Posted inଜାତୀୟ

୨୦ ନେତାଙ୍କ ସୁରକ୍ଷା ବ୍ୟବସ୍ଥା ହଟାଗଲା…

ଶ୍ରୀନଗର,୧୧।୧୨ : ଜମ୍ମୁ-କଶ୍ମୀରରେ ୨୦ ଜଣ ରାଜନେତାଙ୍କ ସୁରକ୍ଷା ପ୍ରତ୍ୟାହାର କରାଯାଇଛି। ଡିସେମ୍ବର ୧୦ ରେ ଏହି ନିର୍ଦ୍ଦେଶ ଜାରି କରାଯାଇଛି। କିଛି ନେତାଙ୍କ ସୁରକ୍ଷା ବ୍ୟବସ୍ଥାକୁ କମାଇ ଦିଆଯାଇଛି। ରାଜନେତାମାନଙ୍କୁ ସୁରକ୍ଷା କର୍ମୀ ପ୍ରଦାନ କରାଯିବା ବ୍ୟତୀତ ସେମାନଙ୍କ ଏସକର୍ଟ ସୁବିଧା ମଧ୍ୟ ପ୍ରତ୍ୟାହାର କରାଯାଇଛି।

ଏହି ନେତାମାନଙ୍କ ମଧ୍ୟରୁ ଅଧିକାଂଶ ପୂର୍ବତନ ବିଧାୟକ ହୋଇଥିବାବେଳେ ଜଣେ ପୂର୍ବତନ ଏମ୍‌ପି ମଧ୍ୟ ଅଛନ୍ତି। ଏତଦ ବ୍ୟତୀତ ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ ଅବଦୁଲ୍ଲାଙ୍କ ଜ୍ୱାଇଁ ମହମ୍ମଦ ଅସୀମ ଖାନଙ୍କ ସୁରକ୍ଷାକୁ ହଟାଇ ଦିଆଯାଇଛି। ଅନେକ ନେତାଙ୍କ ସୁରକ୍ଷାର ଗୋଟିଏ କିମ୍ବା ଦୁଇଟି ବିଭାଗ ହ୍ରାସ କରାଯାଇଛି। ସୁରକ୍ଷା ପ୍ରତ୍ୟାହାର କରାଯାଇଥିବା ବ୍ୟକ୍ତିଙ୍କ ତାଲିକାରେ ନ୍ୟାଶନାଲ କନଫରେନ୍ସ ଏବଂ ପିଡିପି ନେତା ଅଛନ୍ତି।

ଏହାପୂର୍ବରୁ ଜାନୁଆରୀ ମାସରେ ଜମ୍ମୁ-କଶ୍ମୀରର ପୂର୍ବତନ ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ ଅବଦୁଲ୍ଲା,ଗୁଲାମ ନବୀ ଆଜାଦଙ୍କ , ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଏବଂ ମେହବୁବା ମୁଫତି ପ୍ରମୁଖ ଚାରିଜଣ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସୁରକ୍ଷା ଗୋଷ୍ଠୀ (ଏସଏସଜି) କଭରକୁ କମ କରି ଦିଆଯାଇଥିଲା। ତେବେ, ଫାରୁକ ଅବଦୁଲ୍ଲା ଏବଂ ଗୁଲାମ ନବୀ ଆଜାଦଙ୍କୁ ଜାତୀୟ ସୁରକ୍ଷା ଗାର୍ଡର ସୁରକ୍ଷା କଭର ଯୋଗାଇ ଦିଆଯାଇଛି, ଯାହାକୁ ବ୍ଲାକ କ୍ୟାଟ କମାଣ୍ଡୋ ମଧ୍ୟ କୁହାଯାଏ। ଏହି କାରଣରୁ ସେମାନଙ୍କର ଜେଡ-ପ୍ଲସ ସୁରକ୍ଷା ରହିଛି। ଫେବୃଆରୀ ୨୦୧୯ ରେ ପୁଲୱାମା ଆକ୍ରମଣ ପରେ ଜମ୍ମୁ-କଶ୍ମୀର ପ୍ରଶାସନ ୧୮ ବିଚ୍ଛିନ୍ନତାବାଦୀ ଏବଂ ୧୫୫ ନେତାଙ୍କ ସୁରକ୍ଷା ପ୍ରତ୍ୟାହାର କରିନେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri