ହନୁମାନ ଜୟନ୍ତୀ ପାଇଁ ସମ୍ବଲପୁରରେ ସୁରକ୍ଷା କଡ଼ାକଡ଼ି: ଡଗ ସ୍କ୍ବାଡ ସହ ବୁଲୁଛି ପୋଲିସ

ସମ୍ବଲପୁର,୧୦।୪(ପ୍ରମୋଦ ବହିଦାର): ସମ୍ବଲପୁରରେ ଅନୁଷ୍ଠିତ ହେବାକୁ ଥିବା ହନୁମାନ ଜୟନ୍ତୀ ସହ ବାଇକ ରାଲି ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ସହରର ଶାନ୍ତିଶୃଙ୍ଖଳା ବଜାୟ ରଖିବା ପାଇଁ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରାଯାଇଥିବା ସୂଚନା ମିଳିଛି। ଏଥିପାଇଁ ଜିଲାପରିଷଦ ସମ୍ମୀଳନୀ କକ୍ଷରେ ଶୁକ୍ରବାର ପୂର୍ବାହ୍ନରେ ଆରକ୍ଷୀ ଅଧିକ୍ଷକ ମୁକେଶ କୁମାର ଭାମୂଙ୍କ ଅଧ୍ୟକ୍ଷତାରେ ସମ୍ବଲପୁରରେ ପୋଲିସ ସୁରକ୍ଷା ବ୍ୟବସ୍ଥାକୁ ନେଇ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି। ଏହି ଅବସରରେ ସମ୍ବଲପୁର ଏସ୍‌ପି ମୁକେଶ କୁମାର ଭାମୁ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି, ରାଲି ପାଇଁ ସ୍ବତନ୍ତ୍ର ରୁଟ ମ୍ୟାପ ପ୍ରସ୍ତୁତ କରାଯିବା ସହ ସମ୍ବେଦନଶୀଳ ଅଞ୍ଚଳଗୁଡ଼ିକ ଉପରେ ତୀକ୍ଷ୍ଣ ନଜର ରଖାଯାଇଛି। ଏହାବ୍ୟତୀତ ବରଗଡ଼, ଝାରସୁଗୁଡ଼ା ଏବଂ ବଲାଙ୍ଗୀର ଭଳି ପଡ଼ୋଶୀ ଜିଲାରୁ ମଧ୍ୟ ଅଧିକାରୀମାନେ ଆସି ଏହି ସୁରକ୍ଷା ବ୍ୟବସ୍ଥାରେ ସହଯୋଗ କରୁଛନ୍ତି। ଡ୍ରୋନ କ୍ୟାମେରା ଏବଂ ଏକ ସ୍ବତନ୍ତ୍ର ୩୬୦ ଡିଗ୍ରୀ ସିସିଟିଭି କ୍ୟାମେରା ଖଞ୍ଜା ଯାଇଥିବା ଗାଡି ସାହାଯ୍ୟରେ ସମଗ୍ର ରାଲି ଉପରେ ନଜର ରଖାଯିବ। କଣ୍ଟ୍ରୋଲ ରୁମ ମାଧ୍ୟମରେ ପ୍ରତିଟି ଗତିବିଧିକୁ ଅନୁଧ୍ୟାନ କରାଯିବା ସହ ବିଭିନ୍ନ ସ୍ଥାନରେ ସିସିଟିଭି କ୍ୟାମେରା ମଧ୍ୟ ଲଗାଯାଇଛି। ସହରରେ ଶାନ୍ତି ଏବଂ ସଦଭାବନା ରକ୍ଷା କରିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଜନସାଧାରଣଙ୍କୁ ସହଯୋଗ କରିବାକୁ ଅନୁରୋଧ କରାଯାଇଛି। ସୁରକ୍ଷା ବ୍ୟବସ୍ଥାରେ ମୋଟ ୨୭ ପ୍ଲାଟୁନ ପୋଲିସ ଫୋର୍ସ ସହ ୧୫୮ ଜଣ ପୋଲିସ ଅଧିକାରୀଙ୍କୁ ନିୟୋଜିତ କରାଯାଇଛି। ଏଥିମଧ୍ୟରେ ସିଏପିଏଫ୍‌ର ଦୁଇଟି କମ୍ପାନୀ ଏବଂ ବିଏସଏଫର ଗୋଟିଏ କମ୍ପାନୀ ସାମିଲ ଅଛନ୍ତି ବୋଲି ସେ ସୂଚନା ଦେଇଛନ୍ତି।
ଏହା ପୂର୍ବରୁ ସହରର ମୋତିଝରଣ, ସୁନାପାଲି, ଭୁତାପଡା ଆଦି ବିଭିନ୍ନ ସମ୍ବେଦନଶୀଳ ଅଞ୍ଚଳରେ ପୋଲିସ ଫୋର୍ସ ବିଭିନ୍ନ ସନ୍ଦେହ ପୂର୍ଣ୍ଣ ଘରମାନଙ୍କୁ ମଧ୍ୟ ସର୍ଚ୍ଚ କରୁଛି l ବମ ସ୍କ୍ବାଡ, ଡଗ ସ୍କ୍ବାଡ, ମେଟାଲ ଡିଟେକ୍ଟର ଓ ଡ୍ରୋନ ଦ୍ବାରା ଯାଞ୍ଚ କରୁଛି ପୋଲିସ l ଘର ଛାତ ଉପର ହେଉକି ଘର ଭିତରେ ଯାଞ୍ଚ କରାଯାଉଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

ତାନ୍ତ୍ରିକର ଅମାନବୀୟ କାଣ୍ଡ, ଝଡା ଫୁଙ୍କା କରିବା ବାହାନରେ ମହିଳାଙ୍କୁ ବାରମ୍ବାର ବଳାତ୍କାର

ଲକ୍ଷ୍ନୌ,୧୨ା୪: ଉତ୍ତରପ୍ରଦେଶର ସୋନଭଦ୍ରା ଜିଲାରୁ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଝଡାଫୁଙ୍କା ନାଁରେ ଜଣେ ତାନ୍ତ୍ରିକ ଜଣେ ମହିଳାଙ୍କୁ ବଳାତ୍କାର କରିଥିବା ନେଇ…

ଜଳିଗଲା ୩ ଭାଇଙ୍କ ଘର

ବେଲଗୁଣ୍ଠା,୧୨ା୪(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ୍‌ ଅନ୍ତର୍ଗତ ଟିକରପଡା ମିଲ ସାହିରେ ଅଗ୍ନିକାଣ୍ଡ ଘଟି ୩ଭାଇଙ୍କ ୩ ବଖରା ଘର ପୋଡି ପାଉଁଶ ହୋଇଯାଇଛି।…

ଶାନ୍ତି ଆଲୋଚନା ବିଫଳ ହେବା ପରେ ରାଗିଗଲେ ଟ୍ରମ୍ପ! ଇରାନକୁ ଚରମବାଣୀ, ‘ପରମାଣୁ ବୋମା…’

ଓ୍ବାଶିଂଟନ,୧୨ା୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷକୁ ବନ୍ଦ କରିବା ଉଦ୍ଦେଶ୍ୟରେ ପାକିସ୍ତାନର ଇସଲାମାବାଦରେ ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ହୋଇଥିବା ଆଲୋଚନା ବୈଠକ ସମ୍ପୁର୍ଣ୍ଣ ଭାବେ ଫେଲ୍…

SBI ଗ୍ରାହକ ହୁଅନ୍ତୁ ସତର୍କ!ଟଙ୍କା ରଖିଥିଲେ ଜାଣି ନିଅନ୍ତୁ…

ଦେଶରେ ସର୍ବବୃହତ ସାର୍ବଜନୀନ ବ୍ୟାଙ୍କ ଭାବରେ ଏସବିଆଇର ଆଦୃତି ରହିଛି । ଅନେକ ଲୋକମାନଙ୍କ ଏହି ବ୍ୟାଙ୍କରେ ବିଭିନ୍ନ ଆକାଉଣ୍ଟ ରହିଛି । ବର୍ତ୍ତମାନ ବ୍ୟାଙ୍କ ଗୋଟିଏ…

ଲକ୍ଷ୍ନୌକୁ ହରାଇଲା ଗୁଜରାଟ

ଲକ୍ଷ୍ନୌ,୧୨ା୪: ପ୍ରସିଦ୍ଧ କ୍ରିଷ୍ଣାଙ୍କ ଦମ୍‌ଦାର ବୋଲିଂ ବଳରେ ଗୁଜରାଟ ଟାଇଟନ୍ସ ୭ ଉଇକେଟରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ(ଏଲ୍‌ଏସ୍‌ଜି)କୁ ପରାସ୍ତ କରିଛି। ଏହା ଗୁଜରାଟର ୪ ମ୍ୟାଚ୍‌ରେ ଦ୍ୱିତୀୟ…

ଜଳିଗଲା ୩ ପରିବାରର ଗୁହାଳ ଘର, ୨ ବଳଦ ଜୀବନ୍ତ ଦଗ୍ଧ 

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମରେ ଅଗ୍ନିକାଣ୍ଡ । ରବିବାର ଅପରାହ୍ନରେ ନିଆଁ ଲାଗି ୩ଟି ପରିବାରର ଗୁହାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri