Posted inଖେଳ

କୋହଲିଙ୍କ ଏମିତି ଅନ୍ଦାଜ ଦେଖି ହସି ହସି ଗଡିଲେ ଦ୍ରାଭିଡ

ମୁମ୍ବାଇ,୬।୧୨: ଟିମ ଇଣ୍ଡିଆର ଅଧିନାୟକ ବିରାଟ କୋହଲି ନିଜର ଆକ୍ରମଣାତ୍ମକ ଶୈଳୀ ପାଇଁ ପ୍ରସିଦ୍ଧ, କିନ୍ତୁ ବେଳେବେଳେ ତାଙ୍କର ମଜାଳିଆ ଶୈଳୀକୁ ନେଇ ସେ ଚର୍ଚ୍ଚାରେ ଥାନ୍ତି। ମୁମ୍ବାଇ ଟେଷ୍ଟ ସମୟରେ କୋହଲିଙ୍କ ଏମିତି କିଛି ଘଟଣା ଦେଖିବାକୁ ମିଳିଥିଲା। ମୁମ୍ବାଇ ଟେଷ୍ଟର ତୃତୀୟ ଦିନରେ ୱାଙ୍ଖେଡେ ଷ୍ଟାଡିୟମରେ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ସିରିଜର ଦ୍ୱିତୀୟ ଟେଷ୍ଟ ସମୟରେ ବିରାଟ କୋହଲି ଏପରି କିଛି କରିଥିଲେ ଯାହା ଦେଖିବା ପରେ ସମସ୍ତେ ହସିବାକୁ ବାଧ୍ୟ ହୋଇଥିଲେ।
ତୃତୀୟ ଦିନରେ ଅକ୍ଷର ପଟେଲ ଏବଂ ଜୟନ୍ତ ଯାଦବ ଟିମ ଇଣ୍ଡିଆର ଦ୍ୱିତୀୟ ଇନିଂସରେ ବ୍ୟାଟିଂ କରୁଥିଲେ, ସେତେବେଳେ ଭାରତର ଅଗ୍ରଣୀ ୫୦୦ ଅତିକ୍ରମ କରିଥିଲା ଏବଂ ସେହି ସମୟରେ ଇନିଂସ ଘୋଷିତ ହେବାକୁ ଅତି ନିକଟତର ହୋଇଥିଲା। ତା’ପରେ କ୍ୟାମେରା ଡ୍ରେସିଂ ରୁମରେ ଉପସ୍ଥିତ ଥିବା ବିରାଟ କୋହଲିଙ୍କ ଆଡକୁ ଯାଇଥିଲା। ଟିଭିରେ ନିଜକୁ ଦେଖି ବିରାଟ ଅକ୍ଷର ଏବଂ ପଡ଼ିଆରେ ଉପସ୍ଥିତ ଥିବା ଜୟନ୍ତ ଯାଦବଙ୍କ ଆଡକୁ ଇଙ୍ଗିତ କରି କିଛି କହୁଥିବାର ଦେଖାଯାଇଥିଲା। ପରେ ସେମାନଙ୍କ ଆଡକୁ ଚାହିଁ ଭଲ ଖେଳ ପାଇଁ କରତାଳି ଦେବା ଆରମ୍ଭ କରିଥିଲେ। ଲାଗୁଥିଲା ଯେମିତି ବିରାଟ ଇନିଂସ ଘୋଷଣା କରୁଛନ୍ତି, କିନ୍ତୁ ସେ କ୍ୟାମେରାମ୍ୟାନ୍‌ଙ୍କ ସହ ମଜାକ ଉଡାଉଥିଲେ। ଏହା ଦେଖି ପାଖରେ ବସିଥିବା କୋଚ ରାହୁଲ ଦ୍ରାଭିଡ ହସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାଲିଥିଲା ରିସେପସନର ଆୟୋଜନ, ବିବାହର ଚତୁର୍ଥ ଦିନରେ କନିଆଁ ଫେରାର: ବୈଶିଙ୍ଗା ଅଞ୍ଚଳରେ ଚର୍ଚ୍ଚା…

ବୈଶିଙ୍ଗା,୧୦|୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମହେଶପୁର ଗ୍ରାମରେ ଏକ ଅଭାବନୀୟ ତଥା ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଘରେ ବନ୍ଧୁମିଳନ ବା ରିସେପସନ୍…

ଏହି ଦିନ ମିଳିବ ସୁଭଦ୍ରା ୫ମ କିସ୍ତି, ନୂଆ ହିତାଧିକାରୀ ପାଇବେ ଏକକାଳୀନ…

ଭୁବନେଶ୍ୱର,୧୦ା୭(ସୁଚିସ୍ମିତା ସାହୁ): ଆସନ୍ତା ରାକ୍ଷୀ ପୂର୍ଣ୍ଣିମାରେ ସୁଭଦ୍ରା ଯୋଜନାର ୫ମ କିସ୍ତି ପ୍ରଦାନ କରିବେ ରାଜ୍ୟ ସରକାର। ଏହାକୁ ସୁଚାରୁରୂପେ ସମ୍ପନ୍ନ କରିବା ପାଇଁ ଶୁକ୍ରବାର ଲୋକସେବା…

ପାଠ୍ୟପୁସ୍ତକ ତ୍ରୁଟି ପ୍ରତିବାଦ: ଶୁଖୁଆ ଓ ଝାଲମୁଢି ଧରି ବରଗଡ଼ରେ ବିଜେଡିର ‘ଶିକ୍ଷା ବଞ୍ଚାଅ’ ଆନ୍ଦୋଳନ

ବରଗଡ଼,୧୦।୭(ପ୍ରେମାନନ୍ଦ ଖମାରୀ)- ପାଠ୍ୟପୁସ୍ତକରେ ହୋଇଥିବା ଗୁରୁତର ତ୍ରୁଟିକୁ ନେଇ ବରଗଡ଼ରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଏକ ଅଭିନବ ପ୍ରତିବାଦ ଦେଖିବାକୁ ମିଳିଛି। ଶୁକ୍ରବାର ଛାତ୍ର…

ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ: ଦ୍ୱିପ୍ରହରରେ ଗାଡ଼ି ଡିକି ଭାଙ୍ଗି ଦେଢ଼ ଲକ୍ଷ ଟଙ୍କା ଲୁଟ

ଛତ୍ରପୁର, ୧୦।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ ଦ୍ୱିପ୍ରହରରେ ଏକ ଦୁଃସାହସିକ ଲୁଟ୍ ଘଟଣା ଘଟିଛି। ଦୁର୍ବୃତ୍ତମାନେ…

ସୃଷ୍ଟି ହେଲା ଆଉ ଏକ ଘୂର୍ଣ୍ଣିବଳୟ, ୭ ଦିନ ଯାଏ ପ୍ରବଳ ବର୍ଷା; ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୧୦ା୭ (ବନ୍ଦନା ସେଠୀ) – ଗାଙ୍ଗେଟିକ ୱେଷ୍ଟବେଙ୍ଗଲ ଓ ତା’ ପାଖାପାଖି ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ସମୁଦ୍ରପତନଠାରୁ ୪.୫ ରୁ ୫.୮…

ଇନ୍ଦ୍ରାବତୀରୁ ଖରିଫ ପାଇଁ ଜଳ ସେଚନର ଶୁଭାରମ୍ଭ

ଜୟପାଟଣା,୧୦।୭(ଓମ ପ୍ରକାଶ ବୈଠାରୁ): ଇନ୍ଦ୍ରାବତୀ ଜଳ ବିଦ୍ୟୁତ ପ୍ରକଳ୍ପ ମଙ୍ଗଳପୁର ବ୍ୟାରେଜରୁ ଶୁକ୍ରବାର ସକାଳରୁ ଚଳିତ ପାଇଁ ଖରିଫ ଜଳ ସେଚନ ର ଶୁଭାରମ୍ଭ ହୋଇ ଯାଇଛି।ଏଥିରେ…

ଧରିତ୍ରୀ ପ୍ରଭାବ: ରାସ୍ତାରୁ ହଟିଲା ବିପଜ୍ଜନକ ଚାମ୍ବର

ଥୁଆମୂଳ ରାମପୁର, ୧୦ା୭ (ଦୁର୍ଗା କୀର୍ତ୍ତି): ଧରିତ୍ରୀରେ ଖବର ପ୍ରକାଶ ପରେ ଥୁଆମୂଳ ରାମପୁର ବ୍ଲକ ସଦର ମହକୁମା ମୁଖ୍ୟ ରାସ୍ତାରେ ବିପଦସଙ୍କୁଳ ଅବସ୍ଥାରେ ଥିବା ଦୁଇଟି…

ବିଦେଶୀ ମଦ ଦୋକାନକୁ ନେଇ ତେଜୁଛି ଅସନ୍ତୋଷ

ଲାଞ୍ଜିଗଡ଼, ୧୦ା୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ରୁ ମୁନିଗୁଡ଼ାକୁ ସଂଯୋଗ କରୁଥିବା ମୁଖ୍ୟରାସ୍ତା କଡ଼ରେ ଲଟେରି ମାଧ୍ୟମରେ ଖୋଲାଯାଇଥିବା ଠିପି ବନ୍ଦ ବିଦେଶୀ ମଦ ଦୋକାନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri