ଜନ୍ମାଷ୍ଟମୀ ଲାଗି ଜଲେଶପଟାରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ଫୁଲବାଣୀ ଅଫିସ/ଚକାପାଦ/ତୁମୁଡିବନ୍ଧ,୨୯ା୮: କନ୍ଧମାଳ ଜିଲା ଚକାପାଦ ଏବଂ ତୁମୁଡିବନ୍ଧସ୍ଥିତ ଜଲେଶପଟା ଆଶ୍ରମରେ ସୋମବାର ଜନ୍ମାଷ୍ଟମୀ ଓ ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୩ତମ ଶ୍ରାଦ୍ଧଦିବସ ପାଳନ କରାଯିବ। କୋଭିଡ୍‌ କଟକଣା ମଧ୍ୟରେ ଏହା ପାଳନ କରାଯିବ। ଏନେଇ ଆଶ୍ରମ ପରିସର ଚଳଚଞ୍ଚଳ ହୋଇଉଠିଛି। ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ବିଭିନ୍ନ ସ୍ଥାନରେ ଯାନବାହନ ଯାଞ୍ଚ ଚାଲିଛି। ଆଶ୍ରମରେ ପୂଜା କାର୍ଯ୍ୟ ସମ୍ପାଦନ ପାଇଁ ମାତ୍ର ୧୦ ଜଣଙ୍କୁ ପ୍ରବେଶ ଅନୁମତି ଦିଆଯାଇଛି । କରୋନା କଟକଣା ମଧ୍ୟରେ ସବୁ କାର୍ଯ୍ୟ ହେବ ବୋଲି ଚକାପାଦ ଆଶ୍ରମ ଦାୟିତ୍ୱରେ ଥିବା କୃଷ୍ଣାନନ୍ଦ ଏବଂ ସଚ୍ଚିଦାନନ୍ଦ ସରସ୍ବତୀ କହିଛନ୍ତି। ଆଶ୍ରମରେ ନାମଯଜ୍ଞ, ଗୋପୂଜା, ସୂର୍ଯ୍ୟପୂଜା ଓ ହୋମଯଜ୍ଞ କରାଯିବ ବୋଲି ସୂଚନା ଦେଇଛନ୍ତି।

ସେହିପରି ତୁମୁଡିବନ୍ଧ ଜଲେଶପଟା ଆଶ୍ରମ ଦାୟିତ୍ୱରେ ଥିବା ସ୍ବାମୀ ଜୀବନମୁକ୍ତାନନ୍ଦଜୀ ମଧ୍ୟ ସମାନ କଥା କହିଛନ୍ତି। ଏସ୍‌ପି ଭୀନିତ ଅଗ୍ରୱାଲ ଏସବୁ କାର୍ଯ୍ୟକ୍ରମକୁ ଦୃଷ୍ଟିରେ ରଖି ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରିଛନ୍ତି। ଫୁଲବାଣୀ ସହର ଓ ଦାରିଙ୍ଗବାଡିରେ ୨ ପ୍ଲାଟୁନ ଫୋର୍ସ ମୁତୟନ ହୋଇଥିବା ବେଳେ ଚକାପାଦରେ ଦେଢ଼ ପ୍ଲାଟୁନ, ସଦର, ଖଜୁରିପଡା, ବାଲିଗୁଡା, ବାରଖମା, ତୁମୁଡିବନ୍ଧ, ଟିକାବାଲି, ଜି.ଉଦୟଗିରି, ରାଇକିଆ, ସାରଙ୍ଗଗଡ, ବ୍ରାହ୍ମଣୀଗାଁ ଏବଂ ଫିରିଙ୍ଗିଆରେ ୧ ପ୍ଲାଟୁନ ଫୋର୍ସ ଓ ଅଫିସରମାନେ ନିୟୋଜିତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

ପ୍ରସିଦ୍ଧ ଅଗ୍ନି ଭୈରବଙ୍କ ଝାମୁଯାତ୍ରା ମହାଆଡ଼ମ୍ବରରେ ସମ୍ପନ୍ନ, କମ୍ପିଲା ଲାଞ୍ଜିଗଡ଼; ତତଲା ନିଆଁ ଉପରେ ଚାଲିଲେ…

ଲାଞ୍ଜିଗଡ଼,୩୦ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ସହରର ପରମ ଆରାଧ୍ୟ ଦେବତା ଅଗ୍ନି ଭୈରବଙ୍କ ବିଶ୍ୱପ୍ରସିଦ୍ଧ ଝାମୁଯାତ୍ରା ବୁଧବାର ମହା ସମାରୋହରେ ପାଳିତ ହୋଇଯାଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?