ସ୍ବରାଷ୍ଟ୍ର ମନ୍ତ୍ରୀଙ୍କ ଗସ୍ତ ପାଇଁ ସୁରକ୍ଷା କଡ଼ାକଡ଼ି

ଭୁବନେଶ୍ୱର,(ବ୍ୟୁରୋ)/: କଟକ ଅଫିସ, ୮ା୮: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ଏଥିପାଇଁ କମିଶନରେଟ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଶାହାଙ୍କ ସୁରକ୍ଷାରେ କଟକରେ ୩୦ ଓ ଭୁବନେଶ୍ୱରରେ ୨୨ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି। ଭୁବନେଶ୍ୱର ଡିସିପି ପ୍ରତୀକ ସିଂଙ୍କ ସୂଚନାନୁସାରେ, ସହରରେ ୫ ଅତିରିକ୍ତ ଡିସିପି, ୧୨ ଜଣ ଏସିପି, ୨୫ ଇନ୍ସପେକ୍ଟର, ୫୦ ଏସ୍‌ଆଇ ଓ ଏଏସ୍‌ଆଇ ଶାହାଙ୍କ ସୁରକ୍ଷା ଦାୟିତ୍ୱରେ ରହିବେ। କଟକରେ ୪ଜଣ ଅତିରିକ୍ତ ଡିସିପି, ୩୦ଜଣ ଡିଏସ୍‌ପି, ୭୦ଜଣ ଇନ୍ସପେକ୍ଟର, ୧୩୦ଜଣ ଏସ୍‌ଆଇ ଓ ଏଏସ୍‌ଆଇଙ୍କୁ ନିଯୁକ୍ତ କରାଯିବ ବୋଲି ଡିସିପି ପିନାକ ମିଶ୍ର ସୂଚନା ଦେଇଛନ୍ତି।
ଶାହା ରବିବାର ରାତିରେ ଭୁବନେଶ୍ୱରରେ ପହଞ୍ଚତ୍ବା ପରେ ଏଠାରେ ରାତ୍ରିଯାପନ କରିଥିଲେ। ଶ୍ରାବଣର ଶେଷ ସୋମବାର ସକାଳେ ସେ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଦର୍ଶନ କରିବେ। ପରେ କଟକ ଯାଇ ପୂର୍ବାହ୍ନ ପ୍ରାୟ ୧୧ଟା ୨୦ରେ ଓଡ଼ିଆ ବଜାରସ୍ଥିତ ନେତାଜୀ ଜନ୍ମସ୍ଥାନ ସଂଗ୍ରହାଳୟରେ ନେତାଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ସହ ସଂଗ୍ରହାଳୟ ବୁଲି ଦେଖିବେ। ସେଠାରୁ ସେ ୧୧ଟା ୫୦ରେ ଜବାହାରଲାଲ ନେହରୁ ଇନ୍‌ଡୋର ଷ୍ଟାଡିୟମରେ ହେବାକୁ ଥିବା ‘ପ୍ରଜାତନ୍ତ୍ର’ର ୭୫ତମ ପ୍ରତିଷ୍ଠା ଦିବସ ସମାରୋହରେ ଯୋଗଦେବେ। ୧ ଘଣ୍ଟାର କାର୍ଯ୍ୟକ୍ରମ ପରେ ଅପରାହ୍ନ ପ୍ରାୟ ଗୋଟାଏରେ ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରିବେ। ଅପରାହ୍ନ ପ୍ରାୟ ୩ଟାରେ ରାଜ୍ୟ ଭାଜପା କାର୍ଯ୍ୟାଳୟରେ କୋର୍‌ କମିଟି ସଦସ୍ୟ ଓ ପଦାଧିକାରୀଙ୍କ ସହ ସମୀକ୍ଷା ବୈଠକରେ ଯୋଗ ଦେବେ। ସାରେ ଶାହା ଓଡ଼ିଶା ଛାଡ଼ିବାର କାର୍ଯ୍ୟକ୍ରମ ରହିଛି।
ସୋମବାର ଶାହାଙ୍କ ଗସ୍ତ ପାଇଁ କଟକ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି କରାଯାଇଛି। ରବିବାର ଜିଲାପାଳ ଭବାନୀ ଶଙ୍କର ଚୟନୀ, ଡିସିପି ପିନାକ ମିଶ୍ର ଓ ସିଏମ୍‌ସି କମିଶନର ନିଖିଲ ପଓ୍ବନ କଲ୍ୟାଣ ସ୍ଥିତି ସମୀକ୍ଷା କରିଛନ୍ତି। ଏଥିସହ ପୋଲିସ ପକ୍ଷରୁ ଡିସିପି ମିଶ୍ରଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହୋଇଥିଲା। ପରେ ଇନ୍‌ଡୋର୍‌ ଷ୍ଟାଡିୟମରେ ସନ୍ଧାନୀ କୁକୁର ଓ ବୋମା ନିଷ୍କ୍ରିୟକାରୀ ଟିମ୍‌ ପକ୍ଷରୁ ଯାଞ୍ଚ କରାଯାଇଥିଲା। ଏପଟେ ଭୁବନେଶ୍ୱରରେ କମିଶନରେଟ ପୋଲିସ ପକ୍ଷରୁ କାର୍‌କେଡ୍‌ ରିହର୍ସାଲ କରାଯାଇଥିଲା। ବିମାନବନ୍ଦରରୁ କାର୍‌କେଡ୍‌ ବାହାରି ମେ’ ଫେୟାର ହୋଟେଲ ଓ ସେଠାରୁ ଲିଙ୍ଗରାଜ ମନ୍ଦିର ପରେ କଟକ ଯାଇଥିଲା। ଶାହାଙ୍କ କଟକଗସ୍ତ ସମୟରେ ରାସ୍ତାରେ ଭିଡ଼କୁ ଦୃଷ୍ଟିରେ ରଖି ଜାତୀୟ ରାଜପଥର ଉଭୟ ପାଶର୍‌ବରେ ମଧ୍ୟ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ସ୍ବରାଷ୍ଟ୍ରମନ୍ତ୍ରୀ ଶାହା ଜେଡ୍‌ପ୍ଲସ ସୁରକ୍ଷା ଅନ୍ତର୍ଭୁକ୍ତ ଥିବାରୁ ତାଙ୍କ ସୁରକ୍ଷା ବ୍ୟବସ୍ଥାରେ କୌଣସି ତ୍ରୁଟି ନ ରଖିବାକୁ ଧ୍ୟାନ ଦିଆଯିବ ବୋଲି ଭୁବନେଶ୍ୱର ଡିସିପି ସିଂ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

ସକାଳ ସାଢେ ୮ଟାରୁ ପାରଦ ଛୁଇଁଲା ୩୬, ୫ ଦିନ ଅସହ୍ୟ ହେବ ତାତି

ଭୁବନେଶ୍ୱର,୨୫।୪: ସକାଳୁ ଅସହ୍ୟ ତାତି। ସାଢ଼େ ୮ଟା ସୁଦ୍ଧା ୩୬ ଛୁଇଁଲା ପାରଦ। ବାଲେଶ୍ୱରର ତାମପାତ୍ରା ଗୁରୁବାର ସକାଳୁ ୩୬ ଡିଗ୍ରୀ ଛୁଇଁଛି । ଖାଲି...

ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri