ସିକ୍ୟୁରିଟି କରୁଛନ୍ତି ରୋଗୀସେବା

ଉଦଳା,୨୫।୪: (ଡି.ଏନ.ଏ.) ମୟୂରଭଞ୍ଜ ଜିଲା କପ୍ତିପଦା ଉପଖଣ୍ଡର ମୁଖ୍ୟ ଡାକ୍ତରଖାନା ଉଦଳା ଡାକ୍ତରଖାନାରେ ରୋଗୀ ସେବା ବିପର୍ଯ୍ୟସ୍ତ ହୋଇଛି। ଡାକ୍ତର ନିଶାଶକ୍ତ ଅବସ୍ଥାରେ ରହୁଥିବା ବେଳେ ସିକ୍ୟୁରିଟି ଗାର୍ଡ ରୋଗୀ ସେବା କରୁଛନ୍ତି। ଏ ଭଳି ଏକ ଭିଡିଓ ସୋସିଆଲ ମିଡିିଆରେ ଭାଇରାଲ ହେବା ପରେ ଚର୍ଚ୍ଚାର ବିଷୟ ହୋଇଛି। ଭାଇରାଲ ହେଉଥିବା ଭିଡିଓ ୭ ରୁ ୮ ଦିନ ତଳର ବୋଲି ଜଣାପଡ଼ିଛି।
ଅନୁଯାୟୀ, ଡାକ୍ତରଖାନାରେ ୩ ବର୍ଷରୁ ଅଧିକ ହେବ ଜଣେ ଡାକ୍ତର କାର୍ଯ୍ୟ କରୁଛନ୍ତି। ମାତ୍ର ଅଧିକାଂଶ ସମୟରେ ସେ ନିଶାସକ୍ତ ହୋଇ ଡାକ୍ତରଖାନାରେ ରୋଗୀ ଦେଖିଥାନ୍ତି। ଜଣେ ବ୍ୟକ୍ତି ରାତ୍ର ସମୟରେ ଡାକ୍ତରଖାନା ଯାଇଥିବା ବେଳେ ଚିକିସତ୍ା ନିମନ୍ତେ ଉକ୍ତ ଦିନ ସମ୍ପୃକ୍ତ ଡାକ୍ତର ରାତି ଡ୍ୟୁଟିରେ ଥିଲେ। ଡାକ୍ତର ନିଶାସକ୍ତ ଅବସ୍ଥାରେ ରହି ରୋଗୀ ଦେଖିବାକୁ ଚେଷ୍ଟା କରୁଥିବା ଓ ଜଣେ ସିକ୍ୟୁରିଟି ଗାର୍ଡ ଇଞ୍ଜେକସନ୍‌ ଭର୍ତ୍ତି କରି ଡାକ୍ତରଙ୍କୁ ଦେଖାଉଥିବା ଭିଡିଓରେ ଜଣାପଡ଼ୁଛି। ଏ ବାବଦରେ ସମ୍ପୃକ୍ତ ଡାକ୍ତରଙ୍କୁ କୌଣସି ପ୍ରତିକ୍ରିୟା ଦେବାକୁ ମନା କରିଦେଇଥିଲେ। ଉପଖଣ୍ଡ ଚିକିସତ୍ାଧିକାରୀ ଡା. କମଳାକାନ୍ତ ନାୟକଙ୍କୁ ପଚାରିବାରୁ ତାଙ୍କ ନିକଟରେ ଅଭିଯୋଗ ରହିଛି ଏବଂ ସେ ଏ ନେଇ ଡାକ୍ତର ଟୁଡୁଙ୍କୁ ତାଗିଦ୍‌ କରିଛନ୍ତି। ଘଟଣା ବାବଦରେ ସିଡିଏମଓଙ୍କ ସହିତ ଆଲୋଚନା ପରେ ଯାହା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦ କୋଠରୀରେ କ’ଣ ଘଟିଥିଲା? ଇସ୍ତଫା ଦେବା ପାଇଁ ହରମନପ୍ରୀତଙ୍କ ଉପରେ BCCI ଚାପ ପକାଇଥିଲା କି? ଜାଣନ୍ତୁ ଅଧିନାୟକ ପଦରୁ ଓହରିବାର…

ନୂଆଦିଲ୍ଲୀ,୬।୧୦: ମାତ୍ର ୨୪ ଘଣ୍ଟା ପୂର୍ବ ପର୍ଯ୍ୟନ୍ତ ହରମନପ୍ରୀତ କୌର ଭାରତୀୟ ମହିଳା କ୍ରିକେଟ ଦଳର ଅଧିନାୟିକା ଥିଲେ; ତେବେ ହଠାତ ସେ କାହିଁକି ନିଜ ପଦରୁ…

ପାକିସ୍ତାନୀ ମୁସଲମାନଙ୍କୁ ନେଇ ମିକା ସିଂଙ୍କ ବଡ଼ ବୟାନ, ଖରାପ ନୁହଁନ୍ତି….

ନୂଆଦିଲ୍ଲୀ,୬।୧୦: ବଲିଉଡ୍‌ର ଲୋକପ୍ରିୟ ସିଙ୍ଗର୍ ମିକା ସିଂ ନିଜର ବେବାକ୍ ଅନ୍ଦାଜ ପାଇଁ ବେଶ୍ ପରିଚିତ। ଭାରତ-ପାକିସ୍ତାନ ସମ୍ପର୍କ ଏବଂ ଦୁଇ ଦେଶର କଳାକାରଙ୍କୁ ନେଇ ମଧ୍ୟ…

ପୂର୍ତ୍ତ ବିଭାଗ EE ଅରବିନ୍ଦ ମହାନ୍ତି ଗିରଫ: ୨ଟି କୋଠା, ୨୩ ପ୍ଲଟ୍‌ ଓ ୫ ଏକରର ଫାର୍ମ ହାଉସ୍‌ ଠାବ

ବାରିପଦା/ବେତନଟୀ, ୬।୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ଧରଣୀଧର ମହାନ୍ତି ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମୟୂରଭଞ୍ଜ ପୂର୍ତ୍ତ ବିଭାଗର ଏକ୍ସିକ୍ୟୁଟିଭ୍‌ ଇଞ୍ଜିନିୟର (EE) ଅରବିନ୍ଦ ମହାନ୍ତିଙ୍କୁ ଭିଜିଲାନ୍ସ…

ଆଜି ଆର୍ଜେଣ୍ଟିନା ପାଇଁ ମେସିଙ୍କ ଶେଷ ମ୍ୟାଚ୍‌

ବୁଏନସ ଆରିଜ,୬ା୧୦: ଫୁଟବଲ ସୁପରଷ୍ଟାର ଲିଓନେଲ ମେସି ମଙ୍ଗଳବାର ଇଷ୍ଟାଡିଓ ମାନୁମେଣ୍ଟାଲଠାରେ ବେନିନ ବିପକ୍ଷରେ ଆର୍ଜେଣ୍ଟିନା ପାଇଁ ତାଙ୍କର ବିଦାୟୀ ମ୍ୟାଚ୍‌ ଖେଳିବେ। ଡିଏଗୋ ମାରାଡୋନାଙ୍କ ପରେ…

ହରମନପ୍ରୀତ କୌରଙ୍କ ପରେ ଭାରତୀୟ ଦଳର ପରବର୍ତ୍ତୀ ଅଧିନାୟିକା କିଏ? ନାମ ଆସିଲା ସାମ୍ନାକୁ

ନୂଆଦିଲ୍ଲୀ,୬।୧୦: ଗୁଆହାଟୀରେ ଅନୁଷ୍ଠିତ BCCI ସମୀକ୍ଷା ବୈଠକର ମାତ୍ର ଗୋଟିଏ ଦିନ ପରେ, ହରମନପ୍ରୀତ କୌର ସମସ୍ତ ଫର୍ମାଟରୁ ଅଧିନାୟକ ପଦ ଛାଡ଼ିବାକୁ ନିଷ୍ପତ୍ତି ନେଇ ସମସ୍ତଙ୍କୁ…

CECଙ୍କ ବିରୋଧରେ ଅଭିଯାନ ଆରମ୍ଭ କରିଛନ୍ତି ବିରୋଧି; ରାହୁଲ-ପ୍ରିୟଙ୍କା ଅଟକ

ନୂଆଦିଲ୍ଲୀ,୬।୧୦: ଭୋଟର ତାଲିକାରେ କଥିତ ଅନିୟମିତତାକୁ ନେଇ ବିରୋଧୀ ଦଳଗୁଡ଼ିକ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ ଆରମ୍ଭ କରିଛନ୍ତି। ତାଙ୍କ ଇସ୍ତଫା…

ସର୍ବପିତୃ ଅମାବାସ୍ୟାରେ ଶୁଭ ସଂଯୋଗ: ୩ ରାଶିର ହେବ ଭାଗ୍ୟୋଦୟ, ଚାକିରିରେ ମିଳିବ ଅପୂର୍ବ ସଫଳତା

ଅକ୍ଟୋବର ୧୦ରେ ପାଳନ ହେବ ସର୍ବପିତୃ ଅମାବାସ୍ୟା। ପିତୃପକ୍ଷର ଏହି ଶେଷ ତିଥିକୁ ଧାର୍ମିକ ଦୃଷ୍ଟିରୁ ବେଶ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ। ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ମଧ୍ୟ…

ଅକ୍ଟୋବରରେ କଲବଲ କରୁଛି ତାତି, ୧୩୦ ବର୍ଷ ଇତିହାସରେ ପୁରୀରେ ଦ୍ୱିତୀୟ ସର୍ବୋଚ୍ଚ ତାପମାତ୍ରା

ଭୁବନେଶ୍ବର,୬।୧୦: ପୁରୀ ସହରରେ ଗତ ସୋମବାର ଦିନ ପ୍ରଚଣ୍ଡ ଖରା ସାଙ୍ଗକୁ ଗୁଳୁଗୁଳି ଅନୁଭୂତ ହୋଇଛି । ଅକ୍ଟୋବର ୫ ତାରିଖରେ ପୁରୀ ସହର ତାପମାତ୍ରା ୩୬.୬°C…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?