Posted inଖେଳ

କୋହଲିଙ୍କୁ ଏମିତି ଦେଖି ଇଶାନଙ୍କ ପାଟି ରହିଗଲା ଖୋଲା

ଦୁବାଇ,୨୯।୧୦: ଟି -୨୦ ବିଶ୍ୱକପ ୨୦୨୧ରେ ଭାରତୀୟ କ୍ରିକେଟ ଦଳର ଯାତ୍ରା ବିପର୍ଯ୍ୟୟରୁ ଆରମ୍ଭ ହୋଇଛି। ସୁପର -୧୨ ପର୍ଯ୍ୟାୟର ପ୍ରଥମ ମ୍ୟାଚ୍‌ରେ ଚିରପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନଠାରୁ ୧୦ ଉଇକେଟ ହରାଇ ପରାସ୍ତ ହୋଇଛି ଭାରତ। ଅକ୍ଟୋବର ୩୧ରେ ଦଳ ନ୍ୟୁଜିଲାଣ୍ଡକୁ ସାମ୍ନା କରିବାକୁ ପଡିବ, ଯେଉଁଥି ପାଇଁ ଖେଳାଳିମାନେ କଠିନ ପ୍ରସ୍ତୁତି କରୁଛନ୍ତି।ନେଟ ଅଭ୍ୟାସରେ ବିରାଟ କୋହଲି ମଧ୍ୟ ବହୁତ ଝାଳ ବୁହାଉଛନ୍ତି।
ଆଇସିସି ଭାରତୀୟ ଦଳର ଅଭ୍ୟାସ ସିଜିନ୍‌ର ଇନଷ୍ଟାଗ୍ରାମରେ ଏକ ଭିଡିଓ ଶେୟାର କରିଛି। ବିରାଟ ନେଟ ଅଭ୍ୟାସ ସମୟରେ ଭଲ ସଟ ଖେଳୁଥିବାର ନଜର ଆସିଛନ୍ତି। ବିଶେଷ କଥା ହେଉଛି ଯୁବ କ୍ରିକେଟର ଇଶାନ କିଶନ ଏବଂ ଶ୍ରେୟାସ ଆୟର କୋହଲିଙ୍କୁ ଦେଖୁଛନ୍ତି। ଏହି ସମୟରେ, ବିରାଟ ଏପରି ସଟ୍‌ ମାରିବା ଦେଖି ଇଶାନ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ସେ ବଲ୍‌କୁ ଏପରି ଚାହିଁଥିଲେ ଯେ, ତାଙ୍କ ପାଟି ସେମିତି ଖୋଲା ରହିଥାଏ।
ବିରାଟଙ୍କ ନିଟ ଅଭ୍ୟାସର ଏହି ଭିଡିଓ ପ୍ରାୟ ଏକ ଘଣ୍ଟା ମଧ୍ୟରେ ୪.୫ ଲକ୍ଷରୁ ଅଧିକ ଥର ଦେଖାଯାଇଛି। କେବଳ ଏତିକି ନୁହେଁ, ୧୧୦୦ରୁ ଅଧିକ ୟୁଜର୍ସ ଏହା ଉପରେ କମେଣ୍ଟ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ….

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା…

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

ଇତିହାସ ରଚିଲେ ରସିଦ୍ ଖାନ୍: ବିଶ୍ୱର ପ୍ରଥମ ବୋଲର ଭାବେ କଲେ ଏମିତି ରେକର୍ଡ

ନୂଆଦିଲ୍ଲୀ,୧୬।୨: ଆଫଗାନିସ୍ତାନର ଅଧିନାୟକ ରଶିଦ ଖାନ୍ କ୍ରିକେଟ୍ ଜଗତରେ ଏକ ନୂତନ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। ସୋମବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଅନୁଷ୍ଠିତ ଆଇସିସି ପୁରୁଷ…

ପରବର୍ତ୍ତୀ ରାଜନୀତିକୁ ନେଇ ମୁହଁ ଖୋଲିଲେ ଅରବିନ୍ଦ ମହାପାତ୍ର, ବିଧାନସଭାରେ ଯଦି…

ଭୁବନେଶ୍ବର,୧୬।୨: ବିଜେଡିରୁ ନିଲମ୍ବନ ପରଠାରୁ ଚର୍ଚ୍ଚାରେ ରହିଛନ୍ତି ଅରବିନ୍ଦ ମହାପାତ୍ର । ନିଲମ୍ବନ ଓ ପରବର୍ତ୍ତୀ ରାଜନୀତିକୁ ନେଇ ଆଜି ସେ ମୁହଁ ଖୋଲିଛନ୍ତି । ନବୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri