ଗୃହରେ ଶ୍ରୀମନ୍ଦିର ସୁରକ୍ଷା ତାତି

ଭୁବନେଶ୍ୱର,୩୦ା୩(ବ୍ୟୁରୋ): ପୁରୀ ଶ୍ରୀମନ୍ଦିରର ସୁରକ୍ଷା ପ୍ରସଙ୍ଗକୁ ନେଇ ଭାଜପା ଓ କଂଗ୍ରେସ ସଦସ୍ୟମାନେ ଗୃହରେ ପ୍ରବଳ ହଟ୍ଟଗୋଳ କରିଛନ୍ତି। ଗୃହ କମିଟି ଗଠନ କିମ୍ବା ମନ୍ତ୍ରୀ ଉତ୍ତର ରଖିବା ପାଇଁ ବାଚସ୍ପତିଙ୍କ ରୁଲିଂ ଦାବି କରିଥିଲେ। ଏହି ପ୍ରସଙ୍ଗରେ ଭାଜପା ସଦସ୍ୟମାନେ ଗୃହ ମଧ୍ୟଭାଗରେ ହଟ୍ଟଗୋଳ କରିବାରୁ ବାଚସ୍ପତି ଗୃହକୁ ମୁଲତବୀ ଘୋଷଣା କରିଛନ୍ତି।
ମଙ୍ଗଳବାର ଶୂନ୍ୟକାଳରେ ଭାଜପା ବିଧାୟକ ଜୟନ୍ତ ଷଡ଼ଙ୍ଗୀ ଏହି ପ୍ରସଙ୍ଗ ଉଠାଇ କହିଥିଲେ ଯେ ଜଗନ୍ନାଥ ମନ୍ଦିର ଏବେ ବିପଦରେ। ମନ୍ଦିର ଚାରିପଟେ ବିକାଶ କାର୍ଯ୍ୟ ଚାଲିଛି। ଏଥିପାଇଁ ଆମେ ସମସ୍ତେ ଘରଦ୍ୱାର ଛାଡ଼ିଛୁ। ଟାଟା କମ୍ପାନୀ ଏବେ ଜେସିବି ଲଗାଇ ମନ୍ଦିର ଚାରିପଟେ ବଡ଼ ବଡ଼ ଗାତ ଖୋଳିବାରୁ ମନ୍ଦିରରେ ଫାଟ ଦେଖାଦେଲାଣି। ଯେତେ ଅଭିଯୋଗ କଲେ ବି ପ୍ରଶାସନ ଶୁଣୁନାହିଁ। ବିଭିନ୍ନ ସଂଗଠନ ଏହି ପ୍ରସଙ୍ଗରେ ରାସ୍ତାରେ ଧାରଣା ଦେଲେଣି। ମନ୍ଦିର ପ୍ରତି ବିପଦ ଆସିଲେ ସରକାର ଦାୟୀ ରହିବେ। ବିକାଶ କାର୍ଯ୍ୟକୁ ଆମେ ବିରୋଧ କରୁନୁ। ହେଲେ ମନ୍ଦିର ସୁରକ୍ଷା ଜରୁରୀ। ଟିମ୍‌ ପଠାଯାଇ ସ୍ଥିତି ଅନୁଧ୍ୟାନ କରାଯାଉ ବୋଲି ସେ ଦାବି କରିଥିଲେ। ଭାଜପା ବିଧାୟକ ଦଳର ମୁଖ୍ୟ ସଚେତକ ମୋହନ ମାଝି ଓ ଭାଜପା ସଦସ୍ୟ ଭାସ୍କର ମଢ଼େଇ ମଧ୍ୟ ଅନୁରୂପ ଦାବି କରିଥିଲେ। କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ଏହି ପ୍ରସଙ୍ଗରେ ଗୃହ କମିଟି ଗଠନ କିମ୍ବା ବିଭାଗୀୟ ମନ୍ତ୍ରୀ ବିବୃତି ଦେବା ପାଇଁ ବାଚସ୍ପତି ରୁଲିଂ ଦିଅନ୍ତୁ ବୋଲି ଦାବି କରିଥିଲେ।
ନରସିଂହ କହିଥିଲେ ଯେ ପୁରୀ ଘଟଣାରେ ପୂର୍ବରୁ ଗୃହରେ ଅନେକ ଥର ଉଦ୍‌ବେଗ ପ୍ରକାଶ ପାଇଛି। କେବଳ ଓଡ଼ିଶାବାସୀ ନୁହନ୍ତି ସମଗ୍ର ବିଶ୍ୱବାସୀ ପୁରୀ ଶ୍ରୀମନ୍ଦିର ସଂକ୍ରାନ୍ତରେ ଅବଗତ। ବର୍ତ୍ତମାନ ଏଏସ୍‌ଆଇର ବିନାନୁମତିରେ କାର୍ଯ୍ୟ ଚାଲିଥିବା କୁହାଯାଉଛି। ଏହା ସତ୍ୟ ହୋଇଥିଲେ ସାଂଘାତିକ। ବିକାଶ କାର୍ଯ୍ୟକୁ ସମସ୍ତେ ସମର୍ଥନ କରୁଛନ୍ତି। କିନ୍ତୁ ମନ୍ଦିର ପ୍ରତି ବିପଦ ସୃଷ୍ଟି ହେଲେ ଭୟଙ୍କର ସ୍ଥିତି ଉପୁଜିବ। ତେଣୁ ବାଚସ୍ପତି ଏ ସଂକ୍ରାନ୍ତରେ ଏକ ଗୃହ କମିଟି ଗଠନ କରନ୍ତୁ। କମିଟି ସ୍ଥିତି ଅନୁଧ୍ୟାନ କରି ତୁରନ୍ତ ରିପୋର୍ଟ ଦେଉ। ଚଳିତ ଅଧିବେଶନରେ ନ ହେଲେ ବି ଆଗାମୀ ଅଧିବେଶନ ଆରମ୍ଭରେ କମିଟି ରିପୋର୍ଟ ଦେଉ। ବିଭାଗୀୟ ମନ୍ତ୍ରୀଙ୍କୁ ଏହା ଉପରେ ଉତ୍ତର ଦେବା ପାଇଁ ବାଚସ୍ପତି ରୁଲିଂ ଦିଅନ୍ତୁ। ମନ୍ତ୍ରୀ ଉତ୍ତର ଦେଲେ ଲୋକଙ୍କ ମନରେ ଥିବା ସନ୍ଦେହ ଦୂର ହୋଇଯିବ।
ସେ ଏହା କହିବା ସହିତ ବାଚସ୍ପିଙ୍କଠାରୁ ରୁଲିଂ ଦାବି କରି ନିଜ ଆସନରେ ଛିଡ଼ାହୋଇ ରହିଥିଲେ। ତେବେ ବାଚସ୍ପତି ଏ ପ୍ରସଙ୍ଗରେ ମତ ରଖିବେ ବୋଲି କହିଥିଲେ। ବାଚସ୍ପତିଙ୍କ ରୁଲିଂ ଦାବିରେ ଭାଜପା ସଦସ୍ୟମାନେ ଗୃହ ମଧ୍ୟଭାଗରେ ଆସି ହଟ୍ଟଗୋଳ କରିବାରୁ ବାଚସ୍ପତି ଗୃହକୁ ମୁଲତବୀ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ପେଟ୍ରୋଲ-ଡିଜେଲ ଦର କମିବା ଆଶା! ୫ ଦିନର ଦ୍ରୁତ ବୃଦ୍ଧି ପରେ ଖସିଲା…

ନୂଆଦିଲ୍ଲୀ,୧୩।୮: ଅନ୍ତର୍ଜାତୀୟ ବଜାରରେ କଚା ତେଲ (Crude Oil) ଦରରେ ଗତ ୫ ଦିନ ଧରି ଚାଲିଆସୁଥିବା ବୃଦ୍ଧିରେ ଶେଷରେ ବ୍ରେକ ଲାଗିଛି। ୧୩ ଅଗଷ୍ଟ ୨୦୨୬ରେ…

କେସିଙ୍ଗା ଶିକ୍ଷା ବ୍ୟବସ୍ଥାକୁ ନେଇ ଅପପ୍ରଚାର: ଦୃଢ଼ କାର୍ଯ୍ୟାନୁଷ୍ଠାନ ଚେତାବନୀ

କେସିଙ୍ଗା, ୧୩।୮( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର କେତେକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଥିବାବେଳେ, ଅନ୍ୟ କେତେକ ସ୍କୁଲରେ ଅଧିକ ଶିକ୍ଷକ ରହିଛନ୍ତି। ଏହି…

ଗାଁ ମୁହାଁ ୪ ଟିକିଆ ହାତୀ: ଭୟରେ କୋତାଗୁଡା ଗ୍ରାମବାସୀ

ଗୁଣପୁର,୧୩।୮(ସୁଜାତା ପାଢ଼ୀ):ରାୟଗଡା ଗୁଣପୁର ବ୍ଲକ ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର କୋତାଗୁଡା ଗାଁ ନିକଟରେ ଗୁରୁବାର ସକାଳେ ୪ ଟିକିଆ ହାତୀଙ୍କୁ ଦେଖିବାକୁ ମିଳିଛି l କାଦୁଆ ରାସ୍ତା…

ରାସ୍ତାର ସ୍ଥିତି ଶୋଚନୀୟ: ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ

ନନ୍ଦପୁର, ୧୩/୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ ପରଜା ବଡପଡ଼ା ପଞ୍ଚାୟତର ଶ୍ରିଗାମପୁଟ ଗାଁକୁ ସଂଯୋଗ ରାସ୍ତାର ଶୋଚନୀୟ ସ୍ଥିତି ଗୁରୁବାର ସକାଳୁ ଜନନୀଯନ୍ତ୍ରଣାର କାରଣ…

କଟକରେ ଲଜ୍ଜା: କଥା ହେବା ବାହାନାରେ ନାବାଳିକାଙ୍କୁ ହୋଟେଲକୁ ଡାକି ନେଇ ଗଣବଳାତ୍କାର କଲେ ସହପାଠୀ

କଟକ, ୧୩।୮(ପ୍ରଭୁ କଲ୍ୟାଣ ପାଲ୍‌): କଟକରେ ଲଜ୍ଜା। ନାବାଳିକାଙ୍କୁ ହୋଟେଲକୁ ନେଇ ଗଣବଳାତ୍କାର ଅଭିଯୋଗ। ବାଦାମବାଡ଼ି ଥାନା ଅଂଚଳରେ ଘଟିଛି ଏହି ସଙ୍ଗୀନ ଘଟଣା। ଜଣେ ନାବାଳିକାଙ୍କୁ…

ରାଶନ ନେଉଥିବା ଲୋକଙ୍କ ପାଇଁ ଜରୁରୀ ଖବର: ଏଣିକି ଖାତାକୁ ଆସିବ ଟଙ୍କା, ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୧୩।୮: ଚଣ୍ଡୀଗଡ଼ ଏବଂ ଦାଦ୍ରା ଓ ନଗର ହାବେଳି ଏବେ ଏପରି ଦୁଇଟି କେନ୍ଦ୍ରଶାସିତ ପ୍ରଦେଶ ହୋଇଛି, ଯେଉଁଠାରେ ୧୪ ଅଗଷ୍ଟ ୨୦୨୬ରୁ ସରକାର ଡିଜିଟାଲ ରୁପି…

ନାଁରେ ଆସିଲା ସାଂଘାତିକ ଅଭିଯୋଗ, ଡାକ୍ତରଙ୍କୁ ଚାକିରିରୁ ବହିଷ୍କାର କଲେ ମୁଖ୍ୟମନ୍ତ୍ରୀ

ପାରଳାଖେମୁଣ୍ଡି,୧୩।୮(ଗିରିଧାରୀ ପରିଛା): ଦୁର୍ନୀତି ବିରୋଧରେ କଠୋର ଆଭିମୁଖ୍ୟ ଗ୍ରହଣ କରି ଗଜପତି ଜିଲାର ଗୁରାଣ୍ଡି ସିଏଚ୍‌ସିର ପୂର୍ବତନ ଭାରପ୍ରାପ୍ତ ମେଡିକାଲ ଅଧିକାରୀ ଡାକ୍ତର ପତିତପାବନ ବାରିକଙ୍କୁ ସରକାରୀ…

ଏଗ୍ରିଷ୍ଟାକ୍‌ ଆଇଡିି ଉଚ୍ଛେଦ ଦାବି ତେଜିଲା: ଏକାଠି ହେଲେ ପାକ୍ସ ସଭାପତି ସଂଘ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ):ଧାନବିକ୍ରି ପଞ୍ଜୀକରଣ ପ୍ରକିୟାକୁ ଦିନକୁ ଦିନ ଅଧିକ ଜଟିଳ କରି ଦିଆଯାଉଥିବା ଅଭିଯୋଗ ହୋଇଛି। ଚଳିତବର୍ଷ ଧାନବିକ୍ରି ପଞ୍ଜୀକରଣରେ ଏଗ୍ରିଷ୍ଟାକ୍‌ ଆଇଡ଼ି, ଭାଗଚାଷୀ କ୍ଷେତ୍ର୍ରରେ ଇ-କେୱାଇସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri