ସ୍ବରାଷ୍ଟ୍ର ମନ୍ତ୍ରୀଙ୍କ ଗସ୍ତ ପାଇଁ ସୁରକ୍ଷା କଡ଼ାକଡ଼ି

ଭୁବନେଶ୍ୱର,(ବ୍ୟୁରୋ)/: କଟକ ଅଫିସ, ୮ା୮: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ଏଥିପାଇଁ କମିଶନରେଟ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଶାହାଙ୍କ ସୁରକ୍ଷାରେ କଟକରେ ୩୦ ଓ ଭୁବନେଶ୍ୱରରେ ୨୨ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି। ଭୁବନେଶ୍ୱର ଡିସିପି ପ୍ରତୀକ ସିଂଙ୍କ ସୂଚନାନୁସାରେ, ସହରରେ ୫ ଅତିରିକ୍ତ ଡିସିପି, ୧୨ ଜଣ ଏସିପି, ୨୫ ଇନ୍ସପେକ୍ଟର, ୫୦ ଏସ୍‌ଆଇ ଓ ଏଏସ୍‌ଆଇ ଶାହାଙ୍କ ସୁରକ୍ଷା ଦାୟିତ୍ୱରେ ରହିବେ। କଟକରେ ୪ଜଣ ଅତିରିକ୍ତ ଡିସିପି, ୩୦ଜଣ ଡିଏସ୍‌ପି, ୭୦ଜଣ ଇନ୍ସପେକ୍ଟର, ୧୩୦ଜଣ ଏସ୍‌ଆଇ ଓ ଏଏସ୍‌ଆଇଙ୍କୁ ନିଯୁକ୍ତ କରାଯିବ ବୋଲି ଡିସିପି ପିନାକ ମିଶ୍ର ସୂଚନା ଦେଇଛନ୍ତି।
ଶାହା ରବିବାର ରାତିରେ ଭୁବନେଶ୍ୱରରେ ପହଞ୍ଚତ୍ବା ପରେ ଏଠାରେ ରାତ୍ରିଯାପନ କରିଥିଲେ। ଶ୍ରାବଣର ଶେଷ ସୋମବାର ସକାଳେ ସେ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଦର୍ଶନ କରିବେ। ପରେ କଟକ ଯାଇ ପୂର୍ବାହ୍ନ ପ୍ରାୟ ୧୧ଟା ୨୦ରେ ଓଡ଼ିଆ ବଜାରସ୍ଥିତ ନେତାଜୀ ଜନ୍ମସ୍ଥାନ ସଂଗ୍ରହାଳୟରେ ନେତାଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ସହ ସଂଗ୍ରହାଳୟ ବୁଲି ଦେଖିବେ। ସେଠାରୁ ସେ ୧୧ଟା ୫୦ରେ ଜବାହାରଲାଲ ନେହରୁ ଇନ୍‌ଡୋର ଷ୍ଟାଡିୟମରେ ହେବାକୁ ଥିବା ‘ପ୍ରଜାତନ୍ତ୍ର’ର ୭୫ତମ ପ୍ରତିଷ୍ଠା ଦିବସ ସମାରୋହରେ ଯୋଗଦେବେ। ୧ ଘଣ୍ଟାର କାର୍ଯ୍ୟକ୍ରମ ପରେ ଅପରାହ୍ନ ପ୍ରାୟ ଗୋଟାଏରେ ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରିବେ। ଅପରାହ୍ନ ପ୍ରାୟ ୩ଟାରେ ରାଜ୍ୟ ଭାଜପା କାର୍ଯ୍ୟାଳୟରେ କୋର୍‌ କମିଟି ସଦସ୍ୟ ଓ ପଦାଧିକାରୀଙ୍କ ସହ ସମୀକ୍ଷା ବୈଠକରେ ଯୋଗ ଦେବେ। ସାରେ ଶାହା ଓଡ଼ିଶା ଛାଡ଼ିବାର କାର୍ଯ୍ୟକ୍ରମ ରହିଛି।
ସୋମବାର ଶାହାଙ୍କ ଗସ୍ତ ପାଇଁ କଟକ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି କରାଯାଇଛି। ରବିବାର ଜିଲାପାଳ ଭବାନୀ ଶଙ୍କର ଚୟନୀ, ଡିସିପି ପିନାକ ମିଶ୍ର ଓ ସିଏମ୍‌ସି କମିଶନର ନିଖିଲ ପଓ୍ବନ କଲ୍ୟାଣ ସ୍ଥିତି ସମୀକ୍ଷା କରିଛନ୍ତି। ଏଥିସହ ପୋଲିସ ପକ୍ଷରୁ ଡିସିପି ମିଶ୍ରଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହୋଇଥିଲା। ପରେ ଇନ୍‌ଡୋର୍‌ ଷ୍ଟାଡିୟମରେ ସନ୍ଧାନୀ କୁକୁର ଓ ବୋମା ନିଷ୍କ୍ରିୟକାରୀ ଟିମ୍‌ ପକ୍ଷରୁ ଯାଞ୍ଚ କରାଯାଇଥିଲା। ଏପଟେ ଭୁବନେଶ୍ୱରରେ କମିଶନରେଟ ପୋଲିସ ପକ୍ଷରୁ କାର୍‌କେଡ୍‌ ରିହର୍ସାଲ କରାଯାଇଥିଲା। ବିମାନବନ୍ଦରରୁ କାର୍‌କେଡ୍‌ ବାହାରି ମେ’ ଫେୟାର ହୋଟେଲ ଓ ସେଠାରୁ ଲିଙ୍ଗରାଜ ମନ୍ଦିର ପରେ କଟକ ଯାଇଥିଲା। ଶାହାଙ୍କ କଟକଗସ୍ତ ସମୟରେ ରାସ୍ତାରେ ଭିଡ଼କୁ ଦୃଷ୍ଟିରେ ରଖି ଜାତୀୟ ରାଜପଥର ଉଭୟ ପାଶର୍‌ବରେ ମଧ୍ୟ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ସ୍ବରାଷ୍ଟ୍ରମନ୍ତ୍ରୀ ଶାହା ଜେଡ୍‌ପ୍ଲସ ସୁରକ୍ଷା ଅନ୍ତର୍ଭୁକ୍ତ ଥିବାରୁ ତାଙ୍କ ସୁରକ୍ଷା ବ୍ୟବସ୍ଥାରେ କୌଣସି ତ୍ରୁଟି ନ ରଖିବାକୁ ଧ୍ୟାନ ଦିଆଯିବ ବୋଲି ଭୁବନେଶ୍ୱର ଡିସିପି ସିଂ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଟି୨୦ ଜିତିଲା ଭାରତ, ୨-୧ରେ ସିରିଜ୍‌ ଆଗୁଆ

ଇନ୍ଦୋର,୧୧ା୧୦: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ପରେ ଅର୍ଶଦୀପ ସିଂଙ୍କ ଘାତକ ବୋଲିଂ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୧୪ ରନରେ…

ଚାଲିଥିଲା ବଡ଼ଧରଣର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଜୁଆ ଆଡ୍ଡା ଉପରେ ପୋଲିସର ଚଢ଼ାଉ, ୮ ଗିରଫ

ଛତ୍ରପୁର,୧୧ା୧୦(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ ) : ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ଗଞ୍ଜାମ ପୋଲିସ ପକ୍ଷରୁ ଜୁଆ ଆଡ୍ଡାରେ ଚଢାଉ ଜାରି ରହିଛି । ଶନିବାର ବିଳମ୍ବିତ…

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

CJP ବିକ୍ଷୋଭ ମଧ୍ୟରେ ବଡ଼ ଘୋଷଣା କଲେ ରାହୁଲ, କହିଲେ କାଲି ପୂରା ଭାରତ…

ନୂଆଦିଲ୍ଲୀ,୧୧।୧୦: ସୁପ୍ରିମକୋର୍ଟ ଯାଏ ମାର୍ଚ୍ଚ କରିବା ସହ ଭାରତର ପ୍ରଧାନ ବିଚାରପତି (CJI)ଙ୍କୁ ଦାବିପତ୍ର ପ୍ରଦାନ କରିବାକୁ ଘୋଷଣା କରିଛନ୍ତି କଂଗ୍ରେସ ଏମପି ରାହୁଲ ଗାନ୍ଧୀ। ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?