୍ରୋତରେ…

ବିନା ଫିଟନେସ୍‌, ବୀମା , ପରମିଟ୍‌ରେ ଗାଡ଼ି ଚଳାଇଲେ ହେବ ଜବତ; STAର କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର, ୭।୭: ରାଜ୍ୟରେ ସଡ଼କ ଦୁର୍ଘଟଣା ହ୍ରାସ କରିବା ଏବଂ ସଡ଼କ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ପରିବହନ ପ୍ରାଧିକରଣ (STA) କଠୋର ଆଭିମୁଖ୍ୟ ଗ୍ରହଣ…

କୋଚ ପଦ ହରାଇବେ ଗୌତମ ଗମ୍ଭୀର! ଦାୟିତ୍ୱ ନେବେ ଜଣେ ଅଭିଜ୍ଞ ଖେଳାଳି!

ନୂଆଦିଲ୍ଲୀ,୭।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଦଳ ଘୋଷଣା କରିବା ପରେ, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ପ୍ରଶିକ୍ଷକ କର୍ମଚାରୀଙ୍କ ସମ୍ପର୍କରେ ଏକ…

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

ଭୟଙ୍କର ଭୂସ୍ଖଳନ, ୩ ମୃତ ୭ ନିଖୋଜ, ସାମ୍ନାକୁ ଆସିଲା ଛାତିଥରା VIDEO

ଥିରୁଭାନନ୍ତପୁରମ,୭।୭: ପ୍ରିୟଙ୍କା ଗାନ୍ଧୀଙ୍କ ସଂସଦୀୟ କ୍ଷେତ୍ର କେରଳର ୱାୟାନାଡ ଏକ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଛି। ମେପାଡି ନିକଟସ୍ଥ କଲ୍ଲାଡିରେ ହଠାତ ଭୂସ୍ଖଳନ ହେବାରୁ ଏଥିରେ ୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri