Posted inଜାତୀୟ

ଜଲିକଟ୍ଟୁ ଦେଖି କୃଷକଙ୍କୁ ସମର୍ଥନ କରିବେ ରାହୁଲ

ନୂଆଦିଲ୍ଲୀ୧୨।୧: କଂଗ୍ରେସ ନେତା ରାହୁଲ ଗାନ୍ଧୀ ବୁଧବାର ତାମିଲନାଡୁ ଗସ୍ତ କରିବେ। ଗସ୍ତ ବେଳେ ପୋଙ୍ଗଲ ପର୍ବ ପାଳନ ଅବସରରେ ମଦୁରାଇରେ ଆୟୋଜିତ ହେଉଥିବା ‘ଜଲିକଟ୍ଟୁ’(ଷଣ୍ଢ ଲଢେଇ) କାର୍ଯ୍ୟକ୍ରମରେ ଯୋଗଦେଇ କୃଷକଙ୍କ ଆନ୍ଦୋଳନକୁ ସମର୍ଥନ ଜଣାଇବେ ବୋଲି ଦଳର ତାମିଲନାଡୁ ମୁଖ୍ୟ କେ.ଏସ୍‌ ଆଲାଗିରି ମଙ୍ଗଳବାର ପ୍ରକାଶ କରିଛନ୍ତି। ଷଣ୍ଢ କୃଷକମାନଙ୍କ ପ୍ରତୀକ ଏବଂ ତାଙ୍କ ଜୀବନର ଏକ ଅଂଶ ବୋଲି ସେ କହିଛନ୍ତି ।
ଅନ୍ୟପକ୍ଷେ ରାହୁଲ ସେ ଦିନ କୌଣସି ର୍ନିବାଚନ ପ୍ରଚାରରେ ଭାଗ ନେବେ ନାହିଁ ବୋଲି ଦଳ ପକ୍ଷରୁ କୁହାଯାଇଛି। ତାମିଲନାଡୁ ର୍ନିବାଚନର କିଛି ମାସ ପୂର୍ବରୁ ରାହୁଲ ଗାନ୍ଧୀଙ୍କ ଗସ୍ତକୁ ଦଳ ପକ୍ଷରୁ ସ୍ବାଗତ କରାଯାଇଛି। ଏପ୍ରିଲ-ମେ ମାସରେ ର୍ନିବାଚନ ହେବାର ଅଛି। ରାହୁଲ ଦିଲ୍ଲୀରୁ ଆସି ମଦୁରାଇରେ ଅବତରଣ କରିବେ। ପରେ ସେ ବିଭିନ୍ନ ମନ୍ଦିର ପରିଦର୍ଶନ କରି ସହରରେ ଚାରି ଘଣ୍ଟା ବିତାଇବେ। ସୂଚନା ଯୋଗ୍ୟ, ପଶୁଙ୍କ ଉପରେ ନିର୍ଯାତନା କାରଣରୁ ‘ଜଲିକଟ୍ଟୁ’ ପରମ୍ପରା ବେଶ୍‌ ବିବାଦୀୟ। ୨୦୧୪ରେ ସୁପ୍ରିମକୋର୍ଟ ଭାରତର ପଶୁ କଲ୍ୟାଣ ବୋର୍ଡ ଏବଂ ପିପୁଲ ଫର ଏଥିକାଲ ଟ୍ରିଟମେଣ୍ଟ ଅଫ ଆନିମଲ୍ସ(ପେଟା)ଙ୍କ ଆବେଦନ ପରେ ଜଲିକଟ୍ଟୁ ଉପରେ ପ୍ରତିବନ୍ଧକ ଲଗାଇଥିଲେ। ହେଲେ ତାମିଲନାଡୁ ସଂସ୍କୃତିର ଏହା ଅଶଂ ବିଷେଶ ହୋଇଥିବାରୁ ସୁପ୍ରିମକୋର୍ଟଙ୍କ ନିଦେର୍ଶକୁ ପ୍ରବଳ ବିରୋଧ କରାଯାଇଥିଲା। ପରେ ୨୦୧୭ରେ ଏହି ପ୍ରତିବନ୍ଧକ ହଟାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅବପାତରେ ପରିଣତ ହେଲା ଲଘୁଚାପ: ଆହୁରି ୪ଦିନ ଭୀଷଣ ବର୍ଷା, ୧୩ ଜିଲାକୁ ଓ୍ବାର୍ନିଂ

ଭୁୁବନେଶ୍ୱର, ୧୩ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଗୁରୁବାର ସକାଳ ୮ଟା ୩୦ରେ ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ…

ମହିଳା ଜନପ୍ରତିନିଧିଙ୍କୁ ବ୍ଲାକ୍‌ମେଲ କରି ବନ୍ଧା ହେଲେ ଯୁବକ

ଧରାକୋଟ,୧୩ା୮(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଫେକ୍‌ ଆଇଡି ଖୋଲି ଜଣେ ମହିଳା ଜନ ପ୍ରତିନିଧିଙ୍କୁ ବ୍ଲାକମେଲ କରିବା ସହ ଧମକ ଦେବା ଓ ଫଟୋ ଏଡିଟ୍‌ କରି ଭାଇରାଲ…

ଜେଲ ଗଲେ ମୁଖ୍ୟ ଜିଲା କୃଷି ଅଧିକାରୀ

ବ୍ରହ୍ମପୁର,୧୩ା୮(ସୁବାସ ଚନ୍ଦ୍ର ପାଢ଼ୀ): ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାର ସବ୍‌ସିଡି କରାଇଦେବା ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ନେଇ ବ୍ରହ୍ମପୁରର ମୁଖ୍ୟ ଜିଲା କୃଷି ଅଧିକାରୀ…

ନିଷ୍ପତ୍ତିକୁ ବଦଳାଇଲା ବାର କାଉନସିଲ; ସିଜେଆଇଙ୍କୁ ବିରୋଧ କରୁଥିବା ଆଇନ ସ୍ନାତକଙ୍କ ଉପରୁ ହଟାଇଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୩।୮: ଗୁରୁବାର (ଅଗଷ୍ଟ ୧୩) , ହାଇଦ୍ରାବାଦର ନ୍ୟାସନାଲ ଏକାଡେମୀ ଅଫ ଲିଗାଲ ଷ୍ଟଡିଜ ଆଣ୍ଡ ରିସର୍ଚ୍ଚ (NALSAR) ର ଛାତ୍ରମାନଙ୍କୁ ଓକିଲ ଭାବରେ ନାମ ଲେଖାରୁ…

ପନ୍ଦର ଦିନ ବିତିଗଲେ ବି ସରିଲାନି ଘାଇ ମରାମତି: ଆନନ୍ଦପୁର ସହର ଭିତରକୁ ପୁଣି ପଶିଲା ବନ୍ୟାଜଳ, ଆତଙ୍କିତ…

ବଞ୍ଚୋ,୧୩।୮(ପ୍ରଦୋଷ ବିଶ୍ୱାଳ): ପନ୍ଦର ଦିନ ବିତିଯାଇଥିଲେ ମଧ୍ୟ ଆନନ୍ଦପୁର ରିଙ୍ଗ ରୋଡ୍‌ର ଘାଇ ମରାମତି କାମ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଏହାରି ମଧ୍ୟରେ ପୁଣି ଥରେ ରିଙ୍ଗ…

ମନ୍ତ୍ରୀଙ୍କ ଅପେକ୍ଷାରେ ଠିଆ ହୋଇଥିଲେ, ହଠାତ ବେହୋସ୍‌ ହେଲେ ଛାତ୍ରୀ

ମୁମ୍ବାଇ,୧୩।୮: ସିଙ୍ଗରାଉଲି ଜିଲାର ଚିତ୍ରାଙ୍ଗୀ ତହସିଲରେ ଜାତିର ଗର୍ବ ଏବଂ ସମ୍ମାନର ପ୍ରତୀକ ସ୍ବରୂପ ଏକ ‘ତ୍ରିରଙ୍ଗା ଯାତ୍ରା’ (ତ୍ରିରଙ୍ଗା ଶୋଭାଯାତ୍ରା) ଆୟୋଜନ କରାଯାଇଥିଲା; କିନ୍ତୁ, ଯେତେବେଳେ…

ବିଦ୍ୟାଳୟ ରାସ୍ତାରେ ଗଛ ପକାଇ ଅବରୋଧ: ରାସ୍ତା ଉପରେ ପାଠ ପଢ଼ିଲେ ଛାତ୍ରଛାତ୍ରୀ, ୪ ଘଣ୍ଟା ପରେ…

ଡୁଙ୍ଗୁରିପାଲି ୧୩।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ନାଇକେନପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯିବା ରାସ୍ତାରେ ଜଣେ ବ୍ୟକ୍ତି ଗଛ ପକାଇ ଅବରୋଧ କରିବାର…

ନର୍ସ ମୃତ୍ୟୁ ମାମଲା: ଆକ୍ସନରେ ସରକାର…

କୋଲକାତା, ୧୩।୮: କୋଲକାତାର ପ୍ରମୁଖ ନୀଳରତନ ସରକାରୀ ମେଡିକାଲ କଲେଜ ଏବଂ ହସ୍ପିଟାଲ(ଏନ୍‌ଆର୍‌ଏସ୍‌) ଶୌଚାଳୟରୁ ଜଣେ ୩୦ ବର୍ଷୀୟା ଷ୍ଟାଫ ନର୍ସଙ୍କ ମୃତଦେହ ଉଦ୍ଧାର ହୋଇଛି। ଶୌଚାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri