ହଟିଲା କଟକଣା: ଏଣିକି ବିନା କୋଭିଡ୍‌ ଟିକା ପ୍ରମାଣପତ୍ରରେ ଶ୍ରୀଜିଉଙ୍କୁ ଦର୍ଶନ

ପୁରୀ ଅଫିସ,୨୧ା୨: ଶ୍ରୀଜିଉଙ୍କ ଦର୍ଶନ ପାଇଁ କୋଭିଡ୍‌ କଟକଣା ହଟିଛି। ଶ୍ରୀମନ୍ଦିରରେ ପ୍ରବେଶ ପାଇଁ ଭକ୍ତଙ୍କୁ ଆଉ ଦେଖାଇବାକୁ ପଡ଼ିବନି କୋଭିଡ୍‌ ଟିକାର ପ୍ରମାଣପତ୍ର। ଏଥିସହିତ ଶ୍ରଦ୍ଧାଳୁଙ୍କୁ କିଓସ୍କରେ ଧାଡ଼ିରେ ମଧ୍ୟ ଛିଡ଼ା ହେବାକୁ ପଡ଼ିବନି। ମନ୍ଦିର ପ୍ରବେଶର କଟକଣାକୁ ହଟାଇ ଦିଆଯାଇଛି। ନୀତି ସବକମିଟି ଓ ଛତିଶା ନିଯୋଗ ବୈଠକରେ ନିଷ୍ପତ୍ତି ପରେ ଶ୍ରୀମନ୍ଦିର ପାଇଁ ଏହି ନୂଆ ମାର୍ଗଦର୍ଶିକା ଜାରି ହୋଇଛି।

ବିନା କଟକଣାରେ ଭକ୍ତମାନେ ସକାଳ ୬ରୁ ରାତି ୯ଟା ପର୍ଯ୍ୟନ୍ତ ଶ୍ରୀଜିଉଙ୍କ ଦର୍ଶନ କରିପାରିବେ। ପୂର୍ବ ଭଳି ଭକ୍ତମାନେ ପୂର୍ବ ଦ୍ୱାରରେ ପ୍ରବେଶ କରି ଦକ୍ଷିଣ ଦ୍ୱାରରେ ପ୍ରସ୍ଥାନ ବ୍ୟବସ୍ଥା ରହିଛି। ତେବେ ବରିଷ୍ଠ ନାଗରିକଙ୍କ ଲାଗି ସ୍ବତନ୍ତ୍ର ଧାଡ଼ିର ବ୍ୟବସ୍ଥା କରାଯାଇଛି। କୋରନାର ପ୍ରକୋପ ହ୍ରାସ ପାଇବା ପରେ ଶ୍ରୀମନ୍ଦିରରେ ଭକ୍ତଙ୍କ ପାଇଁ କଟକଣା ଉଠାଇ ଦିଆଯାଇଥିବାରୁ ଭକ୍ତ ମହଲରେ ଖୁସିର ଲହରି ଖେଳି ଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୨୧ ଦୋକାନରୁ ୧୩ ହଜାର ଜରିମାନା, ୩୮ କେଜି ବାସି ଖାଦ୍ୟ ନଷ୍ଟ

କେସିଙ୍ଗା,୨୯।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ବିଭିନ୍ନ ହୋଟେଲ, ରେଷ୍ଟୁରାଣ୍ଟ ଓ ମିଠା ଦୋକାନଗୁଡ଼ିକରେ ଶନିବାର କଳାହାଣ୍ଡି ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଆକସ୍ମିକ ଚଢ଼ାଉ…

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଅକ୍ଟୋବର ୨୯ରୁ …

କଟକ,୨୯।୮: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) ମେନ୍ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର…

ନେପାଳ ବନ୍ୟାରେ ସାଙ୍ଘାତିକ ଲୁଟ୍! ଭାସିଆସିଲା ସିନ୍ଦୁକ, ଲୁଟିନେଲେ ୯୨.୭ ଲକ୍ଷ! ମୃତଦେହରୁ ବି ଚୋରି ହେଲା…

କାଠମାଣ୍ଡୁ, ୨୯।୮: ନେପାଳରେ ସମ୍ପ୍ରତି ଆସିଥିବା ବିନାଶକାରୀ ବନ୍ୟା ମଧ୍ୟରେ କିଛି ଚାଞ୍ଜଲ୍ୟକର ଘଟଣା ସାମ୍ନାକୁ ଆସିଛି। ବନ୍ୟା ପାଣିରେ ଭାସିଆସିଥିବା ଏକ ସେଫ୍‌ (ସିନ୍ଦୁକ)ରୁ ଟଙ୍କା…

ଗ୍ଲେସିଅର୍ ତାଣ୍ଡବ ମଧ୍ୟରେ ଭାରତ ସାଜିଲା ଦେବଦୂତ! ପିଏମ୍ ମୋଦିଙ୍କୁ ‘ଉଦାର’ କହି କୃତଜ୍ଞତା ଜଣାଇଲେ ନେପାଳ ଅର୍ଥମନ୍ତ୍ରୀ!

କାଠମାଣ୍ଡୁ,୨୯।୮: ନେପାଳ-ତିବ୍ବତ ସୀମାରେ ହିମସ୍ଖଳନ ଏବଂ ଗ୍ଲେସିଅର୍ ଫାଟିବା ଯୋଗୁ ଆସିଥିବା ବିନାଶକାରୀ ବନ୍ୟା ନେପାଳରେ ଭୟଙ୍କର ତାଣ୍ଡବ ରଚିଛି। ଏହି ପ୍ରାକୃତିକ ବିପତ୍ତିରେ ବର୍ତ୍ତମାନ ସୁଦ୍ଧା…

ଯୁବପିଢ଼ିଙ୍କ ମଧ୍ୟରେ କ୍ରୀଡ଼ା ପ୍ରତି ଆଗ୍ରହ: ବିଜୟୀ ଛାତ୍ରଛାତ୍ରୀଙ୍କୁ ପୁରସ୍କାର

କର୍ଲାମୁଣ୍ଡା, ୨୯।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବରାସ୍ଥିତ ରାଧାମାଧବ ଯୁବକ ସଂଘ ପକ୍ଷରୁ ଶନିବାର ଜାତୀୟ କ୍ରୀଡ଼ା ଦିବସ ପାଳିତ ହୋଇଯାଇଛି।…

ରାଜସ୍ବ ଆଦାୟରେ ଆଗୁଆ, ସୁରକ୍ଷା ଦିଗରେ ପଛୁଆ: ଆରଟିଓଙ୍କ ପାଖରେ ସୂଚନା ମିଳୁନି, କିରାଣି ସର୍ବେସବା, ବୈଠକରେ ସୀମିତ

ଭବାନୀପାଟଣା,୨୯।୮(ଉତ୍ତମ କୁମାର ଦାଶ): ଜିଲା ସ୍ତରରେ ସଡ଼କ ଦୁର୍ଘଟଣା ରୋକିବା ଏବଂ ଯାତାୟତ ବ୍ୟବସ୍ଥାର ସୁଧାର ପାଇଁ ଜିଲା ସ୍ତରରେ ଏକ ସଡ଼କ ସୁରକ୍ଷା ସମିତି କମିଟି…

ଗାଧୋଇବା ବେଳେ ନଦୀରେ ବୁଡ଼ି ନାବାଳିକାଙ୍କ ମୃତ୍ୟୁ

ପଟ୍ଟାମୁଣ୍ଡାଇ, ୨୯/୮ (କଳ୍ପତରୁ ନାୟକ): ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଅନ୍ତର୍ଗତ ତନୂପୁର ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବ୍ରାହ୍ମଣୀ ନଦୀର ଶାଖା ନାଳରେ ଗାଧୋଇବା ସମୟରେ…

ରୋଷେଇ ଘରେ ବିଷ? ଏଭରେଷ୍ଟ ହିଙ୍ଗୁ ଉପରେ FSSAIର ବ୍ୟାନ୍, ୩ ମସଲା ନେଇ ସାମ୍ନାକୁ ଆସିଲା ବଡ଼ ଜାଲିଆତି!

ନୂଆଦିଲ୍ଲୀ,୨୯।୮: ଭାରତୀୟ ଖାଦ୍ୟ ସୁରକ୍ଷା ଓ ମାନକ ପ୍ରାଧିକରଣ (FSSAI) ଗ୍ରାହକଙ୍କ ସ୍ୱାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ପ୍ରସିଦ୍ଧ ମସଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri