ପ୍ରଧାନମନ୍ତ୍ରୀଙ୍କ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ଚଣ୍ଡିଖୋଲ/ବଡ଼ଚଣା,୫ା୩ (ପ୍ରଦୀପ୍ତ କୁମାର ପୃଷ୍ଟି/ଦିଲୀପ କୁମାର ମହାନ୍ତି):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଅପରାହ୍ନରେ ଯାଜପୁର ଜିଲା ଚଣ୍ଡିଖୋଲ ଆସିବେ। ଚଣ୍ଡିଖୋଲ ନିକଟସ୍ଥ ବେଣାପୁର ପଡ଼ିଆରେ ସେ ବିଭିନ୍ନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବା ସହ କେତେକ ପ୍ରକଳ୍ପର ଲୋକାର୍ପଣ କରିବେ। ଏଥିପାଇଁ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଅରୁଣ କୁମାର ଷଡ଼ଙ୍ଗୀଙ୍କ ପ୍ରତ୍ୟେକ୍ଷ ତତ୍ତ୍ୱାବଧାନରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡ଼ି କରଯାଇଛି। ସୋମବାର ଡିଜିପି ଘଟଣାସ୍ଥଳ ପରିଦର୍ଶନ କରି ଫେରିଛନ୍ତି। ସୋମବାର କେନ୍ଦ୍ରାଞ୍ଚଳ ଆଇଜି ଆଶିଷ କୁମାର ସିଂହ, ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ ତଥା ଗୁଇନ୍ଦା ନିର୍ଦ୍ଦେଶକ ସୌମେନ୍ଦ୍ର ପ୍ରିୟଦର୍ଶୀ ପ୍ରମୁଖ ପୋଲିସ ଅଧିକାରୀମାନଙ୍କୁ ସୁରକ୍ଷା ସମ୍ପର୍କିତ ନିୟମାବଳୀ ବୁଝାଇ ଥିଲେ। ସେଥିପାଇଁ ୩୨୦୦ ରୁ ଅଧିକ ପୋଲିସ ନିୟୋଜିତ ହୋଇଛନ୍ତି। ଆଜି କେନ୍ଦ୍ରାଞ୍ଚଳ ଡିଆଇଜି ସିଂହ ସୂଚନା ଦେଇଛନ୍ତି, ୫ଟି ବୋମା ବିସ୍ଫୋରକ ନିୟନ୍ତ୍ରଣ ଟିମ ନିୟୋଜିତ ହୋଇଛନ୍ତି। ୫ ଜଣ ଏସ୍‌ପି, ଓ ୫ ଜଣ କମାଣ୍ଡଣ୍ଟଙ୍କ ପ୍ରତ୍ୟେକ୍ଷ ତତ୍ତ୍ୱାବଧାନରେ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ବ୍ୟାରିକେଡ଼ ରିହଲସଲ ସରିଯାଇଛି। ସମଗ୍ର ଏରିଆକୁ କଡ଼ା ସୁରକ୍ଷା ବ୍ୟବସ୍ଥା ଭିତରେ ରଖାଯାଇଛି। ହେଲିପ୍ୟାଡ ସ୍ଥଳ, ଶିଳାନ୍ୟାସ ଉତ୍ସବ ଓ ସାଧାରଣ ସଭା ସ୍ଥଳ ପ୍ରମୁଖ ୩ ଟି ସ୍ଥାନରେ ବିଭକ୍ତ କରାଯାଇଛି। ପ୍ରଧାନମନ୍ତ୍ରୀ ପ୍ରଥମେ ହେଲିକପ୍ଟରରେ ଆସି ଓହ୍ଲାଇବା ପରେ ଏକ ଖୋଲା ଗାଡ଼ିରେ ସଭାସ୍ଥଳ ଚାରିପଟ ବୁଲିବେ। ଏହା ପରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିବା ପରେ ସେହି ଗାଡ଼ିରେ ସଭାସ୍ଥଳକୁ ଆସିବେ। ସେଥିପାଇଁ ଉକ୍ତ ଗାଡ଼ି ଉତ୍ତର ପ୍ରଦେଶରୁ ଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri