ଶ୍ରୀ ଶ୍ରୀ ବଳଦେବଜୀଉ ମନ୍ଦିର ସୁରକ୍ଷା ନେଇ ପ୍ରଶ୍ନବାଚୀ

କେନ୍ଦୁଝର,୬ା୨(ସ୍ବ.ପ୍ର.): କେନ୍ଦୁଝର ପୁରୁଣା ସହର ଶ୍ରୀ ଶ୍ରୀ ବଳଦେବଜୀଉ ମନ୍ଦିର ପରିସରରୁ ପ୍ରାୟ ୪ଟି ଚନ୍ଦନ ଗଛ ଚୋରି ହୋଇଥିବାରୁ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ମନ୍ଦିର ପରିସରରେ ସିସିଟିଭି ଲାଗିଥିବା ବେଳେ ସୁରକ୍ଷା ବଳ ନିୟୋଜିତ ସତ୍ତ୍ୱେ କିଭଳି ଚୋରି ହୋଇଛି ଏ ନେଇ ଯାଞ୍ଚ ପରେ ସବୁ ଜଣାପଡ଼ିବ ବୋଲି ଉପଜିଲାପାଳ ତଥା ଦେବୋତ୍ତର ବିଭାଗ ନିର୍ବାହୀ ଅଧିକାରୀ ରାମଚନ୍ଦ୍ର କିସ୍କୁ କହିଛନ୍ତି। କିଛିଦିନ ତଳେ ଆନନ୍ଦପୁରସ୍ଥିତ ମା’ ଥାନପତି ମନ୍ଦିର ପରିସରରୁ ଗୋଟିଏ ଚନ୍ଦନ ଗଛ ଚୋରି ହୋଇଥିବା ବେଳେ ଚମ୍ପୁଆସ୍ଥିତ ନିକୋଲଶନ ଫରେଷ୍ଟ ଟ୍ରେନିଂ ସ୍କୁଲ ପରିସରରୁ ୧୧ଟି ଚନ୍ଦନ ଗଛ ଚୋରି ହୋଇଥିବା ଜଣାପଡ଼ିଛି। କେତେକ ଚୋରି ବିଭାଗର ବିଫଳତା ପାଇଁ ରିପୋର୍ଟ ହେଉ ନ ଥିବାରୁ ବହୁ ଚୋରି ଜଣା ପଡୁନାହିଁ ବୋଲି ମତ ପ୍ରକାଶ ପାଇଛି। ଫଳରେ ଜିଲାରେ ଚନ୍ଦନ କାଠ ମାଫିଆ ସକ୍ରିୟ ହୋଇ ପଡ଼ିଥିବାବେଳେ ବନ ଓ ପୋଲିସ ବିଭାଗ ଧରିବାରେ ବିଫଳ ହେଉଥିବାରୁ ପୁଣି ଅନ୍ୟ ସ୍ଥାନରେ ଚୋରି ହେବା ଆଶଙ୍କା ନେଇ ସାଧାରଣ ଲୋକେ ଚିନ୍ତିତ ହୋଇ ପଡ଼ିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ...

ତୃତୀୟ ଟି୨୦ରେ ଭାରତର ଦମ୍‌ଦାର ବିଜୟ: ୨-୧ରେ ସିରିଜ୍‌ ଅଗ୍ରଣୀ

ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍‌ ବାକି...

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀଙ୍କ ପରଲୋକ

ଦିଗପହଣ୍ଡି,୧୪।୧୨((ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ କଇଠଖଣ୍ଡି ପଞ୍ଚାୟତର ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀ ସନ୍ତୋଷ କୁମାର ପଣ୍ଡା...

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri