ପୂଜାମଣ୍ଡପରେ ସୁରକ୍ଷା ବ୍ୟବସ୍ଥା କରାଯିବ

କଟକ ଅଫିସ,୮।୧୦: କଟକର ୩ଟି ଥାନା ପକ୍ଷରୁ ଦୁର୍ଗାପୂଜା ପ୍ରସ୍ତୁତି ବୈଠକ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ପୁରୀଘାଟ ଥାନା ପକ୍ଷରୁ ସ୍ଥାନୀୟ ଟାଉନ ହଲଠାରେ ଆୟୋଜିତ ବୈଠକରେ ଡିସିପି ପ୍ରତୀକ୍‌ ସିଂ ସଭାପତିତ୍ୱ କରି ରାଜ୍ୟ ସରକାରଙ୍କ ଗାଇଡ୍‌ଲାଇନ ପାଳନ ପୂର୍ବକ ଦୁର୍ଗାପୂଜା କରିବାକୁ ପୂଜା କମିଟିର କର୍ମକର୍ତ୍ତାମାନଙ୍କୁ କହିଥିଲେ। ପୂଜା ମଣ୍ଡପଗୁଡିକରେ ଚାନ୍ଦି ଓ ସୁନା ଅଳଙ୍କାର ରହୁଥିବାରୁ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯିବ, କେବଳ ପୂଜା ମଣ୍ଡପକୁ ସୀମିତ ଆଲୋକମାଳାରେ ସଜ୍ଜାଯିବ, ପୂଜା ଓ ଭସାଣି ସମୟରେ ଗୋଟିଏ ଘଣ୍ଟ ବଜାଯାଇପାରିବ, ପ୍ରତି ପୂଜା କମିଟିର ସଭାପତି, ସମ୍ପାଦକ ଓ ୭ଜଣ କର୍ମକର୍ତ୍ତାଙ୍କୁ ପାସ୍‌ ଯୋଗାଇ ଦିଆଯିବ। ଫଳରେ ରାତିରେ ନାଇଟ କର୍ଫ୍ୟୁ ଚାଲିଥିଲେ ମଧ୍ୟ କୌଣସି ସମସ୍ୟା ଉପୁଜିବ ନାହିଁ ବୋଲି ଡିସିପି କହିଥିଲେ। ଏହି ବୈଠକରେ ଏସିପି ଶୁଭନାରାୟଣ ମୁଦୁଲି, ଆଇଆଇସି ଯତୀନ୍ଦ୍ର କୁମାର ସେଠୀଙ୍କ ସମେତ ୩୮ଟି ପୂଜା କମିଟିର ୭୦ଜଣ କର୍ମକର୍ତ୍ତା ଯୋଗଦେଇଥିଲେ। ସେହିପରି ବାଦାମବାଡି ଓ ମଧୁପାଟଣା ଥାନା ପକ୍ଷରୁ ଦୋଳମୁଣ୍ଡାଇସ୍ଥିତ ଏକ ହୋଟେଲରେ ଦୁର୍ଗାପୂଜା ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଡିସିପି ସିଂ ଯୋଗଦେଇ ଉପରୋକ୍ତ ପ୍ରସଙ୍ଗ ଉପରେ ଆଲୋଚନା କରିଥିବାବେଳେ ୨୬ଟି ଦୁର୍ଗାପୂଜା କମିଟିର ପ୍ରାୟ ୫୦ଜଣ କାର୍ଯ୍ୟକର୍ତ୍ତା ଯୋଗଦେଇ ନିଜର ମତ ରଖିଥିଲେ। ଏହି ବୈଠକରେ ଏସିପି ମୁଦୁଲି, ବାଦାମବାଡି ଥାନା ଅଧିକାରୀ ରଶ୍ମିରଞ୍ଜନ ମହାପାତ୍ର, ମଧୁପାଟଣା ଥାନା ଅଧିକାରୀ ତୁଷାରକାନ୍ତ ସେଠୀ, ମହାନଗର ଶାନ୍ତି କମିଟି ସଭାପତି ଦେବେନ୍ଦ୍ର ସାହୁ ଓ ସମ୍ପାଦକ ଭିକାରୀ ଦାସ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଶନ କାର୍ଡ ଅଛି, ଚାଉଳ ମିଳୁନାହିଁ: ୫ ମାସ ଧରି ଅପେକ୍ଷାରେ ହିତାଧିକାରୀ

ଅମରପାଲି, ୧୦ା୭ (ପୀତାମ୍ବର ସାହୁ): ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ଖାଦ୍ୟ ସୁରକ୍ଷା ଯୋଜନାରେ ବୀରମହାରାଜପୁର ବ୍ଲକରେ ଗୁରୁତର ଅବ୍ୟବସ୍ଥା ଅଭିଯୋଗ ସାମ୍ନାକୁ ଆସିଛି।…

ଅଦିନିଆ ରଥଯାତ୍ରା: ଗଜପତିଙ୍କ ଅନୁରୋଧ, ଇସ୍କନର ଜିଦ୍‌

ବାରମ୍ବାର ଅନୁରୋଧ ଓ ତାଗିଦ୍‌ ସତ୍ତ୍ୱେ ନିଜ ଜିଦ୍‌ରେ ଅଟଳ ରହିଛି ଇସ୍କନ। ଏପରିକି ଗଜପତି ମହାରାଜ ଦିବ୍ୟସିଂହଦେବଙ୍କ ଅନୁରୋଧକୁ ପ୍ରତ୍ୟାଖ୍ୟାନ କରି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରତି…

ମଦ ଦୋକାନ ଉଦ୍‌ଘାଟନ କଲେ ଭାଜପା ନେତା: ପ୍ରତିଶ୍ରୁତି ଭୁଲିଗଲା ଦଳ

ସମ୍ବଲପୁର,୧୦ା୭(ବି.ଶଙ୍କର): ସାଧାରଣ ନିର୍ବାଚନ ପୂର୍ବରୁ ଭାଜପା କ୍ଷମତାକୁ ଆସିଲେ ରାଜ୍ୟକୁ ନିଶାମୁକ୍ତ କରାଯିବ ଏବଂ ମଦ ବନ୍ଦ ହେବ ବୋଲି ପ୍ରତିଶ୍ରୁତି ଦେଇଥିଲା। ଅଥଚ ସରକାର ଗଠନ…

ଇଂଲଣ୍ଡ ବିପକ୍ଷରେ ପରାଜୟ ପରେ ବଡ଼ ବୟାନ ଦେଲେ ଅଧିନାୟକ, ପରିବର୍ତ୍ତନର ସମୟ….

ନୂଆଦିଲ୍ଲୀ,୧୦।୭: ଶ୍ରେୟାସ ଆୟରଙ୍କ ଅଧିନାୟକତ୍ୱରେ, ଭାରତୀୟ ଦଳ ଲଗାତାର ଦ୍ୱିତୀୟ ଟି-୨୦ ଅନ୍ତର୍ଜାତୀୟ ସିରିଜ ହାରିଛି । ଇଂଲଣ୍ଡ ବିପକ୍ଷରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦…

ଫକିର ମୋହନ ବିଶ୍ୱବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ, ପରୀକ୍ଷା ବିଳମ୍ବକୁ ନେଇ…

ବାଲେଶ୍ୱର,୧୦।୭( ବାଞ୍ଛାନିଧି ଦେ): ବାଲେଶ୍ଵର ଫକୀର ମୋହନ ବିଶ୍ୱବିଦ୍ୟାଳୟ ସମ୍ମୁଖରେ ଗୁରୁବାର ବିଳମ୍ବିତ ରାତିରେ ଉତ୍ତେଜନା ଦେଖାଦେଇଛି । ନ୍ୟାୟ ଦାବିରେ ଧାରଣାରେ ବସିଛନ୍ତି ଶତାଧିକ ନର୍ସିଂ…

ଲଘୁଚାପ ଆହୁରି ଦୁର୍ବଳ: ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୦ା୭ (ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ରମଶଃ ଦୁର୍ବଳ ହେବାରେ ଲାଗିଛି। ଫଳରେ ପୂର୍ବାପେକ୍ଷା ବର୍ଷା ପରିମାଣ କିଛିଟା କମିଥିଲେ ମଧ୍ୟ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ…

ଜଗମୋହନ ମୀନାଙ୍କ ଇସ୍ତଫାକୁ ନେଇ ପ୍ରଥମଥର ମୁହଁ ଖୋଲିଲେ ଡିଜିପି: କହିଲେ, ମାନସିକ ଚାପ…

ଭୁବନେଶ୍ୱର,୧୦।୭(ତ୍ରିନାଥ ମହାନ୍ତି):ଭୁବନେଶ୍ୱର ଡିସିପି ଜଗମୋହନ ମୀନା ନିକଟରେ ଆଇପିଏସ୍‌ ଚାକିରିରୁ ଇସ୍ତଫା ଦେଇଛନ୍ତି। ଏହି ଇସ୍ତଫାପତ୍ରକୁ ନେଇ ବିଭିନ୍ନ ମହଲରେ ଚର୍ଚ୍ଚା ହେଉଛି। ମାନସିକ ଚାପ ନା…

‘ଇଣ୍ଡିଆନ ଆଇଡଲ’ର ଟପ୍‌-୬ରେ ଜ୍ୟୋତିର୍ମୟୀ: ପ୍ରଶଂସା କଲେ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦ା୭ (ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଜ୍ୟୋତିର୍ମୟୀ ନାୟକ ଜାତୀୟସ୍ତରର ଲୋକପ୍ରିୟ ସଙ୍ଗୀତ ରିଆଲିଟି ଶୋ’ ‘ଇଣ୍ଡିଆନ ଆଇଡଲ-୧୬’ରେ ଦମ୍‌ଦାର ପରଫର୍ମାନ୍ସ ମାଧ୍ୟମରେ ଟପ୍‌-୬ରେ ସ୍ଥାନ ହାସଲ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri