ନିର୍ବାଚନ ପୂର୍ବରୁ ସୁରକ୍ଷା ପ୍ରସ୍ତୁତି: ରାଜଧାନୀରେ କେନ୍ଦ୍ରୀୟ ଫୋର୍ସର ଫ୍ଲାଗମାର୍ଚ୍ଚ

ଭୁବନେଶ୍ୱର,୩।୩ (ସୂର୍ଯ୍ୟକାନ୍ତ ବେହେରା): ଆଗକୁ ସାଧାରଣ ନିର୍ବାଚନ ହେବାକୁ ଯାଉଛି । ଏନେଇ ତାରିଖ ଘୋଷଣା ହୋଇନଥିଲେ ମଧ୍ୟ ନିର୍ବାଚନ ହାୱା ଚାରି ଆଡେ ଦେଖିବାକୁ ମିଳିଲାଣି । ତେବେ ଏହା ପୂର୍ବରୁ କଡା ସୁରକ୍ଷା ପାଇଁ ଆରମ୍ଭ ହୋଇଗଲାଣି ପ୍ରସ୍ତୁତି। ଓଡିଶାର ବିଭିନ୍ନ ସ୍ଥାନରେ ପହଞ୍ଚି ସାରିଲେଣି କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ଫୋର୍ସ (ସିଆରପିଏଫ)। ପୂର୍ବରୁ ରାଜ୍ୟର କଟକ,ପୁରୀ,ରାଉରକେଲା,କେନ୍ଦ୍ରାପଡା,ଯାଜପୁର ଭଳି ୮ ଟି ଜିଲାରେ ୮ ଟି କମ୍ପାନୀ ମୁତୟନ ହୋଇସାରିଥିବା ବେଳେ ଭୁବନେଶ୍ୱରରେ ଆଉ ଏକ କମ୍ପାନୀ ଫୋର୍ସ ଆସି ପହଞ୍ଚିଛନ୍ତି। ଏହାସହ ନିର୍ବାଚନ ପାଇଁ ରବିବାର ରାଜଧାନୀ ଭୁବନେଶ୍ୱରରେ ଉକ୍ତ କେନ୍ଦ୍ରୀୟ ଫୋର୍ସ ପକ୍ଷରୁ ରାଜମହଲା ଛକରୁ ଶିଶୁଭବନ ଏବଂ କିଛି ବସ୍ତିରେ ଫ୍ଲାଗମାର୍ଚ୍ଚ କରାଯାଇଥିଲା । ଏଥିରେ ଖାରବେଳନଗର,କ୍ୟାପିଟାଲ ଓ ଏୟାରପୋର୍ଟ ଥାନା ପୋଲିସ ମଧ୍ୟ ଉପସ୍ଥିତ ରହି ସହଯୋଗ କରିଥିଲେ । ଅପରାଧୀ ଓ ଅପରାଧିକ କାର୍ଯ୍ୟକଳାପକୁ ଚେକ ଦେବାକୁ ଫ୍ଲାଗମାର୍ଚ୍ଚ କରିଛି କେନ୍ଦ୍ରୀୟ ଫୋର୍ସ।
ସୂଚନା ଅନୁସାରେ ଲୋକସଭା ନିର୍ବାଚନ ପୂର୍ବରୁ ଦେଶର ବିଭିନ୍ନ ସମ୍ବେଦନଶୀଳ ସ୍ଥାନରେ ମୁତୟନ ହେବେ ୩ ଲକ୍ଷ ୪୦ ହଜାର (ସିଆରପିଏଫ) ଯବାନ । ସମ୍ବେଦନଶୀଳ ଓ ଅତି ସମ୍ବେଦନଶୀଳ ସ୍ଥାନରେ ୨ ହଜାର କମ୍ପାନୀ ବା ୨ ଲକ୍ଷ ଯବାନ ମୁତୟନ ହେବେ। ନକ୍ସଲ ହିଂସା ପ୍ରଭାବିତ ରାଜ୍ୟ ସମେତ ପଶ୍ଚିମବଙ୍ଗ ଓ ଜାମ୍ମୁ-କାଶ୍ମୀରରେ ପ୍ରଥମ ପର୍ଯ୍ୟାୟରେ ଫୋର୍ସ ମୁତୟନ ହେବେ। ଅବାଧ ଓ ମୁକ୍ତ ନିର୍ବାଚନ ପାଇଁ ଅଧିକ ଫୋର୍ସ ମୁତୟନ ପାଇଁ କେନ୍ଦ୍ର ଗୃହ ମନ୍ତ୍ରଣାଳୟକୁ ନିର୍ବାଚନ କମିଶନଙ୍କ ପକ୍ଷରୁ ଅନୁରୋଧ କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ବଡ଼ ଘୋଷଣା: ବିଶ୍ୱ ବଜାରରେ ଆଶ୍ୱସ୍ତି, ହ୍ରାସ ପାଇଲା…

ଓ୍ବାଶିଂଟନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଯୋଗୁ ସାରା ବିଶ୍ୱରେ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଇଛି। ଭାରତୀୟ ମୁଦ୍ରା ଡଲାର ତୁଳନାରେ ୯୪.୦୧କୁ ଖସି ଆସି ଏସିଆରେ…

ଉଡାଣ ଭରିବାର କିଛି ସମୟ ପରେ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୧୧୦ ଜଣ କରୁଥିଲେ ଯାତ୍ରା

କଲମ୍ବିଆ,୨୩।୩: କଲମ୍ବିଆରେ ଏକ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ମୋଟ ୧୧୦ ଜଣ ଯାତ୍ରା କରୁଥିଲେ। ରିପୋର୍ଟ ଅନୁଯାୟୀ ବିମାନଟି ଉଡ଼ାଣ ଆରମ୍ଭ ହେବାର କିଛି…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ଅନ୍ୟ ଜାତିର ଝିଅକୁ ପ୍ରେମ ବିବାହ ପଡିଲା ମହଙ୍ଗା: ଲଣ୍ଡା ହେଲେ ବର, ଚୁଟି କାଟିଲେ କନ୍ୟା

କୋରାପୁଟ,୨୩।୩(ଅମିତାଭ ବେହେରା ):ଆଧୁନିକ ସଭ୍ୟ ସମାଜରେ ଏବଂ ଡିଜିଟାଲ ଯୁଗରେ ଏବେ ମଧ୍ୟ କୁଳପ୍ରଥା ବଞ୍ଚିଛି । ଏହାର ଏକ ଜ୍ୱଳନ୍ତ ନମୁନା କୋରାପୁଟ ବ୍ଲକ ମାଛରା…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri